୪ ଦଫା ଦାବିରେ ଆଶାକର୍ମୀଙ୍କ ଗଣଧାରଣା

ହିଞ୍ଜିଳିକାଟୁ,୩ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଓ ରାଜ୍ୟ ଆଶାକର୍ମୀ ସଂଘ ପକ୍ଷରୁ ଶନିବାର ବିକ୍ଷୋଭ ଓ ଗଣଧାରଣା କରାଯାଇଛି। ଭାରତୀୟ ମଜଦୂର ସଂଘ ଡାକରାରେ ୪ ଦଫା ଦାବି ନେଇ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ବ୍ଲକ ଆଶାକର୍ମୀ ସଂଘ ସଭାନେତ୍ରୀ ରୀନାରାଣି ଗୌତମ କହିଛନ୍ତି। ହିଞ୍ଜିଳିକାଟୁ ବ୍ଲକ ଓ ପୌରାଞ୍ଚଳର ୧୪୯ ଜଣ ଆଶାକର୍ମୀ ପୁରୁଣା ମେଡିକାଲ ପରିସରରେ ଏକତ୍ରିତ ହୋଇ ବିଭିନ୍ନ ସ୍ଲୋଗାନ ଦେଇ ରାଲିରେ ଉପଖଣ୍ଡ ଚିକିତ୍ସାଳୟରେ ପହଞ୍ଚିଥିଲେ। ସେଠାରେ ଧାରଣା ଦେଇ ସେମାନଙ୍କ ଦାବି ଉପସ୍ଥାପନ କରିଥିଲେ। ଆଶାକର୍ମୀଙ୍କୁ ସରକାରୀ ମାନ୍ୟତା ପ୍ରଦାନ, ମାସିକ ୧୮ ହଜାର ଟଙ୍କା ଦରମା, ପେନ୍‌ସନ୍‌ ୫ ହଜାର ଟଙ୍କା, ଅବସରକାଳୀନ ୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ, କାର୍ଯ୍ୟରତ ସମୟରେ ମୃତ୍ୟୁବରଣ କଲେ ୫ଲକ୍ଷ ଟଙ୍କା ସହାୟତା ଓ ସ୍ଥାୟୀ ନିଯୁକ୍ତି ଆଦି ଦାବି କରିଥିଲେ। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଏହି ଗଣଧାରଣା ଦିଆଯିବ ବୋଲି ସଂଘ ସମ୍ପାଦିକା ରେଣୁବାଳା ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

ଇରାନକୁ ଭୟଙ୍କର ଧମକ ଦେଲେ ଟ୍ରମ୍ପ, ଶୁଣିକି ଥରହର ହେଲା…..

ତେହରାନ,୩୦ା୩: ଇରାନ ସହିତ ଚାଲିଥିବା ସାମରିକ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ଧମକ ଦେଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri