ବାତ୍ୟା ସମୟରେ ଲୋକଙ୍କୁ କଟୁକଥା କହି ୪ କର୍ମଚାରୀ ନିଲମ୍ବିତ

ଭୁବନେଶ୍ୱର,୨୬।୧୦: ବାତ୍ୟା ସମୟରେ କାର୍ଯ୍ୟରେ ଅବହେଳା ପାଇଁ ୪ ସରକାରୀ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ୩ ପିଇଓଙ୍କ ସମେତ ଜଣେ ଆରଆଇଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି ସରକାର। ଏନେଇ ରାଜସ୍ବ ମନ୍ତ୍ରୀ ସୂରେଶ ପୂଜାରୀ ସୂଚନା ଦେଇଇନ୍ତି। ବାତ୍ୟା ସମୟରେ ନିଲମ୍ବିତ ୪ କର୍ମଚାରୀ ଲୋକଙ୍କୁ କଟୁକଥା କହିଥିବା ଅଭିଯୋଗ ହୋଇଥିଲା।
ସେପଟେ ଆଜି ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ପ୍ରଭାବିତ ଜିଲାରେ ସକାଳ ୧୧ଟା ୩୫ରୁ ପ୍ରାୟ ୨ ଘଣ୍ଟା ଧରି ଆକାଶ ମାର୍ଗରୁ ପରିଦର୍ଶନ କରି ବାତ୍ୟା ବିଭୀଷିକା ଓ କ୍ଷୟକ୍ଷତିର ସ୍ଥିତି ପରଖିବେ। ଏହାପରେ ଅପରାହ୍ନରେ ଲୋକସେବା ଭବନରେ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା କରିବେ।

ବାତ୍ୟା ‘ଦାନା’ ମଧ୍ୟରେ ଭିତରକନିକା ଓ ଧାମରା ମଧ୍ୟବର୍ତ୍ତୀ ଅଞ୍ଚଳରେ ଲ୍ୟାଣ୍ଡଫଲ୍‌ ହୋଇଛି। ବାତ୍ୟା ମୁକାବିଲାରେ ଆମେ ସମ୍ପୂର୍ଣ୍ଣ ସଫଳତା ହାସଲ କରିଛୁ। ହସ୍ତଗତ ହୋଇଥିବା ତଥ୍ୟ ଅନୁଯାୟୀ ଆମେ ଆମର ‘ଜିରୋ କାଜୁଆଲ୍ଟି’ ଲକ୍ଷ୍ୟ ହାସଲ କରିଛୁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ବାତ୍ୟା ପରବର୍ତ୍ତୀ କ୍ଷୟକ୍ଷତି ଆକଳନ କରିବା ପାଇଁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହି କାର୍ଯ୍ୟରେ ନିୟୋଜିତ ଥିବା ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ପରିସ୍ଥିତି ଉପରେ ନଜର ରଖିଛନ୍ତି। ସରକାର ଓ ପ୍ରଶାସନର ତତ୍ପରତା ଯୋଗୁ ପ୍ରାୟତଃ କ୍ଷୟକ୍ଷତି ଘଟିନାହିଁ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଯେଉଁ ସବୁ ଜାଗାରେ ଗଛ ପଡ଼ି ରାସ୍ତା ଅବରୋଧ ହୋଇଥିଲା ସେ ସବୁକୁ ହଟାଯାଇଛି। ବିଦ୍ୟୁତ୍‌ ସରବରାହ ବ୍ୟାଘାତ ହୋଇଥିବା ସ୍ଥାନଗୁଡ଼ିକରେ ତୁରନ୍ତ ବିଦ୍ୟୁତ୍‌ ସଂଯୋଗ ଯୋଗାଇ ଦିଆଯିବ। ରେଳସେବା ମଧ୍ୟ ଆରମ୍ଭ ହୋଇଯାଇଛି। ଭୁବନେଶ୍ୱର ଓ ପୁରୀରୁ ନିର୍ଦ୍ଧାରିତ ସମୟରେ ରେଳ ଚଳାଚଳ କରିବ ବୋଲି ସେ କହିଛନ୍ତି। ସେହିପରି ବିମାନ ଚଳାଚଳ ମଧ୍ୟ ସ୍ବାଭାବିକ ହୋଇଛି। ଭୁବନେଶ୍ୱର ବିମାନବନ୍ଦରରେ ବିମାନ ଅବତରଣ କରିଛି। ପ୍ରଭାବିତ ଅଞ୍ଚଳରେ ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ର ଓ ମା’ ଗୃହକୁ ସ୍ଥାନାନ୍ତରିତ ହୋଇଥିବା ଗର୍ଭବତୀଙ୍କ ମଧ୍ୟରୁ ୧୬୦୦ରୁ ଅଧିକ ମହିଳା ନବଜାତ ଶିଶୁଙ୍କୁ ସୁରକ୍ଷିତ ଭାବେ ଜନ୍ମ ଦେଇଛନ୍ତି। ଆମ ପାଇଁ ଖୁସିର କଥା ଉଭୟ ମା’ ଓ ଶିଶୁମାନେ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବାତ୍ୟା ‘ଦାନା’ର ପ୍ରଭାବ କମି ଗଲାଣି। ଲୋକମାନେ ଆଶ୍ରୟ ସ୍ଥଳୀରୁ ନିଜ ନିଜ ଘରକୁ ଫେରିବା ଆରମ୍ଭ କଲେଣି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅଶେଷ କୃପା ଓ ଆମର ଟିମ୍‌ ସ୍ପିରିଟ୍‌ ଯୋଗୁ ଆମେ ବାତ୍ୟାର ସଫଳ ମୁକାବିଲା କରିପାରିଲୁ। ମୁଖ୍ୟମନ୍ତ୍ରୀ ଏଥିପାଇଁ ଜନସାଧାରଣ, ପ୍ରଶାସନିକ ଅଧିକାରୀ, ଉଦ୍ଧାରକାରୀ ଦଳ, ଡାକ୍ତରୀ ଦଳ, ପୋଲିସ୍‌, ଅଗ୍ନିଶମ ବାହିନୀ ଓ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଧନ୍ୟବାଦ ଜଣାଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri