ବାହାଘର ସାରି ଫେରୁଥିବା ବେଳେ ଦୁର୍ଘଟଣା, ଗଲା ୪ ଜୀବନ

କେସିଙ୍ଗା,୨୨।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ତୁର୍ଳାଖମନ ଧାନ ମଣ୍ଡି ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବୋଲେରୋ-ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ୪ଜଣଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି। ୮ଜଣ ଗୁରୁତର ଆହତ ହୋଇଛନ୍ତି। ୪ ମୃତକ ହେଲେ ବଲାଙ୍ଗୀର ଜିଲା ସଇଁତଲା ବ୍ଲକ ଅଧୀନ ଶିଷକେଲା ଗ୍ରାମର ଯଜ୍ଞା ନାଗ(୩୫), ଖାଇରମାଲ ଗ୍ରାମର ଚମ୍ପା ନାଗ (୩୮), ଶିଷକେଲା ଗ୍ରାମର ଶୁକନ ନାଗ(୬୨), କଳାହାଣ୍ଡି ଜିଲା ପଲମ ଫାଣ୍ଡି ଅନ୍ତର୍ଗତ କେନ୍ଦୁବାହାଳି ଗ୍ରାମର ସୁଦାମ ସୁନା(୪୫)

ଆହତମାନେ ହେଲେ ମୁସ୍କାନା ସୁନା(୬), ମାଧୁରୀ ସୁନା(୧୮), ଷୋଭାଗିନୀ ହରପାଲ(୧୬), ଭକ୍ତ ନନ୍ଦ(୪୫), ବୁଡୁ ନାଗ(୫୦), ସୁନିତା କୁମାର(୧୭), ଶକ୍ତି କୁମାର(୨୫), ଯଦୁ ହରପାଳ(୫୦)। ଆହତଙ୍କୁ ଉଦ୍ଧାର କରି ପ୍ରଥମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭବାନୀପାଟଣା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ବ୍ୟବଚ୍ଛେଦ ପାଇଁ ପଠାଇଛି।

ସୂଚନା ଯୋଗ୍ୟ, କେସିଙ୍ଗା ଥାନା ଅଞ୍ଚଳର ଜଣେ ଯୁବକଙ୍କ ବଲାଙ୍ଗୀର ଜିଲା ଶିଶକେଲା ପିପଲପଦର ଗାଁରେ ବିବାହ ଥିଲା । ଏନେଇ ବରଯାତ୍ରୀ ପିପଲପଦର ଯାଇଥିଲେ। ବିଳମ୍ବିତ ରାତିରେ ଏକ ବୋଲେରୋରେ ୧୨ ଜଣ କେସିଙ୍ଗା ଫେରୁଥିଲେ। ତୁର୍ଳାଖମନଠାରେ ବୋଲେରୋ ଏବଂ ଧାନ ବୋଝେଇ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଦୁଇ ଜଣ ପୁରୁଷ ଏବଂ ୨ ମହିଳାଙ୍କ ମୃତ୍ୟୁ ଘଟିଛି। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି...

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଗଣେଶ୍ୱରଙ୍କ ବଡ଼ ବୟାନ: ସୁଜାତାଙ୍କ କଥା ଦଳ ବିଚାର କରିବ

ଭୁବନେଶ୍ୱର,୨୯।୧୨: କେନ୍ଦ୍ରାପଡ଼ା ବିଜେଡି ବିଧାୟକ ଗଣେଶ୍ୱର ବେହେରା ଏକ ବଡ଼ ବୟାନ ଦେଇଛନ୍ତି। ସୁଜାତା କାର୍ତ୍ତିକେୟନଙ୍କ କଥା ଦଳ ବିଚାର କରିବ ବୋଲି ଗଣେଶ୍ୱର ସୋମବାର...

ଟାଟା ପାୱାରର ଶୋଷଣ ବିରୋଧରେ ତାତିଲା କଂଗ୍ରେସ

ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ...

ଜିରୋ ନାଇଟ ପାଇଁ ଚେତାବନୀ ଦେଲେ ଟ୍ବିନ୍‌ ସିଟି ପୋଲିସ କମିଶନର, କହିଲେ ରାତି ୧୨ଟା ପରେ…

ନୂଆଦିଲ୍ଲୀ,୨୯।୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ କିଛି ଦିନ ବାକି ରହିଥିବା ବେଳେ ସବୁ ସ୍ଥାନରେ ଜିରୋ ନାଇଟ ପାଇଁ ପ୍ରସ୍ତୁତି...

କାହା ପାଇଁ ପ୍ରଭାତ ପିନ୍ଧୁଛନ୍ତି ଲାଲ ପୋଷାକ, କିଏ ସଜାଇଛନ୍ତି ତାଙ୍କୁ ନାଲି ବାବା, ସବୁ ଗୁମର ଖୋଲିଦେଲେ…

ଭୁବନେଶ୍ୱର,୨୯।୧୨: ଦେବାଶିଷ ସାମନ୍ତରାୟଙ୍କ ଆକ୍ଷେପ ଉପରେ କଡ଼ା ଜବାବ ରଖିଲେ ପ୍ରଭାତ ବିଶ୍ୱାଳ। ପ୍ରଭାତ କହିଛନ୍ତି, ମୁଁ କେଉଁଭଳିଆ ନେତା କଟକବାସୀ ଜାଣନ୍ତି। ଦେବାଶିଷଙ୍କ ନାଲି...

ବାଂଲାଦେଶରେ ପୁଣି ହିନ୍ଦୁଙ୍କୁ ଟାର୍ଗେଟ୍‌: ପିରୋଜପୁରରେ ପରିବାରକୁ ଜୀଅନ୍ତା ଜାଳିଦେବାକୁ ଉଦ୍ୟମ

ଢାକା,୨୯ା୧୨: ବାଂଲାଦେଶରେ ସଂଖ୍ୟାଲଘୁ ହିନ୍ଦୁ ସମ୍ପ୍ରଦାୟ ଉପରେ ଆକ୍ରମଣ ଥମିବାର ନାଁ ନେଉନାହିଁ। ରବିବାର ପିରୋଜପୁର ଜିଲା ଦୁମରିତାଲା ଗ୍ରାମରେ ଏକ ଭୟଙ୍କର ଘଟଣା ଘଟିଛି।...

ତପ୍ତପାଣି ଘାଟିରେ ଦୁର୍ଘଟଣା: କାର ଉପରେ ଓଲଟି ପଡ଼ିଲା କାଜୁ ବୋଝେଇ ଟ୍ରକ୍, ତାପରେ…

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ଖେମୁଣ୍ଡିଖୋଲ ଗାଁ ନିକଟ ମୁଖ୍ୟରାସ୍ତାରେ ସଡ଼କ ଦୁର୍ଘଟଣା ହୋଇଛି । ସୋମବାର ମଧ୍ୟାହ୍ନ ପ୍ରାୟ ୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri