ଭାରତରେ ବିଏଫ୍‌.୭ ଭାରିଆଣ୍ଟର ୪ ମାମଲା ଚିହ୍ନଟ…

ନୂଆଦିଲ୍ଲୀ,୨୨।୧୨ : ସମଗ୍ର ବିଶ୍ୱରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିଛି। ଚାଇନାରେ ବଢୁଥିବା କରୋନା ଓମିକ୍ରନର ସବ-ଭାରିଆଣ୍ଟ ବିଏଫ୍‌.୭ ଏବଂ ବିଏଫ୍‌.୧୨ ମାମଲା କାୟା ବିସ୍ତାର କରିବା ପରେ ଭୟର ବାତାବରଣ ଦେଖାଦେଇଛି। ତେବେ ଏନେଇ କେନ୍ଦ୍ର ସରକାର ସତର୍କ ହୋଇଯାଇଛନ୍ତି। ଦେଶର ବିଭିନ୍ନ ବିମାନବନ୍ଦରରେ ଏହି ଜୀବାଣୁ ପାଇଁ ବିଦେଶୀ ଯାତ୍ରୀଙ୍କ ଅନିୟମିତ ନମୁନା ସଂଗ୍ରହ ଆରମ୍ଭ ହୋଇଛି। ତେବେ ଏହି ଭୂତାଣୁକୁ ନେଇ ଆତଙ୍କିତ ହେବାର କୌଣସି ଆବଶ୍ୟକତା ନାହିଁ ବୋଲି କେନ୍ଦ୍ର ସରକାର ମଧ୍ୟ କହିଛନ୍ତି।

ଗୁଜରାଟ ଏବଂ ଓଡିଶାରେ ଓମିକ୍ରନର ଓମିକ୍ରନର ସବ-ଭାରିଆଣ୍ଟ ବିଏଫ୍‌.୭ ଏବଂ ବିଏଫ୍‌.୧୨ ମାମଲା ରିପୋର୍ଟ କରାଯାଇଛି। ସଂକ୍ରମିତ ତିନି ଜଣ ରୋଗୀଙ୍କୁ ଗୁଜୁରାଟରେ ରିପୋର୍ଟ କରାଯାଇଥିଲା। ଓଡ଼ିଶାରୁ ଏକ ମାମଲା ସାମ୍ନାକୁ ଆସିଥିଲା। ରୋଗୀଙ୍କୁ ଘର ବିଚ୍ଛିନ୍ନ କରି ଚିକିତ୍ସା କରାଯାଇଥିଲା ଏବଂ ବର୍ତ୍ତମାନ ସମ୍ପୂର୍ଣ୍ଣ ସୁସ୍ଥ ହୋଇଯାଇଛନ୍ତି।୍‌ ସରକାର ମଧ୍ୟ ଏ ସମ୍ପର୍କରେ ସ୍ବତନ୍ତ୍ର ନିର୍ଦ୍ଦେଶନାମା ଜାରି କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘୨୦୨୯ ଲୋକ ସଭା ନିର୍ବାଚନରେ ରାହୁଲ ଗାନ୍ଧୀ ହେବେ INDIA ମେଣ୍ଟର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ’: ବଡ଼ ଦାବି କଲେ…

ନୂଆଦିଲ୍ଲୀ, ୧୬।୫: ଲୋକ ସଭା ନିର୍ବାଚନ ୨୦୨୯ ପାଇଁ ଏବେ ବି ସମୟ ବାକି ଅଛି। ତେବେ କଂଗ୍ରେସ ମଧ୍ୟରେ ଏବେଠାରୁ ହିଁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀଙ୍କୁ ନେଇ…

୬୦ ବର୍ଷ ବୟସ ପରେ ମାସିକ ୩୦୦୦ ଟଙ୍କା ପେନସନ ପାଇବେ ଚାଷୀ, ବୃଦ୍ଧାବସ୍ଥା ବେଳେ ସୁରକ୍ଷା ଯୋଗାଇବ ଏହି ଯୋଜନା

ନୂଆଦିଲ୍ଲୀ,୧୬।୫: ଚାଷକାର୍ଯ୍ୟରେ ପରିଶ୍ରମ ତ ବହୁତ ରହିଛି, କିନ୍ତୁ ବୟସ ବଢ଼ିବା ସହିତ ଶରୀର ପୂର୍ବ ଭଳି ସାଥ ଦିଏ ନାହିଁ। ଏହି କଥାକୁ ଦୃଷ୍ଟିରେ ରଖି…

ମହଜୁଦ ଅଛି ତେଲ, ତଥାପି ପମ୍ପ ବନ୍ଦ, ଭିଡ଼: ଭୟର ବାତାବରଣ

ଭୁବନେଶ୍ୱର,୧୬ା୫(ସୁନିତ୍‌ ମିଶ୍ର):ରାଜ୍ୟରେ ପେଟ୍ରୋଲ, ଡିଜେଲକୁ ନେଇ ଦେଖାଦେଇଥିବା ସମସ୍ୟା ସମାଧାନ ହୋଇପାରି ନାହିଁ। ରାଜ୍ୟର ପ୍ରାୟ ସବୁ ପମ୍ପରେ ଘଣ୍ଟା ଘଣ୍ଟା ଧରି ଲୋକମାନଙ୍କ ଲମ୍ବା ଧାଡ଼ି…

ଢୋଲମହୁଲ ଗୋଚର ଜମିରେ ବେଆଇନ ଆଡ଼ିବନ୍ଧ ନିର୍ମାଣ: ଖରିଫ ଚାଷ ପ୍ରଭାବିତ ଆଶଙ୍କା

ଲୋଇସିଂହା,୧୬।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ବୁର୍ଡା ମୌଜାର ଢୋଲମହୁଲ ଗୋଚର ଜମି ଉପରେ ଏବେ ଜମି ବ୍ୟବସାୟୀଙ୍କ ଲୋଲୁପ ଦୃଷ୍ଟି ପଡିଛି। ବର୍ଷ ବର୍ଷ ଧରି…

ରାସ୍ତା ମରାମତି ନାଁରେ ପ୍ରହସନ: ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି):ରାସ୍ତା ମରାମତି ପରିବର୍ତ୍ତେ କେବଳ ସୂଚନା ଫଳକରେ ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା କରାଯାଇଛି। ଏଭଳି ଘଟଣା ଥୁଆମୂଳ ରାମପୁର…

ସରକାରୀ ସୁବିଧାରୁ ବଞ୍ଚିତ ଦିବ୍ୟାଙ୍ଗ ଧନସିଂ: ପରିବାର ଚଳାଇବା…

ନୂଆପଡ଼ା,୧୬ା୫ (ମକାରୁ ବେମାଲ):କେନ୍ଦ୍ର ଓ ରାଜ୍ୟ ସରକାର ଗରିବ, ଅସହାୟ, ଦିବ୍ୟାଙ୍ଗଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ପ୍ରଶାସନିକ ଅଧିକାରୀ, ନିର୍ବାଚିତ ପ୍ରତିନିଧିଙ୍କ ଆନ୍ତରିକତା…

ସରପଞ୍ଚଙ୍କ ନିଆରା ପ୍ରୟାସ: ଚାରିଆଡ଼ୁ ସାଉଁଟୁଛନ୍ତି ପ୍ରଶଂସା

ନୂଆପଡ଼ା,୧୬ା୫(ମକାରୁ ବେମାଲ):ନୂଆପଡ଼ା ଜିଲାରେ ପରିବେଶ ସୁରକ୍ଷା ଓ ପ୍ଲାଷ୍ଟିକ ମୁକ୍ତ ସମାଜ ଗଠନ ନିମନ୍ତେ ଚାଲିଥିବା ଏସ୍‌ୟୁପି ଫ୍ରି ନୂଆପଡ଼ା ଅଭିଯାନ ବର୍ତ୍ତମାନ ଏକ ଜନ ଆନ୍ଦୋଳନରେ…

କଳାହାଣ୍ଡିରେ ବାହାର ରାଜ୍ୟ କମ୍ପାନୀର କାୟାବିସ୍ତାର: ଚିନ୍ତିତ ନାହାନ୍ତି ଅଧିକାରୀ, କର୍ମଚାରୀ

ଭବାନୀପାଟଣା, ୧୬ା୫(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ କେନ୍ଦୁପତ୍ରକୁ ନେଇ ବହୁ କୋଟି ଟଙ୍କାର କାରବାର ଏବେ ସଙ୍କଟମୟ ସ୍ଥିତିରେ ଗତି କରୁଛି। ସରକାର ବିପୁଳ ପରିମାଣର ରାଜସ୍ବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri