Posted inଜାତୀୟ

ମଧ୍ୟପ୍ରଦେଶରେ ମୁଖ୍ୟମନ୍ତ୍ରୀ ପଦବୀ ପାଇଁ ୪ ଆଶାୟୀ…

ଭୋପାଳ,୨୮।୯ : ମଧ୍ୟପ୍ରଦେଶରେ ଆଗକୁ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ତେବେ ରାଜ୍ୟରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କ ପ୍ରତି ଅସନ୍ତୋଷ ନିଜ ଦଳରେ ବଢ଼ିବାରେ ଲାଗିଛି। ରାଜ୍ୟରେ ସରକାର ଗଢ଼ିବାର କାର୍ଯ୍ୟ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ପ୍ରଦାନ କରାଯାଇଛି। ଶାହା ଭୂପେନ୍ଦ୍ର ଯାଦବଙ୍କୁ ପ୍ରଭାରୀ ଦାୟିତ୍ୱ ଦେଇଛନ୍ତି। ସେହିପରି ରେଳ ମନ୍ତ୍ରୀ ଅଶ୍ୱନୀ ବୈଷ୍ଟବଙ୍କୁ ସହ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ନିର୍ବାଚନ କମିଟିର ସଂଯୋଜକ ଭାବେ କେନ୍ଦ୍ର ମନ୍ତ୍ରୀ ନରେନ୍ଦ୍ର ସିଂ ତୋମରଙ୍କୁ ଦାୟିତ୍ୱ ଦିଆଯାଇଛି। ରାଜ୍ୟରେ ମୁଖ୍ୟମନ୍ତ୍ରୀ ହେବାର ଇଚ୍ଛା ରଖିଥିବା ନେତାଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି।

ଶାହାଙ୍କ ସମସ୍ତ ଉଦ୍ୟମ ସତ୍ତ୍ୱେ ଦଳ ଭିତରେ ଗୋଷ୍ଠୀବାଦ ହ୍ରାସ ପାଉନାହିଁ। ଶାସକ ଦଳରେ ୬ରୁ ଅଧିକ ଗୋଷ୍ଠୀ ପ୍ରାଧାନ୍ୟ ବିସ୍ତାର କରିଛନ୍ତି। ସମସ୍ତେ ନିଜ ନିଜ ଅଞ୍ଚଳରେ କାହା କଥା ଶୁଣୁନାହାନ୍ତି। ଦଳର ରଣନୀତିଜ୍ଞମାନେ ଏସବୁ ପ୍ରସଙ୍ଗକୁ କେନ୍ଦ୍ରରେ ରଖି ନିର୍ବାଚନ ରଣନୀତି ଚୂଡାନ୍ତ କରୁଛନ୍ତି।

ଭାଜପାର ଏଭଳି କୌଣସି ନେତା ନାହାନ୍ତି ଯାହାର ମୁଖ୍ୟମନ୍ତ୍ରୀ ହେବାର ଇଚ୍ଛା ନାହିଁ। ସଭିଏଁ ସୁଯୋଗକୁ ଅପେକ୍ଷା କରି ରହିଛନ୍ତି। ମୁଖ୍ୟମନ୍ତ୍ରୀ ପଦବୀ ପାଇଁ ଦଳରେ ୪ ଆଶାୟୀ ଅଛନ୍ତି। ଜ୍ୟୋତିରାଦିତ୍ୟ ସିନ୍ଧିଆ ମୁଖ୍ୟମନ୍ତ୍ରୀ ହେବା ନେଇ ଚର୍ଚ୍ଚା ଅଧିକ ହେଉଛି। କେନ୍ଦ୍ର ମନ୍ତ୍ରୀ ନରେନ୍ଦ୍ର ସିଂ ତୋମରଙ୍କ ସମର୍ଥକମାନେ ମଧ୍ୟ ବହୁତ ଆଶା ରଖିଛନ୍ତି। କେନ୍ଦ୍ର କୃଷି ମନ୍ତ୍ରଣାଳୟର ସଚିବାଳୟ ପରିଚାଳନା କରୁଥିବା ତାଙ୍କର ଅନେକ ସହକର୍ମୀ ଭୋପାଳରେ ସେମାନଙ୍କର ଡେରା ପକାଇଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପ୍ରଶ୍ନ ନେଇ ତୋମରଙ୍କ ପ୍ରତିକ୍ରିୟା ସକାରାତ୍ମକ ରହିଛି।

ସେହିପର କୈଳାସ ବିଜୟଭର୍ଗୀୟଙ୍କୁ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ବିରୋଧୀ ବିବେଚନା କରାଯାଉଛି। ଅତୀତରେ ଜ୍ୟୋତିରାଦିତ୍ୟଙ୍କୁ ବ୍ୟଙ୍ଗ କରିଥିବା କୈଳାସ ଦଳର ରାଷ୍ଟ୍ରୀୟ ମହାସଚିବ ଅଛନ୍ତି। ଦଳ ତାଙ୍କୁ ଦୀର୍ଘ ସମୟ ଧରି କୌଣସି ବଡ଼ ଦାୟିତ୍ୱ ଦେଇନାହିଁ। କିନ୍ତୁ ଏଥର ତାଙ୍କୁ ବିଧାନସଭାରୁ ଟିକେଟ ଦେବାକୁ ଘୋଷଣା କରାଯାଇଛି। ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାର ତାଙ୍କର ଉଦ୍ଦେଶ୍ୟ ନୁହେଁ ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ନେଇ ପ୍ରଶ୍ନରେ ତାଙ୍କ ମୁହଁରେ ଏକ ଚମକ ଆସିଯାଉଛି।

ରାଜ୍ୟର ମୁଖ୍ୟମନ୍ତ୍ରୀ ଶିବରାଜଙ୍କ ସମର୍ଥକ ତାଙ୍କୁ ପୁଣି ଥରେ ମୁଖ୍ୟମନ୍ତ୍ରୀ ପଦ ମିଳିବା ନେଇ ଆଶାବାଦୀ ଅଛନ୍ତି। ତାଙ୍କ ସମର୍ଥକଙ୍କ ମଧ୍ୟରେ ଜ୍ୟୋତିରାଦିତ୍ୟଙ୍କ ଗୋଷ୍ଠୀ ମଧ୍ୟ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri