ବ୍ରହ୍ମପୁରରେ ୪ ଦିନିଆ ଶଟ୍‌ଡାଉନ୍‌ ଘୋଷଣା: ଅତ୍ୟାବଶ୍ୟକୀୟ ସାମଗ୍ରୀ ନେବାକୁ ବଜାରରେ ଅସମ୍ଭାଳ ଭିଡ଼

ବ୍ରହ୍ମପୁର ଅଫିସ,୨୬ା୬: କରୋନା ସଂକ୍ରମଣ ରୋକିବା ଦୃଷ୍ଟିରୁ ଜିଲା ପ୍ରଶାସନ ପକ୍ଷରୁ ଶନିବାରଠାରୁ ୪ ଦିନ ପର୍ଯ୍ୟନ୍ତ ବ୍ରହ୍ମପୁର ସମ୍ପୂର୍ଣ୍ଣ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଶୁକ୍ରବାର ସକାଳୁ ସହରର ପରିବା ମାର୍କେଟ,ଭେଣ୍ଡିଂ ଜୋନ୍‌ଗୁଡ଼ିକରେ ଲୋକମାନଙ୍କ ପ୍ରବଳ ଭିଡ଼ ଜମିଥିବାର ଦେଖିବାକୁ ମିଳିଛି । ଶନିବାରଠାରୁ ଆସନ୍ତା ମଙ୍ଗଳବାର ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଯଥା ପନିପରିବା, ତେଜରାତି ସମେତ ସମସ୍ତ ପ୍ରକାର ଦୋକାନ ବଜାର ବନ୍ଦ ରହିବ ବୋଲି ଜିଲାପାଳ ସ୍ପଷ୍ଟ କରିଥିଲେ। କେବଳ ଔଷଧ ଦୋକାନ, ସ୍ବାସ୍ଥ୍ୟସେବା ଓ କ୍ଷୀର ଯୋଗାଣ ସହରରେ ଜାରି ରହିବ। ବଜାରରେ ପନିପରିବା ଭଳି ସାମଗ୍ରୀ ମିଳିବ ନାହିଁ ବୋଲି ଲୋକେ ଜାଣିବାକୁ ପାଇଥିଲେ । ଏଣୁ ଶୁକ୍ରବାର ବଡି ଭୋର୍‌ରୁ ଲୋକମାନେ ବଜାର ସମେତ ରାସ୍ତା ପାର୍ଶ୍ୱରେ ବିକ୍ରି ହେଉଥିବା ପନି ପରିବା ଓ ଭେଣ୍ଡିଂ ଜୋନ୍‌ରେ ବିଭିନ୍ନ ସାମଗ୍ରୀ କିଣିବାକୁ ଭିଡ଼ ଜମାଇଥିବାର ଦେଖିବାକୁ ମିଳିଛି ।
ସୂଚନାଯୋଗ୍ୟ, ଏପ୍ରିଲ ଶେଷସୁଦ୍ଧା ଗଞ୍ଜାମରେ କେହି ଜଣେ ହେଲେ କରୋନା ପଜିଟିଭ୍‌ ବାହାରି ନ ଥିଲେ। ପ୍ରବାସୀ ଓଡ଼ିଆଙ୍କ ଆଗମନ ଯୋଗ ପ୍ରଥମେ ମେ’ ୨ରେ ଜିଲାରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲା। ବେଶ୍‌ କିଛିଦିନ ପର୍ଯ୍ୟନ୍ତ କରୋନା ଭୂତାଣୁ ସଙ୍ଗରୋଧ କେନ୍ଦ୍ରରେ ସୀମିତ ଥିଲା। ବ୍ରହ୍ମପୁର ସହର ଭିତରେ କୌଣସି ସ୍ଥାନରେ ସଙ୍ଗରୋଧ କେନ୍ଦ୍ର କରାଯାଇ ନ ଥିବାରୁ ଏହି ସହର କରୋନାଠାରୁ ବହୁ ଦୂରରେ ରହିଥିଲା। ଏବେ ଆଉ ସ୍ଥିତି ନାହିଁ। ବର୍ତ୍ତମାନ କରୋନା ସଙ୍ଗରୋଧ କେନ୍ଦ୍ରରୁ ବାହାରି ଗଳିକନ୍ଦିରେ ସଂକ୍ରମିତ କରିଛି । ସଂକ୍ରମଣ ରୋକିବାକୁ ବ୍ୟାପକ ପଦକ୍ଷେପ ସତ୍ତ୍ୱେ ବ୍ରହ୍ମପୁରରେ କରୋନା କାୟା ବିସ୍ତାର କରି ଚାଲିଛି। ଗୋଟିଏ ଦିନରେ ୫୦ କରୋନା ପଜିଟିଭ୍‌ ବାହାରିଛନ୍ତି। ଏହାକୁ ଦୃଷ୍ଟିରେ ଜିଲା ପ୍ରଶାସନ ପକ୍ଷରୁ ଏଭଳି କଡ଼ା ପଦକ୍ଷେପ ନିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri