ବୁଡ଼ିଲା ଅଟ୍ରି ଉଷ୍ଣ ପ୍ରସ୍ରବଣ: ୫୭ ନଂ. ଏନ୍‌ଏଚ୍‌ରେ ଯୋଗାଯୋଗ ବିଚ୍ଛିନ୍ନ

ଖୋର୍ଦ୍ଧା ଅଫିସ,୧୮ା୮: ମହାନଦୀରେ ଜଳସ୍ତର ବଢୁଛି। ଫଳରେ ଶାଖା ନଦୀ ରାଜୁଆ ଓ ଦୟାର ଜଳସ୍ତର ବୃଦ୍ଧି ପାଇ ବିପଦସଙ୍କେତ ଉପରେ ରହିଛି। ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ବାଘମାରୀ-ସାରୁଅ ରାସ୍ତାରେ ୪ଫୁଟ ଉଚ୍ଚର ବନ୍ୟାପାଣି ପ୍ରବାହିତ ହେଉଛି। ଏଥିଯୋଗୁ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଜଳସ୍ତର ବଢୁଥିବାରୁ ପ୍ରଶାସନ ପକ୍ଷରୁ ଏହି ରାସ୍ତାରେ ଯାତାୟାତ ବନ୍ଦ କରାଯାଇଛି। ଫଳରେ ଉଭୟ ପଟୁ ଏକ କିମି ପର୍ଯ୍ୟନ୍ତ ଯାନବାହନ ଅଟକି ରହିଛି। ଲୋକେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଖବର ପାଇ ବେଗୁନିଆ ବିଧାୟକ ତଥା ଜିଲା ଯୋଜନା କମିଟି ସଭାପତି ରାଜେନ୍ଦ୍ର ସାହୁଙ୍କ ସମେତ ବାଘମାରୀ ଓ ସାରୁଅ ସରପଞ୍ଚ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ବେଗୁନିଆ ଓ ବୋଲଗଡ଼ ବ୍ଲକର ବାଘମାରୀ, ସିମୋର, ପୋଡ଼ାଡିହ, ସାରୁଅ, ଦୁର୍ଗାପୁର, ସାଗର, ଖଙ୍ଗୁରିଆ ପ୍ରଭୃତି ଗ୍ରାମର ବହୁ ଚାଷଜମି ବୁଡ଼ିଯାଇଛି। ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ଅଟ୍ରିସ୍ଥିତ ଉଷ୍ଣ ପ୍ରସ୍ରବଣରେ ୮ଫୁଟର ପାଣି ପଶିଛି।  ଏହି ପର୍ଯ୍ୟଟନସ୍ଥଳ ପାଣିଘେରରେ ରହିଛି। ଅଟ୍ରି ଉଭୟ ପାର୍ଶ୍ୱ ଚାଷଜମି ଜଳମଗ୍ନ ହୋଇଛି। ଅଟ୍ରିକୁ ସଂଯୋଗ କରୁଥିବା ରାସ୍ତାରେ ୪ ଫୁଟର ପାଣି ପ୍ରବାହିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଛାତରୁ ପାଣି ଗଳୁଛି, ରାସ୍ତା ନାହିଁ: ଖବରଦାତାଙ୍କୁ ବାହାରକରି ଗେଟ୍‌ରେ ତାଲା ପକାଇଦେଲେ ପ୍ରଧାନ ଶିକ୍ଷୟିତ୍ରୀ

ଆନନ୍ଦପୁର,୨୯ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶାଳବଣି ପଞ୍ଚାୟତ ବାଲିପଶିସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥାରେ ଚାଲିଛି। ପରିବେଶ ସଫା କରାଯାଉ ନ ଥିବା…

ସ୍କୁଲ ସମୟରେ ୯ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର: ପରିସ୍ରା କରିବାକୁ ଯାଇଥିବା ବେଳେ…

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ଅଧୀନ ଏକ ଉଚ୍ଚ ବିଦ୍ୟାଳୟରେ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ୨୧…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

ଯୋଗ- ପ୍ରାଣାୟାମ ସାଙ୍ଗକୁ ବକ୍ତୃତା ପ୍ରତିଯୋଗିତା

ଦିଗପହଣ୍ଡି, ୨୮/୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ସ୍ମାର୍ଟ ପାର୍କ ପରିସରରେ ସ୍ଥାନୀୟ ଏନ୍ଏସି କାର୍ଯ୍ୟାଳୟ ପକ୍ଷରୁ ସ୍ୱାୟତ୍ତ ଶାସନ ସପ୍ତାହ ପାଳନ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri