ଗଞ୍ଜାମ ଆରଟିଓ ଅଫିସରୁ ୪ଦଲାଲ ଗିରଫ

ଛତ୍ରପୁର,୧୪।୧୧(ଦିଲ୍ଲୀପ ସାମଲ/ସନ୍ତୋଷ ପାଢୀ): ଗଞ୍ଜାମ ଆରଟିଓ ଅଫିସରୁ ୪ ଦଲାଲଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତମାନେ ହେଲେ ଛତ୍ରପୁର ଥାନା ଅନ୍ତର୍ଗତ ପାଲିଆ ଛତ୍ରପୁର ଗାଁର ଜଗନ୍ନାଥ ସାହୁ, କୁମାରବେଗପଲ୍ଲୀ ଗାଁର ରବିନ୍ଦ୍ର କୁମାର ଗୌଡ, ବ୍ରହ୍ମପୁରର ପି. ଚନ୍ଦ୍ର ଶେଖର ଓ ଛତ୍ରପୁର କଲେଜ ନିକଟ ନିବାସୀ ମହମ୍ମଦ ଆଲ୍ଲାଉଦିନ। ପୋଲିସ ଏମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ମଙ୍ଗଳବାର ଛତ୍ରପୁର ଥାନା ପରିସରରେ ଏନେଇ ଅନୁଷ୍ଠିତ ଖବରଦାଦା ସମ୍ମିଳନୀରେ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।
ଛତ୍ରପୁର ଏସଡ଼ିପିଓ ଗୌରହରି ସାହୁ ଏସମ୍ପର୍କରେ କହିଛନ୍ତି, ପରିବହନ ବିଭାଗ ପକ୍ଷରୁ ଦିଆଯାଉଥିବା ଗାଡି ଚାଳନା ଲାଇସେନ୍ସ, ପଞ୍ଜିକରଣ, ରିନ୍ୟୁ, ଟିକସ ପଇଠ କରିବା ପାଇଁ ଦଲାଲ ମାନଙ୍କ ମାଧ୍ୟମରେ ଗଲେ ଯାଇ ହିଁ କାମ ହେଉଥିବାର ଅଭିଯୋଗ ହୋଇ ଆସୁଥିଲା । ଏନେଇ ଗଞ୍ଜାମ ଏସପିଙ୍କ ନିର୍ଦ୍ଦେଶ କ୍ରମେ ଛତ୍ରପୁର ପୋଲିସର ଏକ ସ୍ବତନ୍ତ୍ର ଟିମ ଆଞ୍ଚଳକି ପରିବହନ କାର୍ଯ୍ୟାଳୟରେ ଅଚାନକ ଚଢ଼ାଉ କରି ଚାରି ଦଲାଲଙ୍କୁ କାବୁ କରିବାରେ ସଫଳ ହୋଇଛନ୍ତି। ୪ଜଣ ବିରୋଧରେ ମାମଲା ରୁଜୁ ହୋଇଥିବା ଏସଡିପିଓ ସୂଚନା ଦେଇଛନ୍ତି। ସେମାନଙ୍କ ନିକଟରୁ ପୋଲିସ ୧୨ଟି ୭ ଡିଏଲ ଜବତ କରିବା
ସମେତ ବିଭିନ୍ନ ବ୍ୟକ୍ତିଙ୍କ ଗାଡି ଚାଳନା ଲାଇସେନ୍ସ, ପଞ୍ଜିକରଣ, ରିନ୍ୟୁ, ଟିକସ ପଇଠ, ଫିଟନେସ ସମ୍ବଦ୍ଧୀୟ ବହୁ କାଗଜପତ୍ର ଜବତ କରିଛି । ଏ ସର୍ମ୍ପକରେ ଛତ୍ରପୁର ପୋଲିସ ମାମଲା ସଂଖ୍ୟା ୭୬୪ /୨୩ ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରି ମିଳିଥିବା ସାମଗ୍ରୀ ଗୁଡିକୁ ଜବତ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri