ବିମାନ ଦୁର୍ଘଟଣାର ୨ ସପ୍ତାହ ପରେ ଜୀବନ୍ତ ଉଦ୍ଧାର ହେଲେ ୧୧ ମାସର ଶିଶୁ ସମେତ ୪ ଶିଶୁ

ବୋଗୋଟା,୧୮।୫: କଲମ୍ବିଆର ଆମେଜନରେ ମେ’୧ରେ ଏକ ବିମାନ ଦୁର୍ଘଟଣା ହୋଇଥିଲା। ଏଥିରେ ୩ ଜଣଙ୍କ ମୃତ୍ୟୁ ହୋଇଥିଲା। ସେବେଠାରୁ ଦୁର୍ଘଟଣାଗ୍ରସ୍ତ ବିମାନ ନିକଟରେ ପହଞ୍ଚିବାକୁ ସର୍ଚ୍ଚ ଅପରେଶନ ଜାରି ରହିିଥିଲା। ଏବେ ଦୁର୍ଘଟଣାର ପ୍ରାୟ ୨ ସପ୍ତାହ ପରେ ୪ ଜୀବନ୍ତ ଶିଶୁଙ୍କୁ ଉଦ୍ଧାର କରାଯାଇଛି। ଏହାର ସୂଚନା ନିଜେ ରାଷ୍ଟ୍ରପତି ଗୋସ୍ତାବୋ ପେଟ୍ରୋ ଦେଇଛନ୍ତି।
ପେଟ୍ରୋ କହିଛନ୍ତି, ସେନାର କଠିନ ପରିଶ୍ରମ ପରେ ଶେଷରେ ସେମାନଙ୍କୁ ସଫଳତା ମିଳିଛି। ଏହା ଦେଶପାଇଁ ଖୁସିର କଥା। ପ୍ରାୟ ୨ ସପ୍ତାହ ପୂର୍ବରୁ ହୋଇଥିବା ଦୁର୍ଘଟଣା ପରେ ବୁଧବାର ଘନ କଲମ୍ବିଆ ଆମେଜନରେ ୪ଜଣଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ଏମାନଙ୍କ ମଧ୍ୟରେ ଜଣେ ୧୧ ମାସର ଶିଶୁ ରହିଛନ୍ତି।
ସୂଚନାଯୋଗ୍ୟ, ଅଧିକାରୀମାନେ ୧୦୦ରୁ ଅଧିକ ସେନା ଓ ସ୍ନିପର ଡଗଙ୍କୁ ସର୍ଚ୍ଚ ଅପରେଶନ କାମରେ ଲଗାଇଥିଲେ। ଏମାନେ ସେହି ଶିଶୁକୁ ଖୋଜୁଥିଲେ ଯେକି ୧ ମେ’ରେ ହୋଇଥିବା ବିମାନ ଦୁର୍ଘଟଣା ପରେ ନିଖୋଜ ଥିଲେ। ଏହି ଘଟଣାରେ ୩ ବୟସ୍କଙ୍କ ମୃତ୍ୟୁ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖୋଲିଲା ହୀରାକୁଦର ୪ ଗେଟ

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ରବିବାର ପୁଣି ଥରେ ବିପୁଳ ପରିମାଣର ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରିବା ଆରମ୍ଭ କରିଛି।…

ବରଗଡ଼ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ: କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇବ ଓକିଲ ସଂଘ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ ଅସନ୍ତୋଷ ବଢ଼ି ଚାଲିଛି । ଗତ କିଛିଦିନ ତଳେ ବରଗଡ଼ ସହରସ୍ଥିତ କୋର୍ଟ ସମ୍ମୁଖ ରାସ୍ତାରେ…

ପାଣି ଘେରରେ ଗାଁ, ଦୁର୍ଦ୍ଦଶା ଭୋଗୁଛନ୍ତି ଅଞ୍ଚଳବାସୀ

ହାଟଡିହୀ/ଛେନାପଦୀ,୯l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଅସରାଏ ବର୍ଷା ହେଲେ ଲୋକଙ୍କ ଦୁଃଖ ବଢିଯାଉଛି l କିନ୍ତୁ ସ୍ଥାନୀୟ ଲୋକ ପ୍ରତିନିଧି କିମ୍ବା ପ୍ରଶାସନ ଏଥିପ୍ରତି ଦୃଷ୍ଟି ନ ଦେବା…

ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାର ମୁକାବିଲା ପାଇଁ ଆହ୍ବାନ, ଏକାଠି ହେଲେ ବିଭିନ୍ନ ସଂଗଠନ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହର ସମେତ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇ ପଡିଛି । ଏହାକୁ ନେଇ ସ୍ଥାନୀୟ ନାଗରିକମାନେ ନିଜକୁ ଅସୁରକ୍ଷିତ…

ଗାଡ଼ି ଧକ୍କାରେ ଚାଲିଗଲା ପାର୍ଥଙ୍କ ଜୀବନ, ମୃତଦେହ ଜବତ କରି ପୋଲିସ…

ଦିଗପହଣ୍ଡି,୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ପୋଲିସ ରବିବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ…

ବିଜେଡିରୁ ନିଲମ୍ବିତ ହେଲେ ଶାରଦା ପ୍ରସାଦ ସ୍ୱାଇଁ, ସାଧାରଣ ସମ୍ପାଦକ କହିଲେ….

ଭବାନୀପାଟଣା,୯।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିଜେଡିର ସକ୍ରିୟ ସଦସ୍ୟ ଶାରଦା ପ୍ରସାଦ(ବାବୁଲି) ସ୍ୱାଇଁଙ୍କୁ ରବିବାର ବିଜେଡି ନିଲମ୍ବିତ କରିଛି । ଦଳ ବିରୋଧୀ କାର୍ଯ୍ୟ…

ପାଲେଷ୍ଟାଇନ୍ ରାଷ୍ଟ୍ର ହେବାକୁ ଦେବି ନାହିଁ: ନେତାନ୍ୟାହୁ

ଜେରୁଜେଲମ୍‌, ୯ା୮: ଗାଜା ଯୁଦ୍ଧକୁ ନେଇ ଆମେରିକା ରାଷ୍ଟ୍ରପତିଙ୍କ ପ୍ରସ୍ତାବିତ ୧୫-ସୂତ୍ରୀ ‘ବୋର୍ଡ ଅଫ୍ ପିସ୍’ ଯୋଜନାକୁ ନେଇ ଇସ୍ରାଏଲ୍ ପକ୍ଷରୁ ଆପତ୍ତି ସାମ୍ନାକୁ ଆସିଛି। ଇସ୍ରାଏଲ୍…

ଦାଦନ ଖଟିବାକୁ ଯାଇ ହଜି ଯାଇଥିଲେ ଘାସିରାମ, ଉଦ୍ଧାର ପରେ ବଖାଣିଲେ ଲୋମ ଟାଙ୍କୁର ସତ…

ଥୁଆମୂଳ ରାମପୁର,୯।୮(ଦୁର୍ଗା କୀର୍ତ୍ତି): ନିଖୋଜ ଦାଦନ ଶ୍ରମିକ ଘାସିରାମ ମାଝୀଙ୍କୁ ନେଇ ସୃଷ୍ଟି ହୋଇଥିବା ଆଶଙ୍କା ଶେଷ ହୋଇଛି। କେରଳରେ ଭୟ, ଭାଷାଗତ ସମସ୍ୟା ଓ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri