ଆଜିଠାରୁ ୪ଦିନିଆ ‘ପ୍ରୋପ୍ୟାକ୍‌ ଓଡ଼ିଶା’

ଭୁବନେଶ୍ୱର,୨୫।୮: ରାଜ୍ୟର ପ୍ରମୁଖ ଶିଳ୍ପ ସଂଘ ‘ଓଡ଼ିଶା ଆସେମ୍ବ୍ଲି ଅଫ୍‌ ସ୍ମଲ୍‌ ଆଣ୍ଡ ମିଡିୟମ ଏଣ୍ଟରପ୍ରାଇଜେସ୍‌’ (ଓସ୍‌ମି) ପକ୍ଷରୁ ଏକ ୪ ଦିନିଆ ପ୍ରଦର୍ଶନୀ ଓ କର୍ମଶାଳାଭିତ୍ତିକ କାର୍ଯ୍ୟକ୍ରମ ‘ପ୍ରୋପ୍ୟାକ୍‌ ଓଡ଼ିଶା-୨୦୨୨’ର ଆୟୋଜନ କରାଯାଉଛି। ଚଳିତ ମାସ ୨୫ ରୁ ୨୮ତାରିଖ ପର୍ଯ୍ୟନ୍ତ ଉକ୍ତ କାର୍ଯ୍ୟକ୍ରମ ସ୍ଥାନୀୟ ଜନତା ମଇଦାନଠାରେ ହେବାକୁ ଯାଉଛି। ଏପରିକି କେନ୍ଦ୍ର ସରକାରଙ୍କ ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରଣାଳୟ ଏବଂ ଓଡ଼ିଶା ସରକାରଙ୍କ ଏମ୍‌ଏସ୍‌ଏମ୍‌ଇ ବିଭାଗର ସହଯୋଗରେ ଓସ୍‌ମି ଏଭଳି ଏକ ବୃହତ୍‌ କାର୍ଯ୍ୟକ୍ରମର ପରିକଳ୍ପନା କରିପାରିଛି। ଏଥିରେ ମଧ୍ୟ ଉଭୟ ସରକାରୀ ଓ ବେସରକାରୀ ବର୍ଗର ବିଭିନ୍ନ ସଂସ୍ଥା ମଧ୍ୟ ମିଳିତ ସହଯୋଗ ପ୍ରଦାନ କରିଛନ୍ତି। ଏହା ପୂର୍ବ ଭାରତର ସର୍ବବୃହତ୍‌ ଏବଂ ଓଡ଼ିଶାର ପ୍ରଥମ ପ୍ୟାକେଜିଂ, ଖାଦ୍ୟ ପ୍ରକ୍ରିୟାକରଣ, ପ୍ରିଣ୍ଟିଂ ଏବଂ କନ୍‌ଭର୍ଟିଂ ପ୍ରଦର୍ଶନୀ ହେବ ବୋଲି ଓସ୍‌ମି ପକ୍ଷରୁ କୁହାଯାଇଛି।

ଉକ୍ତ କାର୍ଯ୍ୟକ୍ରମରେ ଅତିଥି ଭାବେ କେନ୍ଦ୍ର ଏମ୍‌ଏସ୍‌ଏମ୍‌ଇ ରାଷ୍ଟ୍ରମନ୍ତ୍ରୀ ଭାନୁ ପ୍ରତାପ ସିଂ ବର୍ମା, କେନ୍ଦ୍ର ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରଣାଳୟର ସଚିବ ବି.ବି.ସ୍ବାଇଁ, ରାଜ୍ୟ ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ପ୍ରତାପ କେଶରୀ ଦେବ ଏବଂ ଶିଳ୍ପ ସଚିବ ହେମନ୍ତ କୁମାର ଶର୍ମା, ଏମ୍‌ଏସ୍‌ଏମ୍‌ଇ ସଚିବ ରଞ୍ଜନା ଚୋପ୍ରା ଓ ରାଷ୍ଟ୍ରାୟତ୍ତ ଉଦ୍ୟୋଗର ପ୍ରମୁଖ ବ୍ୟକ୍ତିବିଶେଷ ଯୋଗଦେବେ ବୋଲି ଜଣାପଡ଼ିଛି। ଏହି ପରିପ୍ରେକ୍ଷରେ ସମଗ୍ର ଦେଶରୁ ଏମ୍‌ଏସ୍‌ଏମ୍‌ଇ ଉଦ୍ୟୋଗୀମାନେ ଯୋଗଦେବେ। ଉକ୍ତ ପ୍ରଦର୍ଶନୀରେ ମୋଟ ୧୫୦ ଷ୍ଟଲ୍‌ ସାଙ୍ଗକୁ ଦୈନିକ ୫ ହଜାରରୁ ଊର୍ଦ୍ଧ୍ୱ ବାଣିଜି୍ୟକ ପରିଦର୍ଶନକାରୀ ମଧ୍ୟ ଯୋଗଦେବା କାର୍ଯ୍ୟକ୍ରମ ରହିଛି।

