୪ ଜିଲାର ୧୪ ହଜାର ମତ୍ସ୍ୟଜୀବୀ ପରିବାରକୁ ୨୧.୩୪ କୋଟି ସହାୟତା

ଭୁବନେଶ୍ୱର,୨।୭(ଅନିଲ ଦାସ)ବିରଳ ଅଲିଭ ରିଡ୍‌ଲେ କଇଛଙ୍କ ସୁରକ୍ଷା ନିମନ୍ତେ ଓଡ଼ିଶା ଉପକୂଳରେ ମାଛଧରା କଟକଣା ଲାଗୁ କରାଯାଇଥାଏ। ଏଥିଯୋଗୁ ଜଗତ୍‌ସିଂହପୁର ,କେନ୍ଦ୍ରାପଡ଼ା, ପୁରୀ ଓ ଗଞ୍ଜାମ ଜିଲାର ମତ୍ସ୍ୟଜୀବୀ ପ୍ରଭାବିତ ହୋଇଥାଆନ୍ତି। ଶନିବାର ଲୋକସେବା ଭବନଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ଷତିଗ୍ରସ୍ତ ମତ୍ସ୍ୟଜୀବୀଙ୍କୁ ଜୀବିକା ସହାୟତା ପ୍ରଦାନ କରିଛନ୍ତି। ଉକ୍ତ ଜିଲାର ୧୪,୨୨୮ ସାମୁଦ୍ରିକ ମତ୍ସ୍ୟଜୀବୀ ପରିବାରକୁ ୧୫ ହଜାର ଟଙ୍କା ଲେଖାଏ ଜୀବିକା ସହାୟତା ରାଶି ପ୍ରଦାନ କରାଯାଇଛି। ମୋଟ ୨୧.୩୪ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ସହାୟତା ଦିଆଯାଇଛି। ପୂର୍ବରୁ ଏହି ମାଛଧରା କଟକଣା ସମୟରେ ପ୍ରଭାବିତ ସାମୁଦ୍ରିକ ମତ୍ସ୍ୟଜୀବୀ ପରିବାରକୁ ୭୫୦୦ ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯାଉଥିଲା। ଓଡ଼ିଶାର ୧୨୦ କିମି ସାମୁଦ୍ରିକ ଉପକୂଳ ବିରଳ ଅଲିଭ ରିଡ୍‌ଲେ କଇଁଛଙ୍କ ଅନ୍ତୁଡ଼ିଶାଳ ଭାବେ ପରିଚିତ। ପ୍ରତିବର୍ଷ ହଜାର ହଜାର ମାଇଲ ଦୂରରୁ ଓଡ଼ିଶା ଉପକୂଳକୁ ସେମାନେ ଅଣ୍ଡାଦାନ ପାଇଁ ଆସିଥାନ୍ତି। ସେମାନଙ୍କ ଅଣ୍ଡାଦାନ ପ୍ରକ୍ରିୟାକୁ ସୁରକ୍ଷିତ କରିବା ନିମନ୍ତେ ଦେବୀ ନଦୀ ମୁହାଣ, ଧାମରା ମୁହାଣ, ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ନଭେମ୍ବର ୧ ତାରିଖରୁ ମେ’ ୩୧ ତାରିଖ ପର୍ଯ୍ୟନ୍ତ ଓ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ବର୍ଷସାରା ମାଛଧରା କଟକଣା ଲାଗୁ କରାଯାଇଥାଏ।
ଏହି ଅବସରରେ ୨ ଜଣ ମତ୍ସ୍ୟଜୀବୀ ଗଞ୍ଜାମରୁ ଅଧୁ କାଳିଆ ଓ କେନ୍ଦ୍ରାପଡ଼ାରୁ ଭକ୍ତ ରଞ୍ଜନ ମାହାଳି ସେମାନଙ୍କ ମତ ଦେଇ କହିଛନ୍ତି, କଇଁଛ ଅଣ୍ଡା ଦେବା ସମୟରେ ସେମାନଙ୍କ ମାଛ ଧରିବା ଉପରେ କଟକଣା ଥାଏ। ରାଜ୍ୟ ସରକାର ଏଥିପାଇଁ ସେମାନଙ୍କୁ ୭,୫୦୦ ଟଙ୍କା ଲେଖାଏ ଦେଉଥିଲେ। ମୁଖ୍ୟମନ୍ତ୍ରୀ ସେମାନଙ୍କ ଦୁଃଖ ବୁଝି ଏହାକୁ ୨ ଗୁଣ କରିଛନ୍ତି ଓ ସେମାନଙ୍କ ପରିବାର ମୁହଁରେ ହସ ଫୁଟାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri