ବ୍ରହ୍ମପୁରରେ ୪ ଦିନିଆ ଶଟ୍‌ଡାଉନ୍‌ ଘୋଷଣା: ଅତ୍ୟାବଶ୍ୟକୀୟ ସାମଗ୍ରୀ ନେବାକୁ ବଜାରରେ ଅସମ୍ଭାଳ ଭିଡ଼

ବ୍ରହ୍ମପୁର ଅଫିସ,୨୬ା୬: କରୋନା ସଂକ୍ରମଣ ରୋକିବା ଦୃଷ୍ଟିରୁ ଜିଲା ପ୍ରଶାସନ ପକ୍ଷରୁ ଶନିବାରଠାରୁ ୪ ଦିନ ପର୍ଯ୍ୟନ୍ତ ବ୍ରହ୍ମପୁର ସମ୍ପୂର୍ଣ୍ଣ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଶୁକ୍ରବାର ସକାଳୁ ସହରର ପରିବା ମାର୍କେଟ,ଭେଣ୍ଡିଂ ଜୋନ୍‌ଗୁଡ଼ିକରେ ଲୋକମାନଙ୍କ ପ୍ରବଳ ଭିଡ଼ ଜମିଥିବାର ଦେଖିବାକୁ ମିଳିଛି । ଶନିବାରଠାରୁ ଆସନ୍ତା ମଙ୍ଗଳବାର ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଯଥା ପନିପରିବା, ତେଜରାତି ସମେତ ସମସ୍ତ ପ୍ରକାର ଦୋକାନ ବଜାର ବନ୍ଦ ରହିବ ବୋଲି ଜିଲାପାଳ ସ୍ପଷ୍ଟ କରିଥିଲେ। କେବଳ ଔଷଧ ଦୋକାନ, ସ୍ବାସ୍ଥ୍ୟସେବା ଓ କ୍ଷୀର ଯୋଗାଣ ସହରରେ ଜାରି ରହିବ। ବଜାରରେ ପନିପରିବା ଭଳି ସାମଗ୍ରୀ ମିଳିବ ନାହିଁ ବୋଲି ଲୋକେ ଜାଣିବାକୁ ପାଇଥିଲେ । ଏଣୁ ଶୁକ୍ରବାର ବଡି ଭୋର୍‌ରୁ ଲୋକମାନେ ବଜାର ସମେତ ରାସ୍ତା ପାର୍ଶ୍ୱରେ ବିକ୍ରି ହେଉଥିବା ପନି ପରିବା ଓ ଭେଣ୍ଡିଂ ଜୋନ୍‌ରେ ବିଭିନ୍ନ ସାମଗ୍ରୀ କିଣିବାକୁ ଭିଡ଼ ଜମାଇଥିବାର ଦେଖିବାକୁ ମିଳିଛି ।
ସୂଚନାଯୋଗ୍ୟ, ଏପ୍ରିଲ ଶେଷସୁଦ୍ଧା ଗଞ୍ଜାମରେ କେହି ଜଣେ ହେଲେ କରୋନା ପଜିଟିଭ୍‌ ବାହାରି ନ ଥିଲେ। ପ୍ରବାସୀ ଓଡ଼ିଆଙ୍କ ଆଗମନ ଯୋଗ ପ୍ରଥମେ ମେ’ ୨ରେ ଜିଲାରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲା। ବେଶ୍‌ କିଛିଦିନ ପର୍ଯ୍ୟନ୍ତ କରୋନା ଭୂତାଣୁ ସଙ୍ଗରୋଧ କେନ୍ଦ୍ରରେ ସୀମିତ ଥିଲା। ବ୍ରହ୍ମପୁର ସହର ଭିତରେ କୌଣସି ସ୍ଥାନରେ ସଙ୍ଗରୋଧ କେନ୍ଦ୍ର କରାଯାଇ ନ ଥିବାରୁ ଏହି ସହର କରୋନାଠାରୁ ବହୁ ଦୂରରେ ରହିଥିଲା। ଏବେ ଆଉ ସ୍ଥିତି ନାହିଁ। ବର୍ତ୍ତମାନ କରୋନା ସଙ୍ଗରୋଧ କେନ୍ଦ୍ରରୁ ବାହାରି ଗଳିକନ୍ଦିରେ ସଂକ୍ରମିତ କରିଛି । ସଂକ୍ରମଣ ରୋକିବାକୁ ବ୍ୟାପକ ପଦକ୍ଷେପ ସତ୍ତ୍ୱେ ବ୍ରହ୍ମପୁରରେ କରୋନା କାୟା ବିସ୍ତାର କରି ଚାଲିଛି। ଗୋଟିଏ ଦିନରେ ୫୦ କରୋନା ପଜିଟିଭ୍‌ ବାହାରିଛନ୍ତି। ଏହାକୁ ଦୃଷ୍ଟିରେ ଜିଲା ପ୍ରଶାସନ ପକ୍ଷରୁ ଏଭଳି କଡ଼ା ପଦକ୍ଷେପ ନିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?