ଏହାବାଦ୍‌ ଏମ୍‌ଏସ୍‌ଏମ୍‌ଇର ବିଭିନ୍ନ ଦିଗ ଉପରେ ପ୍ରତିଦିନ ସେମିନାର ଏବଂ ଉଲ୍ଲେଖନୀୟ ଯୋଗଦାନ ରଖୁଥିବା ବ୍ୟକ୍ତିବିଶେଷକୁ ସମ୍ବର୍ଦ୍ଧିତ କରାଯିବ ବୋଲି ଆୟୋଜକଙ୍କ ପକ୍ଷରୁ କୁହାଯାଇଛି। ଏହି ଜାତୀୟସ୍ତରୀୟ ପ୍ରଦର୍ଶନୀରେ ସାରା ଭାରତରୁ ପ୍ୟାକେଜିଂ ଓ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପର ୪୦ରୁ ଅଧିକ ଶିଳ୍ପ ସଂସ୍ଥା ଅଂଶଗ୍ରହଣ କରିବାକୁ ଥିବା ବେଳେ ଇରାନର ଏକ ବହୁଦେଶୀୟ କମ୍ପାନୀ ମଧ୍ୟ ଉକ୍ତ ପ୍ରଦର୍ଶନୀରେ ସାମିଲ ହେଉଛି। ସେହିଭଳି ଓଡ଼ିଶାର ବିଭିନ୍ନ ସ୍ଥାନରୁ ୧୦୦ରୁ ଅଧିକ ଏସ୍‌ଏମ୍‌ଇ ଅନୁଷ୍ଠାନ ଉକ୍ତ ପ୍ରଦର୍ଶନୀରେ ଭାଗନେବେ ବୋଲି ସୂଚନା ମିଳିଛି। ଏ ସମ୍ପର୍କରେ ଓସ୍‌ମିର ମହାସଚିବ ସାତ୍ୱିକ ସ୍ବାଇଁ କହିଛନ୍ତି, ଆମେ ଆମର ୩୬ତମ ପ୍ରତିଷ୍ଠା ଦିବସ ପାଳନ କରିବାକୁ ଯାଉଥିବା ବେଳେ ଭୁବନେଶ୍ୱରରେ ଆୟୋଜନ ହେବାକୁ ଥିବା ୨ଟି କାର୍ଯ୍ୟକ୍ରମ ପ୍ରୋପ୍ୟାକ୍‌ ଓଡ଼ିଶା ଏବଂ ଓଡ଼ିଶା ଏମ୍‌ଏସ୍‌ଏମ୍‌ଇ ମିଟ୍‌-୨୦୨୨ ସମ୍ପର୍କରେ ଘୋଷଣା କରି ଅତ୍ୟନ୍ତ ଆନନ୍ଦିତ।


Enter your email to get our daily news in your inbox.

All Right Reserved By Dharitri.Com

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

‘ମୋଦି ମୋତେ କହିଲେ ମୋ ପରେ ତୁମେ…’, ରାହୁଲଙ୍କ ବୟାନକୁ ନେଇ ଜୋରଦାର ଚର୍ଚ୍ଚା

ନୂଆଦିଲ୍‌ଲୀ,୩୦।୯: କଂଗ୍ରେସ କାର୍ଯ୍ୟକାରୀ କମିଟି (CWC) ବୈଠକ ପରେ ରାହୁଲ ଗାନ୍ଧୀଙ୍କ ଏକ କଥିତ ବୟାନକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି। ରାହୁଲ ଗାନ୍ଧୀ ବୈଠକରେ ର୍ନିବାଚନ…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ମିଶ୍ର): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ବଦଳିବ ରାହୁ-କେତୁଙ୍କ ଚାଲି: କନ୍ୟା,ମୀନ ରାଶିଙ୍କ ସମେତ ୬ ରାଶିଙ୍କ ଗୋଲଡେନ ଟାଇମ୍‌ ଆରମ୍ଭ, ଧନବର୍ଷା ସହ ବଡ଼ ଚାକିରିର ଅଫର୍‌

ରାହୁ ମକର ରାଶିକୁ ଏବଂ କେତୁ କର୍କଟ ରାଶିକୁ ଆସିବା ଫଳରେ ଡିସେମ୍ୱର ମାସରେ ଅନେକ ରାଶିଙ୍କ ପାଇଁ ଭଲ ସମୟ ଆରମ୍ଭ ହେବ। ଭାଗ୍ୟଶାଳୀ ରାଶିମାନଙ୍କ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?