୪ କୋଟି ଟପିଲା ଟିକାକରଣ

ଭୁବନେଶ୍ୱର, ୧୨।୧୧(ବ୍ୟୁରୋ)

କୋଭିଡ୍‌ ଟିକାକରଣରେ ଓଡ଼ିଶା ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି। ରାଜ୍ୟରେ କରୋନା ଟିକାକରଣ ୪ କୋଟି ଟପିଛି। ଏନେଇ ଶୁକ୍ରବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ୍‌ କରି ସୂଚନା ଦେଇଛି। ଏହି ସଫଳତା ପାଇଁ ସ୍ବାସ୍ଥ୍ୟ ବିଭାଗର ସମସ୍ତ କର୍ମଚାରୀ ଓ ରାଜ୍ୟବାସୀଙ୍କୁ ବିଭାଗ ଧନ୍ୟବାଦ ଜଣାଇଛି। ସେପଟେ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ କହିଛନ୍ତି, ଡିସେମ୍ବର ସୁଦ୍ଧା ପ୍ରଥମ ଡୋଜ୍‌ ଟିକାକରଣ ସାରିବାକୁ ଲକ୍ଷ୍ୟ ରଖାଯାଇଛି। ଏଥିପାଇଁ ଅତିରିକ୍ତ ଟିକାକରଣ କେନ୍ଦ୍ର ଖୋଲାଯାଇଛି। ରାଜ୍ୟରେ ଏବେ ୨୪ଶହ କେନ୍ଦ୍ରରେ ଟିକାକରଣ କରାଯାଉଛି। ଯେଉଁ ଗାଁରେ ୧୦୦ରୁ ଅଧିକ ଟିକା ନେଇ ନ ଥିବା ଲୋକ ଅଛନ୍ତି, ସେଠାରେ କେନ୍ଦ୍ର ଖୋଲାଯାଇଛି। ସେ ଆହୁରି ମଧ୍ୟ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪ କୋଟି ୭୧ ହଜାର ୨୧୧ ଡୋଜ୍‌ ଟିକାକରଣ ହୋଇଛି। ପ୍ରଥମ ଡୋଜ୍‌ ୨ କୋଟି ୬୭ ଲକ୍ଷ ୨୫ ହଜାର ୩୮୮ ଏବଂ ଦ୍ୱିତୀୟ ଡୋଜ୍‌ ୧ କୋଟି ୩୩ ଲକ୍ଷ ୪୫ ହଜାର ୮୨୩ ହୋଇଛି। ଗଞ୍ଜାମ ଜିଲାରେ ସର୍ବାଧିକ ୪୧ ଲକ୍ଷ ୨ହଜାର ୧୨୧ ଏବଂ ଦେବଗଡ଼ରେ ସର୍ବନିମ୍ନ ୩ଲକ୍ଷ ୩ହଜାର ୪୪୯ ଟିକାକରଣ ହୋଇଛି। ‘ହର୍‌ ଘର୍‌ ଦସ୍ତକ’ ବା ‘ଘରୁ ଘର ବୁଲି ଟିକାକରଣ’ ଆରମ୍ଭ ହେବା ପରେ ଟିକାକରଣ ବଢ଼ିଥିବା ଡା. ପାଣିଗ୍ରାହୀ ସୂଚନା ଦେଇଛନ୍ତି। ସେହିପରି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର କହିଛନ୍ତି, ଅନ୍ୟ ଦେଶରେ ସଂକ୍ରମଣ ବଢ଼ିଥିଲେ ମଧ୍ୟ ଆମ ଦେଶରେ ବଢ଼ିନାହିଁ। ତେଣୁ ଆମକୁ ସତର୍କ ରହିବାକୁ ପଡ଼ିବ।
ସେହିପରି ରାଜ୍ୟରେ ସ୍ଥିତି ଭଲ ଅଛି। କରୋନା ସ୍ଥିତି ନୂଆ ହୋଇଥିବାରୁ ବୁଷ୍ଟର ଡୋଜ୍‌ ନେଇ ତର୍ଜମା ଚାଲିଛି। ଟେକ୍ନିକାଲ ବଡିି କହିବା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ହେବ। ତା’ ପରେ ନିଷ୍ପତ୍ତି ନିଆଯିବ ବୋଲି ସେ କହିଛନ୍ତି।
ଅନ୍ୟପକ୍ଷରେ ରାଜ୍ୟରେ ଗତ ୨୪ଘଣ୍ଟାରେ ୨୬୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୪୪ଜଣ ୧୮ବର୍ଷରୁ କମ୍‌ ବୟସ୍କ ରହିଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଫଳରେ ରାଜ୍ୟରେ ମୋଟ୍‌ କରୋନା ପଜିଟିଭ୍‌ ସଂଖ୍ୟା ୧୦,୪୪,୯୬୨ରେ ପହଞ୍ଚତ୍ଛି। ରାଜ୍ୟରେ ଜଣେ ୧୩ବର୍ଷୀୟ ପିଲା କରୋନାରେ ପ୍ରାଣ ହରାଇଥିବା ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଛି। ଶୁକ୍ରବାର କରୋନାରେ ୩ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଭୁବନେଶ୍ୱରରୁ ୨ ଓ ମୟୂରଭଞ୍ଜରୁ ଜଣେ ରହିଛନ୍ତି। ମୟୂରଭଞ୍ଜର ମୃତକ ଜଣଙ୍କ ୧୩ବର୍ଷୀୟ ନାବାଳକ, ଯିଏକି ଅନ୍ୟ କୌଣସି ରୋଗରେ ପୀଡ଼ିତ ନ ଥିଲେ। କେବଳ କରୋନାରେ ପୀଡ଼ିତ ହୋଇ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଫଳରେ ରାଜ୍ୟରେ ମୋଟ୍‌ କରୋନାଜନିତ ମୃତ୍ୟୁ ସଂଖ୍ୟା ୮,୩୭୩କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri