ରାଜ୍ୟରେ କମିବ ଶୀତ : ଘନ କୁହୁଡ଼ି ପାଇଁ ୟେଲୋ ଆଲର୍ଟ

ଭୁବନେଶ୍ୱର,୫।୧(ବ୍ୟୁରୋ): ବର୍ଷା ପରେ ଶୀତ ବୃଦ୍ଧି ପାଇଥିବା ବେଳେ ଏବେ ପୁଣି ତାପମାତ୍ରା ବଢିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୭ ତାରିଖ ପରେ ରାଜ୍ୟରେ ସ୍ବାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ । ପରେ ଶୀତ କମିବ । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପାଗ ମୁଖତଃ ଶୁଖିଲା ରହିବ । ଶୀତ କମିବା ସହ ଘନ କୁହୁଡିର ଆସ୍ତରଣ ଦେଖିବାକୁ ମିଳିବ । ୬ଟି ଜିଲା କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କନ୍ଧମାଳ ଏବଂ କଳାହାଣ୍ଡି ଜିଲାକୁ ଘନ କୁହୁଡ଼ି ପାଇଁ ୟେଲୋ ଆଲର୍ଟ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଛି। ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଏଭଳି ଘନ କୁହୁଡ଼ି ଜାରି ରହିବ । ବିଶେଷ କରି ଏହି ସବୁ ଜିଲାରେ ୨ଶହ ମିଟରରୁ କମ ଦୃଶ୍ୟମାନ ରହିବା ସମ୍ଭାବନା ରହିଛି । ଏଥିପାଇଁ ଗାଡି ଚାଳକଙ୍କୁ ସତର୍କତାର ସହ ଗାଡ଼ି ଚଳାଇବା ପାଇଁ ପରାମର୍ଶ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ବିଶ୍ୱକପ ଖେଳିବେ ନା ନାହିଁ ରୋହିତ-ବିରାଟ? ଶେଷରେ ବଡ଼ ବୟାନ ଦେଲା BCCI, ପ୍ରଶଂସକ ଶୁଣିଲେ…

ନୂଆଦିଲ୍ଲୀ,୧୩।୧୦: ରୋହିତ ଶର୍ମା ଏବଂ ବିରାଟ କୋହଲି ଭାରତୀୟ ଦିନିକିଆ ଦଳର ଗୁରୁତ୍ୱପୂର୍ଣ୍ଣ ଖେଳାଳି। କିଛି ମାସ ପୂର୍ବରୁ ଉଭୟ ୨୦୨୭ ଦିନିକିଆ ବିଶ୍ୱକପ ଖେଳିବେ କି…

୪୦ ଦିନରେ କମିଗଲା ୧୫ କେଜି ଓଜନ: ଦୁଃଖ ବଖାଣିଲେ ‘ଦୃଶ୍ୟମ ୩’ ଅଭିନେତ୍ରୀ

ମୁମ୍ବାଇ: ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ଦୃଶ୍ୟମ ୩’ରେ ନଜର ଆସିଥିବା ଅଭିନେତ୍ରୀ ଇଶିତା ଦତ୍ତା ନିଜର ଦ୍ୱିତୀୟ ଗର୍ଭଧାରଣ ସମୟର କଷ୍ଟଦାୟକ ଅନୁଭୂତି…

ଜଗୁଆଳିଙ୍କ ମୃତଦେହ ଜବତ ଘଟଣା, ଥାନାରେ ଅଭିଯୁକ୍ତଙ୍କ ଆତ୍ମସମର୍ପଣ

ଟେନସା,୧୩।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ସର୍ଗିଗଡ଼ ଗ୍ରାମ ନିକଟରେ ସୋମବାର ରାତିରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ଜଗୁଆଳିଙ୍କୁ ମାରି ଫିଙ୍ଗି…

କ୍ରିକେଟ ଜଗତରେ ଶୋକର ଛାୟା, ମାତ୍ର ୩୬ ବର୍ଷ ବୟସରେ ଚୀର ନିଦ୍ରାରେ ଶୋଇଗଲେ ଏହି ଆନ୍ତର୍ଜାତୀୟ ଅମ୍ପାୟାର

ନୂଆଦିଲ୍ଲୀ,୧୩।୧୦: ଜିମ୍ବାୱେ ମହିଳା କ୍ରିକେଟ ଦଳର ପୂର୍ବତନ ଦ୍ରୁତ ବୋଲର୍‌ ତଥା ଅମ୍ପାୟାର୍‌ ସାରା ଡାମ୍ବାନେଭାନାଙ୍କ ୩୬ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ମାସ ଧରି…

ମୋ ଭାଇ ଡାକୁଛି, ମୁଁ ପଳେଇବି…୬ ମାସ ଭିତରେ ଡକାଡକି ହୋଇ ଚାଲିଗଲେ ୩ ଭାଇ, ଜାଣନ୍ତୁ ଚାଞ୍ଚଲ୍ୟକର ଘଟଣା

କାନପୁର,୧୩।୧୦: ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମାତ୍ର ୬ ମାସ ମଧ୍ୟରେ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?