୪ କୋଟି ଟଙ୍କାର ଗଞ୍ଜେଇ ସହ ୫ ଦେଶୀ ବନ୍ଧୁକ ଜବତ

ବାଲିଗୁଡ଼ା,୨୨ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଲିଗୁଡ଼ା ଥାନା ଗଦ୍ରିଙ୍ଗିଆ ଘାଟି ନିକଟସ୍ଥ ଇର୍ପିଗୁଡ଼ା ଜଙ୍ଗଲରୁ ୪ କୋଟି ଟଙ୍କାରୁ ଊଦ୍ଧର୍‌ବ ମୂଲ୍ୟର ବେଆଇନ ଗଞ୍ଜେଇ ଜବତ କରିଛି ବାଲିଗୁଡ଼ା ପୋଲିସ। ଘଟଣାସ୍ଥଳରୁ ୪୦ କ୍ବିଣ୍ଟାଲ ୬୫୦ ଗ୍ରାମ ଗଞ୍ଜେଇ ସହ ୫ଟି ଦେଶୀ ବନ୍ଧୁକ ଜବତ ହୋଇଥିବା ବେଳେ କାହାକୁ ଗିରଫ କରିବାରେ ସକ୍ଷମ ହୋଇ ନ ଥିବା ଜଣାପଡ଼ିଛି।

ସୂଚନାନୁଯାୟୀ, ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି କନ୍ଧମାଳ ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ବାଲିଗୁଡ଼ା ଅଞ୍ଚଳରେ ପୋଲିସ ପାଟ୍ରୋଲିଂ କଡ଼ାକଡ଼ି କରାଯାଇଛି। ଏଭଳି ସ୍ଥିତିରେ ଚୋରା ଚାଲାଣ ପାଇଁ ଗଦ୍ରିଙ୍ଗିଆ ଘାଟି ନିକଟସ୍ଥ ଇର୍ପିଗୁଡ଼ା ଜଙ୍ଗଲରେ ବିପୁଳ ପରିମାଣର ବେଆଇନ ଗଞ୍ଜେଇ ମାଫିଆମାନେ ଗଚ୍ଛିତ ରଖିଥିବା ବିଶ୍ବସ୍ତ ସୂତ୍ରରୁ ଖବର ପାଇ ଚଢ଼ାଉ କରିଥିଲା ପୋଲିସ। ଘଟଣାକୁ ନେଇ ବାଲିଗୁଡ଼ା ଥାନା କେସ୍‌ ନଂ ୧୦୩/୨୦୨୪ ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା ବେଳେ ମାଫିଆଙ୍କୁ ଧରିବା ପାଇଁ ଜାଲ ବିଛାଇଥିବା ବିଷୟ ବାଲିଗୁଡ଼ା ଏସ୍‌ଡିପିଓ ରାହୁଲ ଗୋଏଲ ସୂଚନା ଦେଇଛନ୍ତି l

 


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ପାୱାରର ଶୋଷଣ ବିରୋଧରେ ତାତିଲା କଂଗ୍ରେସ

ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ...

ଜାନୁଆରୀ ୧୧ ସୁଦ୍ଧା ଏହି ୩ ରାଶିର ହେବାକୁ ଯାଉଛି ବଡ଼ ପରିବର୍ତ୍ତନ, ଗ୍ରହଙ୍କ ରାଜା ‘ସୂର୍ଯ୍ୟ’ କଲେ ନକ୍ଷତ୍ର ଗୋଚର

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ, ଯାହାକୁ ସୂର୍ଯ୍ୟ ଦେବତା ଏବଂ ଗ୍ରହମାନଙ୍କର ରାଜା ଉଭୟ ଭାବରେ ବିବେଚନା କରାଯାଏ, ୨୦୨୫ରେ ତାଙ୍କର ଶେଷ ଗୋଚର ସମାପ୍ତ କରିଛି।...

କାହା ପାଇଁ ପ୍ରଭାତ ପିନ୍ଧୁଛନ୍ତି ଲାଲ ପୋଷାକ, କିଏ ସଜାଇ ଛନ୍ତି ତାଙ୍କୁ ନାଲି ବାବା, ସବୁ ଗୁମର ଖୋଲିଦେଲେ…

ଭୁବନେଶ୍ୱର,୨୯।୧୨: ଦେବାଶିଷ ସାମନ୍ତରାୟଙ୍କ ଆକ୍ଷେପ ଉପରେ କଡ଼ା ଜବାବ ରଖିଲେ ପ୍ରଭାତ ବିଶ୍ୱାଳ। ପ୍ରଭାତ କହିଛନ୍ତି, ମୁଁ କେଉଁଭଳିଆ ନେତା କଟକବାସୀ ଜାଣନ୍ତି। ଦେବାଶିଷଙ୍କ ନାଲି...

ତପ୍ତପାଣି ଘାଟିରେ ଦୁର୍ଘଟଣା: କାର ଉପରେ ଓଲଟି ପଡ଼ିଲା କାଜୁ ବୋଝେଇ ଟ୍ରକ୍, ତାପରେ…

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ଖେମୁଣ୍ଡିଖୋଲ ଗାଁ ନିକଟ ମୁଖ୍ୟରାସ୍ତାରେ ସଡ଼କ ଦୁର୍ଘଟଣା ହୋଇଛି । ସୋମବାର ମଧ୍ୟାହ୍ନ ପ୍ରାୟ ୧...

ବରୁଣେଶ୍ୱର ମକର ମେଳା: ୫ରୁ ମିଳିବ ବ୍ୟବସାୟୀଙ୍କୁ ଷ୍ଟଲ ରସିଦ

ବିଞ୍ଝାରପୁର,୨୮ା୧୨(ରାମକୃଷ୍ଣ ଦାସ): ଆସନ୍ତା ଜାନୁଆରୀ ୧୪ ମକର ସଂକ୍ରାନ୍ତିଠାରୁ ବିଞ୍ଝାରପୁର ବ୍ଲକ୍‌ ଅଧୀନ ଅରେଇ ପଞ୍ଚାୟତର ବରୁଣେଶ୍ୱର ମକର ମେଳା ପଡ଼ିଆରେ ରାଜ୍ୟସ୍ତରୀୟ ମେଳା ଅନୁଷ୍ଠିତ...

୨୦୨୬ରେ ଆସୁଛି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ଖୁସିଖବର: ଟିମ ଇଣ୍ଡିଆରେ…

ନୂଆଦିଲ୍ଲୀ,୨୯।୧୨: ଟି-୨୦ କ୍ରିକେଟରେ ଟିମ ଇଣ୍ଡିଆର ପ୍ରଭାବଶାଳୀ ପ୍ରଦର୍ଶନ ଜାରି ରହିଛି। ସୂର୍ଯ୍ୟକୁମାର ଯାଦବ ଅଧିନାୟକତ୍ୱ ଗ୍ରହଣ କରିବା ପରଠାରୁ, ଭାରତୀୟ ଦଳ ଏହି ଫର୍ମାଟରେ...

ନକଲି ବିଦେଶୀ ମଦ କାରାଖାନା ଠାବ, ନାମୀଦାମୀ କମ୍ପାନୀର ନକଲି ମଦ ଜବତ

କୋଟପାଡ଼ (ରାଜଶେଖର ),୨୯ା୧୨: କୋରାପୁଟ ଜିଲା କୋଟପାଡ଼ ଅଞ୍ଚଳରୁ ବିପୁଳ ପରିମାଣରେ ନକଲି ମଦ ଜବତ ହୋଇଛି । ରବିବାର ରାତିରେ ଅବକାରୀ ବିଭାଗ କର୍ମଚାରୀ...

ସରକାରୀ ଜମିକୁ ଜବରଦଖଲ କଲା ଘରୋଇ ଶିକ୍ଷାନୁଷ୍ଠାନ: ତାତିଲେ ଗାଁ ଲୋକେ, ଦେଲେ ଏଭଳି ଚେତାବନୀ

ପାଟଣା,୨୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ମୂଷା ଖୋରି ଆରଆଇ ସର୍କଲ ଅନ୍ତର୍ଗତ ଭାଲୁଘର ମୌଜାର ହୁଡ଼ି ଓ ସରକାରୀ ଜମିକୁ ବିବେକାନନ୍ଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri