ଆନ୍ଦୋଳନ ପରେ ନିଯୁକ୍ତ ହେଲେ ୪ ଡାକ୍ତର

ଭଞ୍ଜନଗର,୩।୮(ଡି.ଏନ.ଏ): ଭଞ୍ଜନଗର ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତର ଓ ନର୍ସ ପଦବୀ ଖାଲିଥିବା ଯୋଗୁ ରୋଗୀସେବା ବିପର୍ଯ୍ୟସ୍ତ ହେଉଛି। ଏହାର ପ୍ରତିବାଦରେ ଉତ୍କଳ ସାମ୍ବାଦିକ ସଂଘ, ଭଞ୍ଜନଗର ଶାଖା ପକ୍ଷରୁ ମଙ୍ଗଳବାର ଧାରଣା ଦିଆଯିବ ବୋଲି ପ୍ରଶାସନକୁ ଜଣାଇ ଦିଆଯାଇଥିଲା। ଧାରଣା ପରେ ଏଠାରେ ୪ ଜଣ ଡାକ୍ତରଙ୍କୁ ନିଯୁକ୍ତ କରାଯାଇଛି। ଖୁବ୍‌ଶ୍ରୀଘ୍ର ସର୍ଜରୀ, ଚକ୍ଷୁ ବିଶେଷଜ୍ଞ ସମେତ ଅନ୍ୟାନ୍ୟ ଖାଲିଥିବା ପଦବୀ ପୂରଣ ପାଇଁ ପଦକ୍ଷେପ ନିଆଯିବ। ରୋଗୀ ସେବାରେ କିଭଳି ଉନ୍ନତି ଆସିବ ସେଥିପ୍ରତି ଦୃଷ୍ଟି ଦିଆଯିବ ବୋଲି ଉପଜିଲାପାଳ ପ୍ରତିଶ୍ରୁତି ଦେଇଛନ୍ତି।
ପୂର୍ବ ନିଷ୍ପତ୍ତି ପ୍ରକାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ପ୍ରଥମେ ସହରରେ ଏକ ଶୋଭାଯାତ୍ରା କରାଯାଇଥିଲା। ପରେ ମେଡ଼ିକାଲ ସମ୍ମୁଖରେ ଧାରଣା ଦିଆଯାଇ ଉପଜିଲାପାଳ ଜ୍ୟୋତି ଶଙ୍କର ରାୟ ଏବଂ ମେଡ଼ିକାଲ ଅଧୀକ୍ଷକ ଡ଼.ସିତାଂଶୁ ଶେଖର ଶତପଥୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା। ସାମ୍ବାଦିକ ସଂଘର ଆନ୍ଦୋଳନକୁ ସମର୍ଥନ ଜଣାଇ ଭଞ୍ଜନଗର ବରିଷ୍ଠ ନାଗରିକ ମଞ୍ଚ, ସ୍ବେଚ୍ଛାସେବୀ ଅନୁଷ୍ଠାନ ବାର୍ଡ଼, ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାର, ବାଉଁଶଲୁଣ୍ଡି ନଦିଆ ସଂଘ, ବିଶ୍ୱ ହିନ୍ଦୁ ପରିଷଦ, ରାଜ୍ୟ ମହିଳା ସଂଘ ଭଞ୍ଜନଗର ଶାଖା ଓ ବାର ଆସୋସିଏଶନ କର୍ମକର୍ତ୍ତାମାନେ ଧାରଣାରେ ବସିଥିଲେ। ସଂଘର ଆନ୍ଦୋଳନକୁ ନେଇ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବଡ଼ଗଡ଼ ଓ ମୁଜାଗଡ଼ରୁ ୩ ଡାକ୍ତରଙ୍କୁ ଡ଼େପୁଟେଶନରେ ଭଞ୍ଜନଗର ମେଡ଼ିକାଲକୁ ପଠାଯାଇଛି । ଏଥିସହ ଜଣେ ମେଡିସିନ୍‌ ସ୍ପେସାଲିଷ୍ଟଙ୍କ ଏଠାକୁ ବଦଳି ହୋଇଛି । ସେ ମଧ୍ୟ କିଛିଦିନ ମଧ୍ୟରେ କାର୍ଯ୍ୟରେ ଯୋଗ ଦେବେ । ନୂତନ ଡ଼ାକ୍ତର ନିଯୁକ୍ତି ଦ୍ୱାରା ସ୍ବାସ୍ଥ୍ୟସେବା କ୍ଷେତ୍ରରେ କେତେକାଂଶରେ ଉନ୍ନତି ହେବ ବୋଲି ଅଞ୍ଚଳବାସୀ ଆଶା ରଖିଛନ୍ତି। ଉତ୍କଳ ସାମ୍ବାଦିକ ସଂଘ ଭଞ୍ଜନଗର ସଭାପତି ଜୟକୃଷ୍ଣ ପଟ୍ଟନାୟକ, ଉପସଭାପତି ପ୍ରଦୀପ ସ୍ବାଇଁ, ସମ୍ପାଦକ ରବୀନ୍ଦ୍ର ଗୌଡ଼, ସହ ସମ୍ପାଦକ ନିଲୁ ବିଷୋୟୀ, କର୍ମକର୍ତ୍ତା ଶିବୁ ଜେନା, ନଚିକେତା ପ୍ରଧାନ, ସୁଜିତ ବିଷୋୟୀ, ପ୍ରମୋଦ ପାତ୍ର, ବାବି ପଟ୍ଟନାୟକ, ଭବାନୀ ପାଳ, ଚିନ୍ମୟ ବେବର୍ତ୍ତା, ବବି ରଥ, ଉଦୟ ପଣ୍ଡା, ଗୋବିନ୍ଦ ଗୌଡ଼, ଗିରିଶ ସାହୁ ପ୍ରମୁଖ ଆନ୍ଦୋଳନର ନେତୃତ୍ୱ ନେଇଥିଲେ । ବରିଷ୍ଠ ନାଗରିକ ମଞ୍ଚ ସଭାପତି ସୋମନାଥ ନାୟକ, ଭାଜପା ଘୁମୁସର ସାଙ୍ଗଠନିକ ଜିଲା ଉପ ସଭାପତି ସନ୍ତୋଷ ତିଆଡ଼ି, ବାମପନ୍ଥୀ ନେତା ହରେକୃଷ୍ଣ ସାହୁ, ବାର ଆସୋସିଏଶନ ସଭାପତି ସନ୍ତୋଷ ନାୟକ, ସରକାରୀ ଓକିଲ ଏମ୍‌.ତାଜ୍‌ ଆଦେନୀ, ମନୋଜ ପଟ୍ଟନାୟକ, ପ୍ରଦେଶ କଂଗ୍ରେସ କମିଟି ସଭ୍ୟ ଦେବୀ ବିଷୋୟୀ, ବିଶ୍ୱ ହିନ୍ଦୁ ପରିଷଦ ନେତା ମୁରଲି ପଣ୍ଡା, ଭାଜପା ବିଧାୟକ ପ୍ରାର୍ଥୀ ପ୍ରଦ୍ୟୁମ୍ନ ନାୟକ, ବିନାୟକ ତ୍ରିପାଠୀ, ଘୁମୁସର ଲେଖିକା ସଂସଦ, ଟେଲର ସଂଘ ସଭାପତି ଡ଼ି.ଚେଲପତି ରାଓ, ବିପଦର ବନ୍ଧୁ କର୍ମକର୍ତ୍ତା ପ୍ରମୁଖ ଧାରଣାସ୍ଥଳକୁ ଆସି ଆନ୍ଦୋଳନକୁ ସମର୍ଥନ ଜଣାଇଥିଲେ। ଉପ ଜିଲାପାଳଙ୍କ ପ୍ରତିଶ୍ରୁତି ଦେବାପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି। ଦାବି ପୂରଣ ନହେଲେ ଆଗାମୀ ଦିନରେ ଉତ୍କଳ ସାମ୍ବାଦିକ ସଂଘ ପୁଣି ଆନ୍ଦୋଳନକୁ ଓହ୍ଲାଇବ ବୋଲି ସଭାପତି ଜୟକୃଷ୍ଣ ଓ ଉପ ସଭାପତି ପ୍ରଦୀପ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମୁମ୍ବାଇ,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ତୀର୍ଥଯାତ୍ରାରୁ ଫେରିବା ବାଟରେ ହୃଦ୍‌ଘାତ, ଚାଲିଗଲା ବିଭୂତିଙ୍କ ଜୀବନ

କୋକସରା,୧୧।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ କେନ୍ଦୁଗୁଡା ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ଗ୍ରାମର ବିଭୂତି ଭୂଷଣ ପଣ୍ଡା(୬୦) ବଦ୍ରୀନାଥ ତୀର୍ଥଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?