ସମ୍ବଲପୁର, ବରଗଡ଼ରେ ୪ଦିନ ବିଦ୍ୟୁତ୍‌ କାଟ

ସମ୍ବଲପୁର,୫ା୭ (ବ୍ୟୁରୋ): ସମ୍ବଲପୁର ଚିପିଲିମା ପାୱାର ହାଉସ୍‌ରେ ମରାମତି କାମ ଯୋଗୁ ସମ୍ବଲପୁର ଓ ବରଗଡ ଜିଲାର ବିଭିନ୍ନ ଅଞ୍ଚଳକୁ ୪ଦିନ ବିଦ୍ୟୁତ୍‌ ଯୋଗାଣ ପ୍ରଭାବିତ ହେବ। ଓଏଚ୍‌ପିସି ପକ୍ଷରୁ ଚିପିଲିମାରେ ପାୱାର ଟ୍ରାନ୍ସଫର୍ମରରେ ୧୨.୫ ଏମ୍‌ଭିଏ କ୍ଷମତାବିଶିଷ୍ଟ ନୂଆ ପାୱାର ବ୍ରେକର ସ୍ଥାପନ କରାଯିବ। ଏହି କାରଣରୁ ୭ ତାରିଖ ସକାଳ ୮ଟାରୁ ୧୦ ତାରିଖ ଅପରାହ୍ନ ୫ଟା ପର୍ଯ୍ୟନ୍ତ ସମ୍ବଲପୁର ସର୍କଲର ଗୋଶାଳା, ଚିପିଲିମା, ଧମା, କୁଦଗୁଣ୍ଡେରପୁର, ହାତୀବାରି, ତୁଲୁଣ୍ଡି ଓ ଯୁଯୁମୁରା ଅଞ୍ଚଳ ଏବଂ ବରଗଡ ସର୍କଲର ଖୁଣ୍ଟୁଲିପାଲି, ଗଣ୍ଡତୁରୁମ, ମହୁଲପାଲି ଓ ଧାତୁକପାଲି ଅଞ୍ଚଳରେ ବିଦ୍ୟୁତ୍‌ ଯୋଗାଣ ପ୍ରଭାବିତ ହେବ। ପ୍ରତି ୩ ଘଣ୍ଟାରେ ଥରେ ଏକଘଣ୍ଟା ପର୍ଯ୍ୟନ୍ତ ବିଦ୍ୟୁତ୍‌ ଯୋଗାଣ ବନ୍ଦ ରହିବ ବୋଲି ଟିପିଡବ୍ଲ୍ୟୁଓଡିଏଲ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଅଞ୍ଚଳକୁ ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣ ପାଇଁ ୨୪ ମେଗାୱାଟ ବିଦ୍ୟୁତ୍‌ ଯୋଗାଣର ଆବଶ୍ୟକତା ଥିବାବେଳେ ଓଏଚ୍‌ପିସି ଏହି ଅବଧି ମଧ୍ୟରେ ମାତ୍ର ୧୬ ମେଗାୱାଟ ବିଦ୍ୟୁତ୍‌ ଯୋଗାଇବ। ତଥାପି ଓଏଚ୍‌ପିସି ସହିତ ଯୋଗସୂତ୍ର ରକ୍ଷା କରି ପ୍ରତି ୨୪ ଘଣ୍ଟାରେ ସର୍ବାଧିକ ୬ ଘଣ୍ଟା ମଧ୍ୟରେ ବିଦ୍ୟୁତ କାଟ୍‌ କରିବା ପାଇଁ ଚେଷ୍ଟା କରାଯିବ ବୋଲି ଟିପିଡବ୍ଲ୍ୟୁଓଡିଏଲ୍‌ ପକ୍ଷରୁ କର୍ପୋରେଟ୍‌ କମ୍ୟୁନିକେଶନ୍‌ ମୁଖ୍ୟ ମନୋଜ ପଟ୍ଟନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ନିଆରା ଢଙ୍ଗରେ ଦେବଶିଳ୍ପୀଙ୍କ ପୂଜା, ଲୋକଙ୍କୁ ସୌର ଆଲୋକ ଓ ଯୋଜନା ସମ୍ପର୍କରେ…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଏକାଧିକ ସ୍ଥାନରେ ବିଶ୍ୱକର୍ମା ପୂଜା ବଡ଼ ଧୂମ୍‌ଧାମରେ ଅନୁଷ୍ଠିତ ହୋଇଯାଇଛି। ଦାରିଙ୍ଗବାଡ଼ିର ସରକାରୀ ଆଇଟିଆଇ ପରିସରରେ ଅଧ୍ୟକ୍ଷ ସୁଶାନ୍ତ କୁମାର…

ମା’ ପାଟ୍ଟଖଣ୍ଡା ମନ୍ଦିରରେ ଦୀପ ଜାଳିଲେ ଶତାଧିକ ମହିଳା, ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରି…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସ ପାଳନ ଅବସରରେ ଆଶୀର୍ବାଦ ପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଆଶୀର୍ବାଦର ଦୀପଟିଏ କାର୍ଯ୍ୟକ୍ରମ ବ୍ଲକ ନୋଡାଲ…

ଭାରତରେ iPhone 18 Pro, 18 Pro Max ବିକ୍ରି ଆରମ୍ଭ, ଅଧରାତିରୁ ଷ୍ଟୋର୍‌ ବାହାରେ ଲମ୍ବା ଲାଇନ୍‌

ନୂଆଦିଲ୍ଲୀ,୧୮ା୯: ଭାରତରେ ଆପଲ୍‌ iPhone 18 Pro ଓ iPhone 18 Pro Maxର ଅଫିସିଆଲ୍‌ ବିକ୍ରି ଶୁକ୍ରବାରଠାରୁ ଆରମ୍ଭ ହୋଇଛି । ନୂଆ iPhone କିଣିବା…

ମୁଜାଗଡ଼ରେ ବୁଲୁଛି ମଣିଷମରା ହାତୀ, ଗାଈକୁ ଦଳି ମାରିଲା

ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଖଣ୍ଡିକୋଟି, ବେଲାଟୁନି ଓ ଗୁଣ୍ଡିରିବାଡ଼ି ଅଞ୍ଚଳରେ ଅଲଗା ହୋଇ ବୁଲୁଥିବା ୩ଟି…

F-16 ଫାଇଟର ଜେଟ୍‌ ଦୁର୍ଘଟଣା, ହୁତୁହୁତୁ ହୋଇ…

ଓ୍ବାଶିଂଟନ,୧୮।୯: ଆମେରିକାର ମିଚିଗାନରେ ନିୟମିତ ପ୍ରଶିକ୍ଷଣ ଉଡ଼ାଣ ସମୟରେ ଟେକ୍ସାସ ଏୟାର ନ୍ୟାସନାଲ ଗାର୍ଡର ଏକ F-16 ଫାଇଟର ଜେଟ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଗ୍ରାଣ୍ଡ ଟ୍ରାଭର୍ସ…

ଏଇ ଭାରତରେ

ତାମିଲନାଡୁର ସତ୍ୟମଙ୍ଗଳମ୍‌ ବ୍ୟାଘ୍ର ସଂରକ୍ଷିତ ଜଙ୍ଗଲରେ ଲାଟାନା ଘାସ ଏବେ ଆଦିବାସୀଙ୍କ ପାଇଁ ଜୀବିକାର ସାହାରା ପାଲଟିଛି। କେବଳ ଏତିକି ନୁହେଁ ଜଙ୍ଗଳ ଅର୍ଥନୀତିକୁ ମଧ୍ୟ ସଶକ୍ତ…

ବିକାଶ ବେଦିରେ ବଳି

ଓଡ଼ିଶାର ଆଦିବାସୀମାନଙ୍କ ଅସ୍ତିତ୍ୱ ଦିନକୁ ଦିନ ଅଧିକ ବିପନ୍ନ ହେଉଥିବା ଦେଖିବାକୁ ମିଳୁଛି। ସେମାନଙ୍କର ମାଟି, ପାଣି, ଜଙ୍ଗଲ, ଝରଣା, ପାହାଡ଼ ଧୀରେ ଧୀରେ ସେମାନଙ୍କ କବଳରୁ…

ନିଜକୁ ଚିହ୍ନିବା

ଓଡ଼ିଆରେ ଗୋଟିଏ ଢଗ ଅଛି, ”ନିଜ ବୁଦ୍ଧିରେ ଶୃଗାଳ ହେବ ପଛେ, ପର ବୁଦ୍ଧିରେ ସିଂହ ହେବନାହିଁ।“ ଏହି ଢଗଟି ପରୋକ୍ଷରେ ପ୍ରସଙ୍ଗ ‘ନିଜକୁ ନିଜେ ଚିହ୍ନିବା’ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?