Posted inଜାତୀୟ

ପାଳିରେ ହେଉ ୪ ରାଜଧାନୀ: ମମତା

କୋଲକାତା, ୨୪।୧: ଭାରତରେ ପାଳିକରି ୪ଟି ରାଜଧାନୀ ହେବା ଆବଶ୍ୟକ ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି। ନେତାଜୀ ଜୟନ୍ତୀ ପାଳନ ଅବସରରେ ଏକ ସଭାକୁ ସମ୍ବୋଧିତ କରି ମମତା କହିଥିଲେ, ଭାରତରେ ଗୋଟିଏ ନୁହେଁ, ପାଳିକରି ୪ଟି ରାଜଧାନୀ ରହିବା ଆବଶ୍ୟକ। ବ୍ରିଟିଶ ଶାସନ ବେଳେ କୋଲକାତାରୁ ସାରା ଦେଶକୁ ଶାସନ କରାଯାଉଥିଲା। ତେବେ ଦେଶରେ କେବଳ ଗୋଟିଏ ରାଜଧାନୀ ସହର କାହିଁକି ବୋଲି ସେ ପ୍ରଶ୍ନ କରିଥିଲେ। ମୋଦି ସରକାର ଉଚ୍ଛେଦ କରିଥିବା ଯୋଜନା କମିଶନକୁ ପୁନର୍ବାର ସ୍ଥାପନ କରିବା ଲାଗି ମଧ୍ୟ ସେ ଦାବି କରିଥିଲେ। ନୀତି ଆୟୋଗ ଏବଂ ଯୋଜନା କମିଶନ ଏକତ୍ର ରହିପାରିବ। ନେତାଜୀ ସୁଭାଷ ହିଁ ଯୋଜନା କମିଶନର ଅବଧାରଣା କରିଥିଲେ । ସେହିପରି ନେତାଜୀଙ୍କ ଜୟନ୍ତୀକୁ ଦେଶବ୍ୟାପୀ ଛୁଟିଦିନ ଘୋଷଣା କରିବାକୁ ମମତା ଦାବି କରିଥିଲେ। ନେତାଜୀ ଯେତେବେଳେ ଭାରତୀୟ ଜାତୀୟ ବାହିନୀ ଗଢ଼ିଥିଲେ, ସେତେବେଳେ ଗୁଜରାଟ, ବେଙ୍ଗଲ, ତାମିଲନାଡୁ ସମେତ ସବୁ ଅଞ୍ଚଳରୁ ଲୋକଙ୍କୁ ସେଥିରେ ସାମିଲ କରିଥିଲେ। ସେ ବ୍ରିଟିଶମାନଙ୍କ ‘ବିଭାଜନ ଓ ଶାସନ’ ନୀତିକୁ ବିରୋଧ କରୁଥିଲେ। କେନ୍ଦ୍ର ସରକାର ପ୍ରତିମୂର୍ତ୍ତି ଓ ନୂଆ ପାର୍ଲାମେଣ୍ଟ କମ୍ପ୍ଲେକ୍ସ ନିର୍ମାଣରେ ହଜାର ହଜାର କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ଆମେ ଆଜାଦ ହିନ୍ଦ୍‌ ସ୍ମାରକୀ ନିର୍ମାଣ କରି ଦେଖାଇଦେବୁ ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri