Posted inଜାତୀୟ

ମଧ୍ୟପ୍ରଦେଶରେ ମୁଖ୍ୟମନ୍ତ୍ରୀ ପଦବୀ ପାଇଁ ୪ ଆଶାୟୀ…

ଭୋପାଳ,୨୮।୯ : ମଧ୍ୟପ୍ରଦେଶରେ ଆଗକୁ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ତେବେ ରାଜ୍ୟରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କ ପ୍ରତି ଅସନ୍ତୋଷ ନିଜ ଦଳରେ ବଢ଼ିବାରେ ଲାଗିଛି। ରାଜ୍ୟରେ ସରକାର ଗଢ଼ିବାର କାର୍ଯ୍ୟ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ପ୍ରଦାନ କରାଯାଇଛି। ଶାହା ଭୂପେନ୍ଦ୍ର ଯାଦବଙ୍କୁ ପ୍ରଭାରୀ ଦାୟିତ୍ୱ ଦେଇଛନ୍ତି। ସେହିପରି ରେଳ ମନ୍ତ୍ରୀ ଅଶ୍ୱନୀ ବୈଷ୍ଟବଙ୍କୁ ସହ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ନିର୍ବାଚନ କମିଟିର ସଂଯୋଜକ ଭାବେ କେନ୍ଦ୍ର ମନ୍ତ୍ରୀ ନରେନ୍ଦ୍ର ସିଂ ତୋମରଙ୍କୁ ଦାୟିତ୍ୱ ଦିଆଯାଇଛି। ରାଜ୍ୟରେ ମୁଖ୍ୟମନ୍ତ୍ରୀ ହେବାର ଇଚ୍ଛା ରଖିଥିବା ନେତାଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି।

ଶାହାଙ୍କ ସମସ୍ତ ଉଦ୍ୟମ ସତ୍ତ୍ୱେ ଦଳ ଭିତରେ ଗୋଷ୍ଠୀବାଦ ହ୍ରାସ ପାଉନାହିଁ। ଶାସକ ଦଳରେ ୬ରୁ ଅଧିକ ଗୋଷ୍ଠୀ ପ୍ରାଧାନ୍ୟ ବିସ୍ତାର କରିଛନ୍ତି। ସମସ୍ତେ ନିଜ ନିଜ ଅଞ୍ଚଳରେ କାହା କଥା ଶୁଣୁନାହାନ୍ତି। ଦଳର ରଣନୀତିଜ୍ଞମାନେ ଏସବୁ ପ୍ରସଙ୍ଗକୁ କେନ୍ଦ୍ରରେ ରଖି ନିର୍ବାଚନ ରଣନୀତି ଚୂଡାନ୍ତ କରୁଛନ୍ତି।

ଭାଜପାର ଏଭଳି କୌଣସି ନେତା ନାହାନ୍ତି ଯାହାର ମୁଖ୍ୟମନ୍ତ୍ରୀ ହେବାର ଇଚ୍ଛା ନାହିଁ। ସଭିଏଁ ସୁଯୋଗକୁ ଅପେକ୍ଷା କରି ରହିଛନ୍ତି। ମୁଖ୍ୟମନ୍ତ୍ରୀ ପଦବୀ ପାଇଁ ଦଳରେ ୪ ଆଶାୟୀ ଅଛନ୍ତି। ଜ୍ୟୋତିରାଦିତ୍ୟ ସିନ୍ଧିଆ ମୁଖ୍ୟମନ୍ତ୍ରୀ ହେବା ନେଇ ଚର୍ଚ୍ଚା ଅଧିକ ହେଉଛି। କେନ୍ଦ୍ର ମନ୍ତ୍ରୀ ନରେନ୍ଦ୍ର ସିଂ ତୋମରଙ୍କ ସମର୍ଥକମାନେ ମଧ୍ୟ ବହୁତ ଆଶା ରଖିଛନ୍ତି। କେନ୍ଦ୍ର କୃଷି ମନ୍ତ୍ରଣାଳୟର ସଚିବାଳୟ ପରିଚାଳନା କରୁଥିବା ତାଙ୍କର ଅନେକ ସହକର୍ମୀ ଭୋପାଳରେ ସେମାନଙ୍କର ଡେରା ପକାଇଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପ୍ରଶ୍ନ ନେଇ ତୋମରଙ୍କ ପ୍ରତିକ୍ରିୟା ସକାରାତ୍ମକ ରହିଛି।

ସେହିପର କୈଳାସ ବିଜୟଭର୍ଗୀୟଙ୍କୁ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ବିରୋଧୀ ବିବେଚନା କରାଯାଉଛି। ଅତୀତରେ ଜ୍ୟୋତିରାଦିତ୍ୟଙ୍କୁ ବ୍ୟଙ୍ଗ କରିଥିବା କୈଳାସ ଦଳର ରାଷ୍ଟ୍ରୀୟ ମହାସଚିବ ଅଛନ୍ତି। ଦଳ ତାଙ୍କୁ ଦୀର୍ଘ ସମୟ ଧରି କୌଣସି ବଡ଼ ଦାୟିତ୍ୱ ଦେଇନାହିଁ। କିନ୍ତୁ ଏଥର ତାଙ୍କୁ ବିଧାନସଭାରୁ ଟିକେଟ ଦେବାକୁ ଘୋଷଣା କରାଯାଇଛି। ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାର ତାଙ୍କର ଉଦ୍ଦେଶ୍ୟ ନୁହେଁ ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ନେଇ ପ୍ରଶ୍ନରେ ତାଙ୍କ ମୁହଁରେ ଏକ ଚମକ ଆସିଯାଉଛି।

ରାଜ୍ୟର ମୁଖ୍ୟମନ୍ତ୍ରୀ ଶିବରାଜଙ୍କ ସମର୍ଥକ ତାଙ୍କୁ ପୁଣି ଥରେ ମୁଖ୍ୟମନ୍ତ୍ରୀ ପଦ ମିଳିବା ନେଇ ଆଶାବାଦୀ ଅଛନ୍ତି। ତାଙ୍କ ସମର୍ଥକଙ୍କ ମଧ୍ୟରେ ଜ୍ୟୋତିରାଦିତ୍ୟଙ୍କ ଗୋଷ୍ଠୀ ମଧ୍ୟ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?