ଆହୁରି ବର୍ଷିବ ୪ଦିନ

ଭୁବନେଶ୍ୱର, ୭।୮(ବ୍ୟୁରୋ)-ଉତ୍ତର ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି। ଏହାର ପ୍ରଭାବରେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ। ଏହି ୪ଦିନ ପ୍ରବଳ ବର୍ଷା ନେଇ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୮ତାରିଖ ଦିନ ଜଗତସିଂହପୁର, ପୁରୀ, ଗଞ୍ଜାମ, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବ। ତେବେ କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁରରେ ଝଡ଼ତୋଫାନ ସହ ବଜ୍ରପାତ ହେବ। ଏଥିପାଇଁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି। ବଜ୍ରପାତ ନେଇ ଏସମସ୍ତ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। କିନ୍ତୁ ୯ ଓ ୧୦ତାରିଖ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୯ତାରିଖରେ କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, କଳାହାଣ୍ଡି, ଗଞ୍ଜାମରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାଥିବାବେଳେ ନୂଆପଡ଼ା, ରାୟଗଡ଼ା, ଗଜପତି, ପୁରୀ, ବରଗଡ଼, ସୋନପୁର, ସମ୍ବଲପୁରରେ ପ୍ରବଳ ବର୍ଷା ହେବ। ସେହିପରି ୧୦ତାରିଖ ଦିନ କଳାହାଣ୍ଡି, କନ୍ଧମାଳ, କୋରାପୁଟ, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, ନୟାଗଡ଼, ନବରଙ୍ଗୁପର, ଗଞ୍ଜାମରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ମାଲକାନଗିରି, ପୁରୀ, ଖୋର୍ଦ୍ଧା ସୋନପୁର, ସମ୍ବଲପୁର, ଅନୁଗୋଳରେ ପ୍ରବଳ ବର୍ଷା ହେବ। ସେହିପରି ୧୧ତାରିଖରେ ନୂଆପଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ମାଲକାନଗିରିରେ ପ୍ରବଳ ବର୍ଷା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ଫେସ୍‌ବୁକ୍‌ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ

ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍‌ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ…

ବାଇକ୍‌ରେ ଯାଉଥିବାବେଳେ ଯୁବକଙ୍କ ଉପରେ ଭାଙ୍ଗିପଡ଼ିଲା ଗଛ ଡାଳ, ପେଟରେ ଗଳିଯିବାରୁ…

କେନ୍ଦ୍ରାପଡ଼ା,୧୮ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ ରାସ୍ତାରେ ଶୁକ୍ରବାର ଏକ ଅଘଟଣ ଘଟିଛି।ଏହି ରାସ୍ତାର କଂସାରଠାରେ ଗଛଡାଳ ବାଇକ୍‌ ଉପରେ ପଡ଼ିବା ସହ…

ଗୋଟିଏ ରୁମ୍‌ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…

ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍‌ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାରପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

ଡିଜିପି ଚୟନ: ୨୨ ଶୁଣାଣିକୁ ଅପେକ୍ଷା

ଭୁବନେଶ୍ୱର,୧୮ା୯(ସୁନିତ୍‌ ମିଶ୍ର): ଓଡ଼ିଶା ଡିଜିପି ଚୟନ ନେଇ ଆସନ୍ତା ୨୨ ତାରିଖ ଦିନ ସୁପ୍ରିମକୋର୍ଟରେ ଶୁଣାଣି ହେବ। ଗୁରୁବାର ଏହି ବାବଦରେ ସର୍ବୋଚ୍ଚ ନ୍ୟାୟଳୟରେ ଶୁଣାଣି ହେବାର…

ମୁଜାଗଡ଼ରେ ବୁଲୁଛି ମଣିଷମରା ହାତୀ, ଗାଈକୁ ଦଳି ମାରିଲା

ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଖଣ୍ଡିକୋଟି, ବେଲାଟୁନି ଓ ଗୁଣ୍ଡିରିବାଡ଼ି ଅଞ୍ଚଳରେ ଅଲଗା ହୋଇ ବୁଲୁଥିବା ୩ଟି…

ପିକ୍‌ଅପ୍‌ରେ ଚାଲାଣ ହେଉଥିଲେ ୭୫ ଛେଳି, ମାଡ଼ି ବସିଲା ପୋଲିସ,୩ ଜଣଙ୍କୁ ଗିରଫ କରି…

ଦେବଗଡ଼,୧୮ା୯(ଶଶାଙ୍କ ଶେଖର ଝାଙ୍କର): ପିକ୍‌ଅପ୍‌ ଭ୍ୟାନ୍‌ରେ ବେଆଇନ ଛେଳି ଚାଲାଣ ଘଟଣାରେ ଦେବଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପିକ୍‌ଅପ୍‌ ଭ୍ୟାନ୍‌ ଚାଳକ…

ବିପଦସଙ୍କୁଳ ଶ୍ରେଣୀଗୃହରେ ଚାଲିଛି ଐତିହ୍ୟପୂର୍ଣ୍ଣ ଶିକ୍ଷାନୁଷ୍ଠାନ

ସାକ୍ଷୀଗୋପାଳ,୧୮।୯(ପ୍ରଶାନ୍ତ କୁମାର ବାରିକ): ଯେଉଁଠି ଦିନେ ଶିକ୍ଷା ସହ ଶ୍ରମ, ଶୃଙ୍ଖଳା, ସେବା, ସ୍ବାବଲମ୍ବନ ଓ ଦେଶପ୍ରେମର ମନ୍ତ୍ର ଫୁଙ୍କି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ‘ମଣିଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?