ଏମ୍‌କେସିଜି ଶିଶୁ ବିଭାଗରେ ୪ ଡିପ୍‌ଥେରିଆ ରୋଗୀ

ବ୍ରହ୍ମପୁର,୧୮ା୬(ସୁବାସ ଚନ୍ଦ୍ର ପାଢ଼ୀ): ରାୟଗଡ଼ା ଓ କୋରାପୁଟ ଜିଲାରେ ଡିପ୍‌ଥେରିଆ ରୋଗରେ ଆକ୍ରାନ୍ତ ୪ ଶିଶୁଙ୍କ ବର୍ତ୍ତମାନ ବ୍ରହ୍ମପୁରସ୍ଥିତ ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି (ଏମ୍‌କେସିଜି)ମେଡିକାଲ କଲେଜ ଓ ହସ୍ପିଟାଲରେ ଚିକିତ୍ସା ଚାଲିଛି। ସେମାନଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଜଣକୁ ଇଣ୍ଟେସିଭ କେୟାର ୟୁନିଟ(ଆଇସିୟୁ) ଓ ଆଉ ଜଣଙ୍କୁ ଶିଶୁ ବିଭାଗର ହାଇ ଡିପେଡେନ୍ସି ୟୁନିଟ (ଏଚଡିୟୁ)ରେ ରଖାଯାଇଛି। ଡିପ୍‌ଥେରିଆ ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ଶିଶୁ ବିଭାଗ ପକ୍ଷରୁ ସ୍ବତନ୍ତ୍ର ଭାବେ ସଙ୍ଗରୋଧ କକ୍ଷ କରାଯାଇଛି। ହାଇଦ୍ରାବାଦରୁ ପ୍ରତିରୋଧକ ଟିକା ଅଣାଯାଇ ସେମାନଙ୍କୁ ଦିଆଯାଇଛି।

ଗତ ୧୨ ତାରିଖରୁ ୧୫ ତାରିଖ ମଧ୍ୟରେ ରାୟଗଡା ଜିଲା ମୁଖ୍ୟ ଚିକିତ୍ସାଳୟରୁ ୫ ଜଣ ଡିପ୍‌ଥେରିଆ ରୋଗୀ ରେଫର ହୋଇ ଏମ୍‌କେସିଜି ମେଡିକାଲ ଶିଶୁ ବିଭାଗକୁ ଆସିଥିଲେ। ସେମାନଙ୍କ ମଧ୍ୟରୁ ଫାଲସୀ ମାଝି ନାମ୍ନୀ ଶିଶୁ କନ୍ୟାଙ୍କ ଗତ ୧୩ ତାରିଖରେ ମୃତ୍ୟୁ ହୋଇଥିଲା। ଏବେ କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ କୁମ୍ଭାରୀପୁଟ ଗ୍ରାମର ସୁବାରାଓ ମେଲେକାଙ୍କ ପୁଅ ଜିପୁନ, ରାୟଗଡା ଜିଲାର ପବିତ୍ର ମାଝୀ, ଜୟରାମ ମାଝୀ, ମହେନ୍ଦ୍ର ମାଝୀଙ୍କ ଚିକିତ୍ସା ଚାଲିଛି। ସମସ୍ତଙ୍କ ବୟସ ୧୦ରୁ ୧୨ବର୍ଷ ଭିତରେ ରହିଛି। ଚିକିତ୍ସା ସେବାକୁ ତ୍ୱରାନ୍ବିତ କରାଯାଇଥିବା ଏମ୍‌କେସିଜି ଶିଶୁରୋଗ ବିଭାଗ ମୁଖ୍ୟ ବିଶେଷଜ୍ଞ ପ୍ରଫେସର ଡା.ନରେନ୍ଦ୍ର ବେହେରା ସାକ୍ଷାତ ବେଳେ କହିଛନ୍ତି। ଆକ୍ରାନ୍ତଙ୍କ ରକ୍ତ ନମୁନା ସଂଗ୍ରହ କରାଯାଇ ଭୁବନେଶ୍ୱର ରସୁଲଗୁଡସ୍ଥିତ ଆଞ୍ଚଳିକ ପରୀକ୍ଷା କେନ୍ଦ୍ରକୁ ପଠାଯାଇଥିବା ବେଳେ ଗଳାରୁ ମିଳିଥିବା ପୂଜ ଏମ୍‌କେସିଜି ମାଇକ୍ରୋ ବାୟୋଲୋଜି ବିଭାଗକୁ ପଠାଯାଇଛି। ହସ୍ପିଟାଲରେ ପର୍ଯ୍ୟାପ୍ତ ପରିମାଣର ଆଣ୍ଟିବାୟୋଟିକ ଓ ଭାକ୍ସିନ ମହଜୁଦ ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri