Posted inରାଜ୍ୟ

‘ଦାନା’ ଯୋଗୁ ରାଜ୍ୟର ୪ଟି ଜିଲା ଅଧିକ ପ୍ରଭାବିତ ହେବା ଆଶଙ୍କା

ଭୁବନେଶ୍ୱର,୨୩।୧୦: ବାତ୍ୟା ‘ଦାନା’ର ପ୍ରଭାବରେ ଆଜିଠାରୁ ଶୁକ୍ରବାର ପର୍ଯ୍ୟନ୍ତ ବିଭିନ୍ନ ଇଲରେ ଭୀଷଣ ପବନ ସହିତ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବୁଧବାର ସନ୍ଧ୍ୟା ପରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତ୍‌ସିଂହପୁର ଓ ପୁରୀ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ନେଇ ରେଡୱାର୍ଣ୍ଣିଂ ଜାରି କରାଯାଇଛି ।

ଅନ୍ୟପକ୍ଷରେ ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ରାଜନଗର, ଧାମରା ଓ ପାରାଦ୍ୱୀପର କିଛି ଅଞ୍ଚଳରେ ବର୍ଷା ହେଉଛି । ସେହିଭଳି ଗୁରୁବାର ମୟୂରଭଞ୍ଜ, କଟକ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ପୁରୀ, ଖୋର୍ଦ୍ଧା, ଜଗତ୍‌ସିଂହପୁର ଓ ଗଞ୍ଜାମ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି । ଶୁକ୍ରବାର ଦିନ ମଧ୍ୟ କିଛି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି ।

ବାତ୍ୟା ସମ୍ପର୍କରେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି ବାତ୍ୟା ପ୍ରଭାବ ବିଶେଷ କରି କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ ଓ ବାଲେଶ୍ୱରରେ ରହିବ। ସମ୍ଭାବ୍ୟ ବାତ୍ୟା ପାଇଁ ଧାମରା ଓ ପାରାଦ୍ୱୀପ ବନ୍ଦର ଲାଗି ୪ ନମ୍ବର ବିପଦ ସଙ୍କେତ ଜାରି କରାଯାଇଥିବାବେଳେ ପୁରୀ ପାଇଁ ୧୦ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି। ଅପରପକ୍ଷରେ ବାତ୍ୟାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ଆସନ୍ତା ୩ ଦିନ ପାଇଁ ୨୨୦ରୁ ଉର୍ଦ୍ଧ ଟ୍ରେନ୍ ବାତିଲ କରାଯାଇଛି।

ଅନ୍ୟପକ୍ଷରେ ବାତ୍ୟାର ପ୍ରଭାବକୁ ଦୃଷ୍ଟିରେ ରଖି କଟକ ବଡ଼ମେଡିକାଲର ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ମେଡିକାଲରେ ଆବଶ୍ୟକ ମୁତାବକ ଔଷଧ, ହାଲୋଜିନ୍‌ ବଟିକା, ଓଆରଏସ୍‌, ପାନୀୟଜଳ, ନିରବଚ୍ଛିନ୍ନ ବିଦୁ୍ୟତ ସେବା ଆଦି ସୁନିଶ୍ଚିତ କରିବାକୁ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ନିଦେ୍ର୍ଦଶ ଦିଆଯାଇଛି । ଏହା ସହ ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ନିମନ୍ତେ ୨୪ ଘଣ୍ଟିଆ ଡାକ୍ତରୀ ସେବା ଯୋଗାଇ ଦେବାକୁ ମେଡିକାଲ ପ୍ରସ୍ତୁତ ଥିବା ନେଇ ମେଡିକାଲ କୁଳସଚିବ କହିଛନ୍ତି ।

ଅନ୍ୟପଟେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଖୋଲାଥିବା ବେଳେ କଣ୍ଟ୍ରୋଲ ରୁମ୍‌ ନମ୍ବର ଗୁଡ଼ିକ ୦୬୭୧-୨୪୨-୨୦୩୨ ଓ ୨୯୯-୨୮୦୦ ଜାରି କରାଯାଇଛି । ବାତ୍ୟା ଭିତରକନିକା ଜାତୀୟ ଉଦ୍ୟାନରେ କ୍ଷତି ପହଁଞ୍ଚାଇବାର ସମ୍ଭାବନା ଥିବାରୁ ସେଠାରେ ବନ କର୍ମଚାରୀଙ୍କୁ ଆଗୁଆ ପଦକ୍ଷେପ ନେବା ପାଇଁ ନିଦେ୍ର୍ଦଶ ଦିଆଯାଇଛି । କୁମ୍ଭୀର ଯେପରି ବାହାରକୁ ନ ଆସନ୍ତି ସେ ନେଇ ପଦକ୍ଷେପ ନେବାକୁ କୁହାଯାଇଛି । ବାତ୍ୟା ସମୟରେ ପ୍ରାଣୀଙ୍କ ଖାଦ୍ୟ ଓ ଚିକିତ୍ସା ପାଇଁ ସରକାରଙ୍କ ପକ୍ଷରୁ ଟୋଲ ଫ୍ରି ନମ୍ବର-୧୯୬୨ ଜାରି କରାଯାଇଛି । ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ବୁଲା ପଶୁଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରିବାକୁ ଜନସାଧାରଙ୍କୁ ନିବେଦନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri