ଭାରତରେ ବିଏଫ୍‌.୭ ଭାରିଆଣ୍ଟର ୪ ମାମଲା ଚିହ୍ନଟ…

ନୂଆଦିଲ୍ଲୀ,୨୨।୧୨ : ସମଗ୍ର ବିଶ୍ୱରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିଛି। ଚାଇନାରେ ବଢୁଥିବା କରୋନା ଓମିକ୍ରନର ସବ-ଭାରିଆଣ୍ଟ ବିଏଫ୍‌.୭ ଏବଂ ବିଏଫ୍‌.୧୨ ମାମଲା କାୟା ବିସ୍ତାର କରିବା ପରେ ଭୟର ବାତାବରଣ ଦେଖାଦେଇଛି। ତେବେ ଏନେଇ କେନ୍ଦ୍ର ସରକାର ସତର୍କ ହୋଇଯାଇଛନ୍ତି। ଦେଶର ବିଭିନ୍ନ ବିମାନବନ୍ଦରରେ ଏହି ଜୀବାଣୁ ପାଇଁ ବିଦେଶୀ ଯାତ୍ରୀଙ୍କ ଅନିୟମିତ ନମୁନା ସଂଗ୍ରହ ଆରମ୍ଭ ହୋଇଛି। ତେବେ ଏହି ଭୂତାଣୁକୁ ନେଇ ଆତଙ୍କିତ ହେବାର କୌଣସି ଆବଶ୍ୟକତା ନାହିଁ ବୋଲି କେନ୍ଦ୍ର ସରକାର ମଧ୍ୟ କହିଛନ୍ତି।

ଗୁଜରାଟ ଏବଂ ଓଡିଶାରେ ଓମିକ୍ରନର ଓମିକ୍ରନର ସବ-ଭାରିଆଣ୍ଟ ବିଏଫ୍‌.୭ ଏବଂ ବିଏଫ୍‌.୧୨ ମାମଲା ରିପୋର୍ଟ କରାଯାଇଛି। ସଂକ୍ରମିତ ତିନି ଜଣ ରୋଗୀଙ୍କୁ ଗୁଜୁରାଟରେ ରିପୋର୍ଟ କରାଯାଇଥିଲା। ଓଡ଼ିଶାରୁ ଏକ ମାମଲା ସାମ୍ନାକୁ ଆସିଥିଲା। ରୋଗୀଙ୍କୁ ଘର ବିଚ୍ଛିନ୍ନ କରି ଚିକିତ୍ସା କରାଯାଇଥିଲା ଏବଂ ବର୍ତ୍ତମାନ ସମ୍ପୂର୍ଣ୍ଣ ସୁସ୍ଥ ହୋଇଯାଇଛନ୍ତି।୍‌ ସରକାର ମଧ୍ୟ ଏ ସମ୍ପର୍କରେ ସ୍ବତନ୍ତ୍ର ନିର୍ଦ୍ଦେଶନାମା ଜାରି କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ବି ଟଳିନି ସଙ୍କଟ, ୩୦୦ରୁ ଅଧିକ ବିମାନ ବାତିଲ କଲା ଇଣ୍ଡିଗୋ, ଆଡଭାଇଜରୀ ଜାରି…

ନୂଆଦିଲ୍ଲୀ,୧୦।୧୨: ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ରାମ ମୋହନ ନାଇଡୁ ସଂସଦରେ ସ୍ପଷ୍ଟ ଭାବରେ କହିଥିଲେ ଯେ ପରିସ୍ଥିତିରେ ଉନ୍ନତି ହେଉଛି, ଦାୟୀ ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

ଅପଦସ୍ତ ହେଲେ ନିଶା ମହାରଣା: ପେଣ୍ଡାଲ ଉପରକୁ ଚେୟାର ଫୋପାଡିଲେ ଦର୍ଶକ

ଲକ୍ଷ୍ମୀପୁର,୧୦।୧୨(ଅନନ୍ତ ପ୍ରସାଦ ନାୟକ): ପୁଣି ବିବାଦୀୟ ଯାତ୍ରୀ କଳାକାର ନିଶା ମହାରଣାଙ୍କ ପାଇଁ ସୃଷ୍ଟି ହୋଇଛି ଉତ୍ତେଜନା। କୋରାପୁଟ ଲକ୍ଷ୍ମୀପୁରରେ ଅନୁଷ୍ଠିତ ହେଉଥିବା ଅଷ୍ଟଶମ୍ଭୁ ଅପେରାରେ...

ସମ୍ପର୍କର ସେତୁ ସାପ୍ତାହିକ ହାଟ: ମିଳୁଛି ଭଳିକି ଭଳି ସାମଗ୍ରୀ, ବଢୁଛି ଭାଇଚାରା

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିର ବ୍ରାହ୍ମଣୀଗାଁ ସମେତ କାଟିଙ୍ଗିଆ, ଗଦାପୁର, ସିକରମାହା, ଦାରିଙ୍ଗବାଡି, ସିମନବାଡି, ବୁଡାମାହା ଛକ, ବୁଡ଼ାଗୁଡା ଠାରେ ବିଭିନ୍ନ ଦିନ ମାନଙ୍କରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri