ଶୁକ୍ରବାରରୁ ୪ ଜିଲା, ୧ ମହାନଗର ନିଗମ ଲକ୍‌ଡାଉନ

ଭୁବନେଶ୍ୱର,୧୬।୭(ବ୍ୟୁରୋ)-ଶୁକ୍ରବାରଠାରୁ ୪ ଜିଲା ଓ ରାଉରକେଲା ମହାନଗର ନିଗମରେ ଜୁଲାଇ ୩୧ ଯାଏ ଲକ୍‌ଡାଉନ ଜାରି ହୋଇଛି। ଗଞ୍ଜାମ, କଟକ, ଖୋର୍ଦ୍ଧା ଓ ଯାଜପୁର ଜିଲାରେ ଏହି ଲକଡାଉନ ଘୋଷଣା ହୋଇଛି। ଶୁକ୍ରବାର ରାତି ୯ଟାରୁ ଏହି କଟକଣା ଲାଗୁ ହେବ ବୋଲି ଗୁରୁବାର ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସୂଚନା ଦେଇଛନ୍ତି। ଏହି ସମୟରେ ଜରୁରୀକାଳୀନ ସେବା ଯୋଗାଉଥିବା ସରକାରୀ ଅଫିସ, ମେଡିସିନ ଷ୍ଟୋର, ଆମ୍ବୁଲାନ୍ସ, ସ୍ବାସ୍ଥ୍ୟ କର୍ମଚାରୀ, ବିଦ୍ୟୁତ ଓ ଜଳ ଯୋଗାଣ ଭଳି ଜରୁରୀ ସେବା, ଇ-କମର୍ସ, ଏଲପିଜି ଓ ପେଟ୍ରୋଲ ପମ୍ପ ଆଦି ଖୋଲା ରହିବ। ସେହିପରି ସକାଳ ୬ଟାରୁ ଦିନ ୧ଟା ପର୍ଯ୍ୟନ୍ତ ପନିପରିବା ଗ୍ରୋସରୀ ଓ କ୍ଷୀର ଦୋକାନ ଖୋଲା ରହିବ। ସାମଗ୍ରୀ ପରିବହନ ଉପରେ କୌଣସି କଟକଣା ରହିବ ନାହିଁ। ସମସ୍ତେ ଏହି ଲକଡାଉନ ନିୟମକୁ ପାଳନ କରିବେ। ଯଦି କେହି ଏହାକୁ ଉଲ୍ଲଘଂନ କରନ୍ତି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଖାଦ୍ୟ ସୁରକ୍ଷା ଯୋଜନା ପ୍ରହସନ

ଦିଗପହଣ୍ଡି, ୫।୫(ଡି.ଏନ.ଏ.): ଦିଗପହଣ୍ଡି ବ୍ଲକ ଅଧୀନ ଅନେକ ଗ୍ରାମାଞ୍ଚଳରେ ରାଶନ କାର୍ଡ ପାଇବା ପାଇଁ ଅନେକ ଯୋଗ୍ୟ ହିତାଧିକାରୀ ଅପେକ୍ଷା କରି ରହିଛନ୍ତି। ହେଲେ ସେମାନଙ୍କୁ...

ରାଜଧାନୀରେ ଘରେ ପହଞ୍ଚିବ ମେଡ଼ିସିନ

ଭୁବନେଶ୍ୱର,୯ା୪ (ବ୍ୟୁରୋ): ଲକ୍‌ଡାଉନ୍‌ କଟକଣା ପାଇଁ ଲୋକେ ବାହାରକୁ ବାହାରିପାରୁ ନ ଥିବାରୁ ଏବେ ଭୁବନେଶ୍ୱରବାସୀ ଔଷଧ ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହା ନଜରକୁ...

ଓଡ଼ିଶା କଳା ଓ କଳାକାରଙ୍କ ଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୩(ବ୍ୟୁରୋ):ଭାରତବର୍ଷର ଏକ ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ରହିଛି। ଦୀର୍ଘ ସମୟ ଧରି ବିଭିନ୍ନ ସଂସ୍କୃତିର ସମାହାରରେ ଆମ ସଂସ୍କୃତି ପରିପୁଷ୍ଟ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ...

ଜୈବିକ ଖତକୁ ପ୍ରୋତ୍ସାହନ ଲୋଡ଼ା

ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜ୍ୟକୁ ରାସାୟନିକ ସାର ଯୋଗାଣ ପର୍ଯ୍ୟାପ୍ତ ହେଉ ନ ଥିବାରୁ ବ୍ୟବହାର କମିବାରେ ଲାଗିଲାଣି। ଗତ ୩ ବର୍ଷ ମଧ୍ୟରେ ପ୍ରାୟ ୧ ଲକ୍ଷ...

୨ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ଉପରେ ୬ ସହର

ଭୁବନେଶ୍ୱର,୧୯।୪(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରଭାବ। ସକାଳ ୯ଟାରୁ ଘରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲ୍ସିୟସ...

ଚୋରାମଦ ରୋକିବାକୁ କଡ଼ା ପଦକ୍ଷେପ

ଭୁବନେଶ୍ୱର, ୧୬।୭(ବ୍ୟୁରୋ): ଷୋଡଶ ବିଧାନସଭାର ପ୍ରଥମ ଅଧିବେଶନରେ ଗୃହରେ ବିଭିନ୍ନ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ହୋଇଯାଇଛି। ସୋମବାର ଗୃହରେ ଅବକାରୀ ବିଭାଗ ପାଇଁ ୨୦୨୦...

ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନଙ୍କ ସରକାରୀ ବାସଭବନରେ କ୍ରାଇମବ୍ରାଞ୍ଚ

ପାରଳାଖେମୁଣ୍ଡି,୨୨ା୭(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ୯ ଦିନ ପୂରିଥିଲେ ମଧ୍ୟ ମୃତ୍ୟୁ ରହସ୍ୟ ଉପରୁ ପରଦା ହଟୁନି।...

ନୟାଗଡ଼ ଜିଲା: ସଙ୍କଟରେ ଚାଷୀ ଓ ଚାଷ  

ନୟାଗଡ଼ ଅଫିସ,୧୫ା୮: କୃଷିପ୍ରଧାନ ନୟାଗଡ଼ ଜିଲାରେ ଚାଷୀ ଓ ଚାଷ ସଙ୍କଟରେ। ପ୍ରତିକାର ନ ଥିବାରୁ ଚାଷୀ ଚାଷ ପ୍ରତି ବୀତସ୍ପୃହ ହୋଇପଡୁଛି। ଏହାର ସମାଧାନ...

Advertisement
Archives

Model This Week