ବାହାଘର ସାରି ଫେରୁଥିବା ବେଳେ ଦୁର୍ଘଟଣା, ଗଲା ୪ ଜୀବନ

କେସିଙ୍ଗା,୨୨।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ତୁର୍ଳାଖମନ ଧାନ ମଣ୍ଡି ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବୋଲେରୋ-ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ୪ଜଣଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି। ୮ଜଣ ଗୁରୁତର ଆହତ ହୋଇଛନ୍ତି। ୪ ମୃତକ ହେଲେ ବଲାଙ୍ଗୀର ଜିଲା ସଇଁତଲା ବ୍ଲକ ଅଧୀନ ଶିଷକେଲା ଗ୍ରାମର ଯଜ୍ଞା ନାଗ(୩୫), ଖାଇରମାଲ ଗ୍ରାମର ଚମ୍ପା ନାଗ (୩୮), ଶିଷକେଲା ଗ୍ରାମର ଶୁକନ ନାଗ(୬୨), କଳାହାଣ୍ଡି ଜିଲା ପଲମ ଫାଣ୍ଡି ଅନ୍ତର୍ଗତ କେନ୍ଦୁବାହାଳି ଗ୍ରାମର ସୁଦାମ ସୁନା(୪୫)

ଆହତମାନେ ହେଲେ ମୁସ୍କାନା ସୁନା(୬), ମାଧୁରୀ ସୁନା(୧୮), ଷୋଭାଗିନୀ ହରପାଲ(୧୬), ଭକ୍ତ ନନ୍ଦ(୪୫), ବୁଡୁ ନାଗ(୫୦), ସୁନିତା କୁମାର(୧୭), ଶକ୍ତି କୁମାର(୨୫), ଯଦୁ ହରପାଳ(୫୦)। ଆହତଙ୍କୁ ଉଦ୍ଧାର କରି ପ୍ରଥମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭବାନୀପାଟଣା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ବ୍ୟବଚ୍ଛେଦ ପାଇଁ ପଠାଇଛି।

ସୂଚନା ଯୋଗ୍ୟ, କେସିଙ୍ଗା ଥାନା ଅଞ୍ଚଳର ଜଣେ ଯୁବକଙ୍କ ବଲାଙ୍ଗୀର ଜିଲା ଶିଶକେଲା ପିପଲପଦର ଗାଁରେ ବିବାହ ଥିଲା । ଏନେଇ ବରଯାତ୍ରୀ ପିପଲପଦର ଯାଇଥିଲେ। ବିଳମ୍ବିତ ରାତିରେ ଏକ ବୋଲେରୋରେ ୧୨ ଜଣ କେସିଙ୍ଗା ଫେରୁଥିଲେ। ତୁର୍ଳାଖମନଠାରେ ବୋଲେରୋ ଏବଂ ଧାନ ବୋଝେଇ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଦୁଇ ଜଣ ପୁରୁଷ ଏବଂ ୨ ମହିଳାଙ୍କ ମୃତ୍ୟୁ ଘଟିଛି। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

ପୁଣି ରୋମାନ୍ସ କରିବେ ବିଜୟ-ରଶ୍ମିକା: ଏଥର ବଢୁଛି ଚର୍ଚ୍ଚା

ସାଉଥ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନାଙ୍କ ଅନସ୍କ୍ରିନ୍‌ କେମିଷ୍ଟ୍ରିକୁ ଦର୍ଶକେ ସବୁବେଳେ ପସନ୍ଦ କରିଆସିଛନ୍ତି। ଏବେ ଦୁହେଁ ପୁଣିଥରେ ଏକାଠି ପରଦାରେ ନଜର ଆସିବେ।…

ନେରେଡି ବ୍ୟାରେଜ ବିବାଦ: ‘ବଂଶଧାରା ବଞ୍ଚାଅ, ଓଡ଼ିଶା ବଞ୍ଚାଅ’ ଦାବିରେ ନୀରବ ସତ୍ୟାଗ୍ରହ

ଗୁଣପୁର,୧୪ା୯(ସୁଜାତା ପାଢ଼ୀ): ବଂଶଧାରା ନଦୀ ତଳମୁଣ୍ଡରେ ପ୍ରସ୍ତାବିତ ନେରେଡି ବ୍ୟାରେଜ ପାଇଁ ଓଡ଼ିଶାର ୧୦୬ ଏକର ସରକାରୀ ଜମି ଆନ୍ଧ୍ରପ୍ରଦେଶକୁ ହସ୍ତାନ୍ତର ପ୍ରସଙ୍ଗକୁ ବିରୋଧ କରି ଦଣ୍ଡକାରଣ୍ୟ…

ଗଣେଶ ଚତୁର୍ଥୀ ପୂର୍ବରୁ ଜନ୍ମ ନେଲା ହାତୀ ଛୁଆ, କେନ୍ଦୁଝରରେ ଖୁସିର ଲହରୀ

କେନ୍ଦୁଝର,୧୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ଦିନ କେନ୍ଦୁଝର ବନଖଣ୍ଡ ଅନ୍ତର୍ଗତ ଚମ୍ପୁଆ ରେଞ୍ଜର ବାଲିବନ୍ଧ ସେକ୍ସନ୍‌ରେ ଏକ ନୂତନ ହାତୀ ଛୁଆ ଜନ୍ମ ହୋଇଛି । ଗଣେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?