Posted inଜାତୀୟ

ପୋଲିସ କମାଣ୍ଡୋ ସମେତ ୪ ମୃତ

ଇମ୍ଫାଲ, ୮ା୭: ମଣିପୁର ବିଷ୍ଣୁପୁର ଜିଲାର ବିଭିନ୍ନ ସ୍ଥାନରେ ଗୁଳି ବିନିମୟ ଘଟି ଜଣେ ପୋଲିସ କମାଣ୍ଡୋଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ହୋଇଛି। ଏହି ହିଂସାକାଣ୍ଡରେ ଅନ୍ୟ କେତେଜଣ ଆହତ ହୋଇଛନ୍ତି। ଗୁରୁବାର ରାତି ୧ଟା ୩୦ରେ ମେଇତି ବହୁଳ ବିଷ୍ଣୁପୁରର ଆଓ୍ବଙ୍ଗ ଲେଇକେଇ ଏବଂ କୁକି ବହୁଳ ଚୁରାଚାନ୍ଦପୁର ଜିଲାର କାଙ୍ଗଭାଇ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏହି ଗୁଳିକାଣ୍ଡରେ ଚୁରାଚାନ୍ଦପୁରରୁ ୨ ଜଣ ଏବଂ ବିଷ୍ଣୁପୁରରୁ ଜଣେ ପ୍ରାଣ ହରାଇଛନ୍ତି। ଆହତମାନେ ଚୁରାଚାନ୍ଦପୁର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଯୁକ୍ତଦୁଇ ପାସ୍‌ କରିଥିବା ଜଣେ ଛାତ୍ର ରହିଛନ୍ତି। ଏହି ଘଟଣାରେ ଶତାଧିକ ସ୍ଥାନୀୟ ଲୋକେ ଓ ଉକ୍ତ ଛାତ୍ର ପଢ଼ୁଥିବା ସ୍କୁଲ୍‌ର ପିଲାମାନେ ଶୁକ୍ରବାର ରାସ୍ତାକୁ ଓହ୍ଲାଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଅପରାହ୍ନରେ ସେହି ଅଞ୍ଚଳରେ ପୁନର୍ବାର ଗୁଳିବିନିମୟ ଘଟି ଜଣେ ଆହତ ହୋଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ମୋଇରାଙ୍ଗ ଟୁରେଲ ମାପାନଠାରେ ସନ୍ଦିଗ୍ଧ ଉଗ୍ରପନ୍ଥୀ ଓ ପୋଲିସ ମଧ୍ୟରେ ଗୁଳି ବିନିମୟ ବେଳେ ଜଣେ କମାଣ୍ଡୋ ନିହତ ହୋଇଛନ୍ତି। ମୃତ ପୋଲିସ କମାଣ୍ଡୋ ପୁଖ୍ରାମବାମ ରଣବୀରଙ୍କ ମୁଣ୍ଡରେ ଗୁଳି ବାଜିଥିଲା। ତାଙ୍କୁ ପ୍ରଥମେ ଜିଲା ହସ୍ପିଟାଲ ଓ ପରେ ଇମ୍ଫାଲ ହସ୍ପିଟାଲ ନିଆଯାଉଥିବାବେଳେ ବାଟରେ ମୃତ୍ୟୁ ହୋଇଥିଲା। ଗତ ମେ’ ୩ରୁ ମଣିପୁରରେ ହିଂସାକାଣ୍ଡ ଲାଗିରହିଥିବାବେଳେ ଶତାଧିକ ଲୋକଙ୍କ ଜୀବନ ଗଲାଣି ଓ ୩,୦୦୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ହିଂସାକୁ ନିୟନ୍ତ୍ରଣ କରିବା ସହ ଉତ୍ତରପୂର୍ବାଞ୍ଚଳ ରାଜ୍ୟରେ ସ୍ବାଭାବିକ ଅବସ୍ଥା ଫେରାଇ ଆଣିବା ପାଇଁ ୪୦,୦୦୦ କେନ୍ଦ୍ରୀୟ ସୁରକ୍ଷା ଯବାନ ଓ ମଣିପୁର ପୋଲିସ ନିୟୋଜିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri