ନବନିର୍ବାଚିତ ସରପଞ୍ଚଙ୍କ ସମେତ ୪ ଗିରଫ

ଦେବଗଡ଼,୨୮।୩(ଡି.ଏନ୍‌.ଏ.)-ନିଜକୁ ପିଏଲ୍‌ଏଫ୍‌ଆଇ (ପିପୁଲ ଲିବରେଶନ ଫ୍ରଣ୍ଟ ଅଫ୍‌ ଇଣ୍ଡିଆ) ସଦସ୍ୟ ବୋଲି କହି ପିସ୍ତଲ ଦେଖାଇ ଭୟଭୀତ କରି ଦେବଗଡ଼ ଜିଲା ବାରକୋଟ ଥାନା ଅଞ୍ଚଳର ଜଣେ ମହିଳାଙ୍କଠାରୁ ୧ଲକ୍ଷ ଟଙ୍କା ଦାବି କରୁଥିବା ଘଟଣାରେ ସୋମବାର ପୋଲିସ ଜଣେ ନବନିର୍ବାଚିତ ସରପଞ୍ଚଙ୍କ ସମେତ ୪ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ସୁନ୍ଦରଗଡ଼ ଜିଲା ବଣାଇ ଥାନା ଅଞ୍ଚଳର ରାକେଶ ସାହୁ (୨୫), ଅନିଲ ପାତ୍ର (୨୩) ଏବଂ ବାରକୋଟ ଥାନା ଅଞ୍ଚଳର ଲକ୍ଷ୍ମଣ କିଷାନ (୫୦) ଓ ଲକ୍ଷ୍ମଣ ମହନ୍ତ(୨୨)। ସେମାନଙ୍କ ନିକଟରୁ ୯ ଏମ୍‌ଏମ୍‌ ପିସ୍ତଲ, ୯ ରାଉଣ୍ଡ ଅଫୁଟା ଗୁଳି, ମାଗାଜିନ, ମୋବାଇଲ ଫୋନ ଜବତ କରାଯାଇଛି। ଏନେଇ ଦେବଗଡ଼ ଜିଲା ପୋଲିସ ମୁଖ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏସ୍‌ପି ରାଜକିଶୋର ପାଇକରାୟ ସୂଚନା ଦେଇଛନ୍ତି।
ସୂଚନା ଅନୁଯାୟୀ ଗତ ୧୨ ତାରିଖ ସକାଳେ ବାରକୋଟ ଥାନା ଅଞ୍ଚଳର ଜଣେ ମହିଳାଙ୍କ ଘରକୁ ରାକେଶ ଓ ଅନିଲ ଯାଇଥିଲେ। ସେମାନେ ନିଜକୁ ପିଏଲ୍‌ଏଫ୍‌ଆଇ ସଦସ୍ୟ ବୋଲି ପରିଚୟ ଦେଇଥିଲେ। ଜେଲରେ ଥିବା ମହିଳାଙ୍କ ସ୍ବାମୀଙ୍କୁ ମୁକୁଳାଇ ଦେବା ପାଇଁ ୧ ଲକ୍ଷ ଟଙ୍କା ମାଗିଥିଲେ। ନ ଦେଲେ ଜୀବନରୁ ମାରିଦେବା ପାଇଁ ପିସ୍ତଲ ଦେଖାଇ ଧମକ ଦେଇଥିଲେ। ଭୟରେ ମହିଳା ଜଣକ ଆଗୁଆ ୧୦ ହଜାର ଟଙ୍କା ଦେଇଥିଲେ। ଏ ସମ୍ପର୍କରେ ବାରକୋଟ ଥାନାରେ ରବିବାର ଅଭିଯୋଗ ହୋଇଥିଲା। ପୋଲିସ ଘଟଣାର ତଦନ୍ତ ଚଳାଇ ରାକେଶ ଓ ଅନିଲଙ୍କୁ ଗିରଫ କରିଥିଲେ। ରାକେଶ ଧରିଥିବା ପିସ୍ତଲକୁ ଲକ୍ଷ୍ମଣ ମହାନ୍ତଙ୍କ ମାଧ୍ୟମରେ ଝରାକଣ୍ଡଳ ପଞ୍ଚାୟତର ସରପଞ୍ଚ ଲକ୍ଷ୍ମଣ କିଷାନଙ୍କୁ ଦେଇଥିବା ତଦନ୍ତରୁ ଜଣାପଡ଼ିଥିଲା। ପୋଲିସ ଲକ୍ଷ୍ମଣ କିଷାନଙ୍କ ଘରେ ଚଢାଉ କରି ପିସ୍ତଲ ଓ ଗୁଳି ଜବତ କରିଥିଲା। ସମସ୍ତ ୪ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ଅଧିକ ତଦନ୍ତ ଜାରି ରହିଛି ବୋଲି ଖବରଦାତା ସମ୍ମିଳନୀରେ ଏସ୍‌ପି ପାଇକରାୟ ସୂଚନା ଦେଇଛନ୍ତି। ଏହି ଖବରଦାତା ସମ୍ମିଳନୀରେ ଏସ୍‌ଡିପିଓ ପ୍ରତ୍ୟୁଷ କୁମାର ମହାପାତ୍ର, ଡିଆଇବି ଡିଏସ୍‌ପି ପ୍ରଦୀପ କୁମାର କେରକେଟ୍ଟା, ବାରକୋଟ ଥାନା ଅଧିକାରୀ କନକ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?