Posted inଜାତୀୟ

କ୍ରସ୍‌ ଭୋଟିଂ କରିବେ ୪ କଂଗ୍ରେସ ବିଧାୟକ

ନୂଆଦିଲ୍ଲୀ,୮।୬: ରାଜ୍ୟ ସଭା ନିର୍ବାଚନ ବେଳେ ରାଜସ୍ଥାନର ୪ କଂଗ୍ରେସ ବିଧାୟକ କ୍ରସ ଭୋଟିଂ କରିବେ। ଭାଜପା ସମର୍ଥତ୍ତ ସ୍ବାଧୀନ ପ୍ରାର୍ଥୀ ସୁଭାଷ ଚନ୍ଦ୍ରା ଏହି ସୂଚନା ଦେଇଛନ୍ତି। କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ଯୋଗୁ ସେ ରାଜ୍ୟ ସଭା ନିର୍ବାଚନ ଜିତିବେ ବୋଲି ଦାବି କରିଛନ୍ତି। ରାଜ୍ୟରେ ଶୀର୍ଷ ପଦବୀ ପାଇଁ ଆଶାୟୀ ଥିବା କଂଗ୍ରେସର ସଚିନ ପାଇଲଟ ତାଙ୍କୁ ଏହି ବାର୍ତ୍ତା ଦେଇଥିବା ସୁଭାଷ କହିଛନ୍ତି। ତାଙ୍କ କହିବା ଅନୁଯାୟୀ, ସଚିନଙ୍କ ପିତା ରାଜେଶ ପାଇଲଟ୍‌ ତାଙ୍କ ବନ୍ଧୁ। ଜଣେ ଯୁବ ଓ ଲୋକପ୍ରିୟ ନେତା ଭାବେ ସଚିନଙ୍କ ପାଇଁ ଏବେ ସୁଯୋଗ ରହିଛି ବୋଲି ସେ କହିଛନ୍ତି। ପ୍ରତିଶୋଧ ନେବା କିମ୍ବା ଏକ ବାର୍ତ୍ତା ଦେବା ଲାଗି ସେ ଏହାକୁ ସୁଯୋଗ ଭାବେ ନେଇପାରିବେ। ଯଦି ସେ ସୁଯୋଗ ହାତଛଡ଼ା କରନ୍ତି, ତେବେ ୨୦୨୮ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ହୋଇପାରିବେ ନାହିଁ ବୋଲି ସୁଭାଷ କହିଛନ୍ତି।
ରାଜ୍ୟ ସଭା ନିର୍ବାଚନ ୧୦ ତାରିଖରେ ହେବାକୁ ଥିବାବେଳେ ଘୋଡ଼ାବେପାର ଆଶଙ୍କାରେ ରାଜସ୍ଥାନ କଂଗ୍ରେସ ଏହାର ବିଧାୟକମାନଙ୍କୁ ଉଦୟପୁରସ୍ଥିତ ତାଜ ଆରାବଳି ରିସର୍ଟରେ ରଖିଛି। ଗତ ଗୁରୁବାର ସେମାନେ ଏକ ବସ୍‌ରେ ସେଠାକୁ ଯାଇଥିଲେ। ୬ ବିଧାୟକଙ୍କୁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ଙ୍କ ଚେତାବନୀ ପରେ ସେମାନେ ରବିବାର ସେଠାକୁ ଫେରିଥିଲେ। ଭିନ୍ନ ମତ ରଖିଥିବା ଏହି ବିଧାୟକଙ୍କ ମଧ୍ୟରେ ଜଣେ ମନ୍ତ୍ରୀ ଥିବା କୁହାଯାଇଥିଲା। ରିସର୍ଟଠାରୁ ଦୂରେଇ ରହିଥିବା ଏହି ବିଧାୟକମାନେ କ୍ରସ୍‌ଭୋଟିଂ କରିବା ସମ୍ଭାବନା ଥିବାରୁ ସରକାରଙ୍କ ମୁଖ୍ୟ ହୁଇପ୍‌ ତଥା କ୍ୟାବିନେଟ ମନ୍ତ୍ରୀ ମହେଶ ଯୋଷୀ ଦୁର୍ନୀତି ନିବାରଣ ବ୍ୟୁରୋକୁ ପତ୍ର ଲେଖି ଘୋଡ଼ାବେପାର ଉଦ୍ୟମ ଅଭିଯୋଗର ତଦନ୍ତ କରିବାକୁ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri