କେଦାରନାଥରେ ଫସିଲେ କେନ୍ଦୁଝରର ୪ ଭକ୍ତ

କେନ୍ଦୁଝର,୩ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ୪ ଜଣ ବୋଲବମ୍‌ ଭକ୍ତ ଉତ୍ତରାଖଣ୍ଡର କେଦାରନାଥରେ ଫସି ରହିଛନ୍ତି। ୩ ଦିନ ହେଲାଣି ସେମାନେ ସେଠାରେ ଫସି ରହିଥିବା ସୂଚନା ମିଳିଛି। ତେଲକୋଇ ଥାନା ଅଞ୍ଚଳର ୩ ଜଣ ଓ ସଦର ଥାନା ଅଞ୍ଚଳର ଜଣେ ଭକ୍ତ ରହିଛନ୍ତି। ଗତ ୩୧ ତାରିଖ ରାତିରେ ବାଦଲ ଫଟା ବର୍ଷା ସାଙ୍ଗକୁ ଭୂସ୍ଖଳନ ଯୋଗୁ ଉତ୍ତରାଖଣ୍ଡର ସୋନପ୍ରୟାଗ ଓ ଗୌରୀକୁଣ୍ଡ ମଧ୍ୟରେ କେଦାରନାଥ ରାଜପଥ ଧୋଇ ହୋଇ ଯିବା ସହିତ ପୋଲ ମଧ୍ୟ ନଷ୍ଟ ହୋଇଯାଇଛି। ଏହି ଘଟଣାରେ ୧୬ ଜଣଙ୍କ ମୃତ୍ୟୁ ମଧ୍ୟ ଘଟିଛି। ଭୂଭାଗରେ ଯିବା ଆସିବା ବିଚ୍ଛିନ୍ନ ହୋଇ ପଡ଼ିଛି। ଫଳରେ କେନ୍ଦୁଝର ଜିଲା ତେଲକୋଇ ଥାନା ଅନ୍ତର୍ଗତ ଜଗମୋହନପୁର ଗ୍ରାମର ସଦାନନ୍ଦ ସାହୁ(୩୫), ସରୁଆଳୀ ଗ୍ରାମର କାର୍ତ୍ତିକ ଖିଲାର(୪୪), ଚନ୍ଦ୍ରଶେଖରପୁର ଗ୍ରାମର ମହେଶ୍ୱର ପ୍ରଧାନ(୫୪) ଓ ସଦର ଥାନା ଅନ୍ତର୍ଗତ କେମ୍ପସଡ଼ା ଗ୍ରାମର ଋଷିନାଥ ମହାନ୍ତ(୨୮) ଫସି ରହିଛନ୍ତି। ୩୧ ତାରିଖ ଦିନ କେଦାରନାଥଙ୍କୁ ପୂଜାର୍ଚ୍ଚନା ପରେ ୧ ତାରିଖ ସକାଳେ ଫେରିବା ଯୋଜନା ରହିଥିଲା।

ତେବେ ୩୧ ତାରିଖ ବାଦଲଫଟା ବର୍ଷା ଓ ଭୂସ୍ଖଳନ ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ୨୦୦୦ରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଏବେ ବି ଫସି ରହିଛନ୍ତି। ଉତ୍ତରାଖଣ୍ଡ ସରକାରଙ୍କ ପକ୍ଷରୁ ରିଲିଫ ସହାୟତା ସହିତ ହେଲିକପ୍ଟର ଯୋଗେ ଉଦ୍ଧାର କାର୍ଯ୍ୟ ଚାଲିଛି। ପାଗ ମେଘୁଆ ଓ କୁହୁଲା ସାଙ୍ଗକୁ ଅନ୍ଧାରିଆ ରହୁଛି। ପ୍ରତିକୂଳ ପାଗ ପାଇଁ ଉଦ୍ଧାର କାର୍ଯ୍ୟରେ ସମସ୍ୟା ସୃଷ୍ଟି ହେଉଛି। ସେଠାରେ ଆବଶ୍ୟକ ଅମ୍ଳଜାନ ଅଭାବ ପରିଲକ୍ଷିତ ହେଉଥିବା ଫଶି ରହିଥିବା ଶ୍ରଦ୍ଧାଳୁମାନେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତ କପ୍‌ କ୍ରିକେଟ ଟୁର୍ନାମେଣ୍ଟ: ସେମିରେ ଇଷ୍ଟକୋଷ୍ଟ ରେଲୱେ ଭଦ୍ରକ

ବନ୍ତ,୨୬।୧(ହରି ନାରାୟଣ ମହାନ୍ତି): ଓଡ଼ିଶା କ୍ରିକେଟ ଆସୋସିଏଶନ ଏବଂ ଭଦ୍ରକ ଜିଲା କ୍ରିକେଟ ଆସୋସିଏଶନର ମିଳିତ ସହଯୋଗରେ ଶାନ୍ତି ୟୁଥ୍‌ ଆସୋସିଏଶନ ଆନୁକୂଲ୍ୟରେ ଭଦ୍ରକ ଜିଲା ବନ୍ତ…

ଭାରତ ମାତା ପୂଜନ ଉତ୍ସବରେ ଗୋଟିଏ ପରେ ଗୋଟିଏ ଅବ୍ୟବସ୍ଥା: ଏମ୍‌ପିଙ୍କ ସମେତ ୩ ବରିଷ୍ଠ ଅଧିକାରୀଙ୍କୁ ମଞ୍ଚରେ ଛିଡ଼ା କରାଇଲେ…

ଦାରିଙ୍ଗବାଡି, ୨୬।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ସିମନବାଡି ଶିବ ମନ୍ଦିର ପ୍ରାଙ୍ଗଣରେ ୨ ଦିନିଆ    ଭାରତ ମାତା ପୂଜନ ଉତ୍ସବରେ…

‘ହେଲୋ ପଏଣ୍ଟ’ ପ୍ରହସନ: ୨୦ ଲକ୍ଷ ଟଙ୍କା ଗଲା କୁଆଡ଼େ

ଥୁଆମୂଳ ରାମପୁର, ୨୬ା୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ କୋଷାବରା ‘ହେଲୋ ପଏଣ୍ଟ’ ଏବେ ଏକ ଭିନ୍ନ  ସ୍ଥିତିରେ। ଆଦିବାସୀ ସଂସ୍କୃତିର ସୁରକ୍ଷା ଓ…

ପତାକା ଅବତରଣ ବେଳେ ଅଘଟଣ: ବିଦ୍ୟୁତ ଆଘାତରେ ୧୦ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

କୁଜଙ୍ଗ,୨୬।୧(ମନୋଜ ପ୍ରଧାନ): ସାରା ଦେଶ ୭୭ତମ ଗଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ଜଗତସିଂହପୁର ଜିଲା କୁଜଙ୍ଗ ଅଞ୍ଚଳରେ ଏକ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି। ଜାତୀୟ…

୮ ଫୁଟର ଅଜଗର ଉଦ୍ଧାର

ଦିଗପହଣ୍ଡି,୨୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆମ୍ବ ଗାଁ ନିକଟ ଘୋଡ଼ାହାଡ଼ ନଦୀପଠାରୁ ସୋମବାର ସନ୍ଧ୍ୟା ପ୍ରାୟ ୫ଟାରେ ଏକ ୮ ଫୁଟ ବିଶିଷ୍ଟ…

ଉପଖଣ୍ଡସ୍ତରୀୟ ସାଧାରଣତନ୍ତ୍ର ଦିବସ ମହୋତ୍ସବ: ପତାକା ଉତ୍ତୋଳନ କଲେ ଉପଜିଲାପାଳ

ବାଲିଗୁଡ଼ା,୨୬।୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡାରେ ଉପଖଣ୍ଡସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ଉତ୍ସାହ ଏବଂ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରତ୍ୟୁଷରୁ ଉପଖଣ୍ଡ…

ସାଧାରଣତନ୍ତ୍ର ଦିବସ ପାଳନକୁ ଅବମାନନା, ଉଡ଼ିଲା ନାହିଁ ଜାତୀୟ ପତାକା, ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ତୁମୁଡିବନ୍ଧ,୨୬।୧(ଦୀପକ କୁମାର ପରାସେଠ): ପଲ୍ଲୀରୁ ଦିଲ୍ଲୀ ସୋମବାର ଆନନ୍ଦ ଉଲ୍ଲାସରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଉଥିବା ବେଳେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୃଷି ସୂଚନା…

ଐତିହାସିକ ବାଣିଜ୍ୟ ଚୁକ୍ତି ପୂର୍ବରୁ ଇୟୁ ମୁଖ୍ୟଙ୍କ ବଡ଼ ବୟାନ, “ସଫଳ ଭାରତ ବିଶ୍ୱକୁ ରଖିବ ସ୍ଥିର”

ନୂଆଦିଲ୍ଲୀ ,୨୬ା୧: ୟୁରୋପୀୟ ସଂଘ ଅଧ୍ୟକ୍ଷା ଉର୍ସୁଲା ଭନ୍ ଡେର ଲେୟେନ୍ ଭାରତର ଆର୍ଥିକ ସ୍ଥିତିକୁ ନେଇ ବଡ ବୟାନ ଦେଇଛନ୍ତି। ସୋମବାର ସେ କହିଛନ୍ତି ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri