ଘୁଙ୍ଗିଯୋର ପୋଲ ଉପରେ ୪ ଫୁଟ୍‌ର ବନ୍ୟା ଜଳ ପ୍ରବାହିତ: ଯାତାୟାତ ଠପ୍‌

ଅମରପାଲି,୭।୧୦(ପିତାମ୍ବର ସାହୁ): ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଲୁତୁରପଙ୍କ – ଭୁତିଆପାଲି ମଝିରେ ଯାଇଥିବା ଘୁଙ୍ଗିଯୋର ପୋଲ ଉପରେ ମଙ୍ଗଳାବର ୪ ଫୁଟ୍‌ର ବନ୍ୟା ଜଳ ପ୍ରବାହିତ ହେଉଛି। ମଙ୍ଗଳବାର ସକାଳୁ ବର୍ଷା ଲାଗି ରହିବା ଫଳରେ ପୋଲ ଉପରେ ପ୍ରାୟ ଚାରି ଫୁଟ୍‌ର ବନ୍ୟାଜଳ ପ୍ରବାହିତ ହୋଇଛି। ଫଳରେ ବୀରମହାରାଜପୁରରୁ ଅମରପାଲିକୁ ଯାତାୟାତରେ ବ୍ୟାଘାତ ସୃଷ୍ଟି ହୋଇଛି। କୌଣସି ଗାଡ଼ି ମଟର ଯିବା ଆସିବା କରିପାରୁନାହିଁ। ଫଳରେ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଉଛନ୍ତି। ବନ୍ୟାପାଣି ପ୍ରବାହିତ ଫଳରେ ବ୍ଲକର ଲୁତୁରପଙ୍କ, ବହଳପଦର, ଦୁର୍ଜନତୈଲା ପଞ୍ଚାୟତର ସମେତ ରେଢାଖୋଲ ବ୍ଲକର ବୀରମହାରାଜପୁର ଉପରେ ନିର୍ଭର କରୁଥିବା ପ୍ରାୟ ୫୦ରୁ ଉଦ୍ଧର୍‌ବ ଗ୍ରାମକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ଏହି ରାସ୍ତା ଏକ ବ୍ୟସ୍ତବହୁଳ ରାସ୍ତା ଅଟେ। ଏହି ରାସ୍ତା ଦେଇ ବୀରମହାରାଜପୁରରୁ ଅମରପାଲି – ଯୁଯୁମୁରା ଦେଇ ସମ୍ବଲପୁର, ଚାରମାଳ ଦେଇ ରେଢାଖୋଲକୁ ସଂଯୋଗ କରୁଥିବାରୁ ପ୍ରତ୍ୟହ ହଜାର ହଜାର ସଂଖ୍ୟକ ଲୋକ ଯିବା ଆସିବା କରିଥାନ୍ତି। ସୂଚନା ଅନୁସାରେ, ବୀରମହାରାଜପୁରରୁ ରେଢାଖୋଲ ନିର୍ବାଚନମଣ୍ଡଳୀର ମୋଚିବାହାଲରେ ୫୫ ନମ୍ବର ଜାତୀୟ ରାଜପଥକୁ ସଂଯୋଗ କରୁଥିବା ଏହି ରାସ୍ତାରେ ଥିବା ପୋଲ ନିର୍ମାଣ ପାଇଁ ବହୁ ଦିନରୁ ଦାବି ହେଉଛି । ମାତ୍ର ବିଭାଗୀୟ ଅବହେଳା ଓ ଜନପ୍ରତିନିଧିଙ୍କ ଉଦାସୀନତା ଯୋଗୁ ପୋଲ ନିର୍ମାଣ ହୋଇପାରୁନାହିଁ। ପ୍ରତିବର୍ଷ ସାମାନ୍ୟ ବର୍ଷା ହେଲେ ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହୋଇ ଯାତାୟାତରେ ବ୍ୟାଘାତ ହେଉଥିବାରୁ ଏହି ଘୁଙ୍ଗିଯୋର ଉପରେ ତୁରନ୍ତ ପୋଲ ନିର୍ମାଣ କରିବାକୁ ସାଧାରଣରେ ଦାବି ହେଉଛି।

Dharitri — Odisha’s Most Trusted Odia Newspaper


Enter your email to get our daily news in your inbox.

All Right Reserved By Dharitri.Com

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ହଷ୍ଟେଲରେ ଝୁଲୁଛି ଛାତ୍ରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଗୋପାଳପୁର,୨୦ା୬(ନବୀନ ରାଜ ଆଚାରି): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜର ହଷ୍ଟେଲରେ ରହୁଥିବା ଜନୈକା ଛାତ୍ରୀଙ୍କ ମୃତଦେହ ଶନିବାର ପୋଲିସ ଜବତ କରିଛି।…

ଇସ୍ତଫା ଦେବେକି ବ୍ରିଟେନ ପ୍ରଧାନମନ୍ତ୍ରୀ? ୧୦୦ ରୁ ଅଧିକ ଏମପିଙ୍କ ଚାପ….

ଲଣ୍ଡନ,୨୧।୬: ବ୍ରିଟେନ ପ୍ରଧାନମନ୍ତ୍ରୀ କାଇର ଷ୍ଟାରମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନା ତୀବ୍ର ହୋଇଛି । ବ୍ରିଟେନ ଖବରକାଗଜର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଷ୍ଟାରମର ସୋମବାର…

ଭାରତୀୟ ଯୋଗ ସଂସ୍ଥାନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଛତ୍ରପୁର, ୨୧।୬ (ଦିଲ୍ଲୀପ ସାମଲ): ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ।ଭାରତୀୟ ଯୋଗ ସଂସ୍ଥାନ, ଏହି ଉପଲକ୍ଷେ ନୂଆଦିଲ୍ଲୀ ଛତ୍ରପୁର ଶାଖା ପକ୍ଷରୁ ସ୍ଥାନୀୟ ଷ୍ଟାଡିଅମ ପରିସରସ୍ଥ…

ବିପଦସଙ୍କୁଳ ବାଉଁଶ ଚାରା ଭରସାରେ ହଜାର ହଜାର ଲୋକ; ଧାମନଗରଦଶରଥପୁର ବୈତରଣୀ ସେତୁ ଏବେ ବି ଅଧପନ୍ତରିଆ

ତିହିଡ଼ି,୨୧।୬(କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକ ଓ ଯାଜପୁର ଜିଲାର ଦଶରଥପୁର ବ୍ଲକର ସମେତ ପଡୋଶୀ ତିହିଡି ବ୍ଲକର ସାଧାରଣ ଲୋକଙ୍କ ଦୀର୍ଘଦିନର ସ୍ବପ୍ନ ଥିଲା…

‘ଇଟାଲୀର ଲୋକପ୍ରିୟତା ଆମେରିକା ସହିତ ସମ୍ପର୍କ ଉପରେ ନିର୍ଭର କରେ ନାହିଁ’: ଟ୍ରମ୍ପଙ୍କୁ ମେଲୋନିଙ୍କ କଡ଼ା ଜବାବ

ରୋମ,୨୧।୬: ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଆଜି, ଶନିବାର, ଟ୍ରମ୍ପ ପୁଣି ଥରେ ମେଲୋନିଙ୍କ…

ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପ୍ରାଇମ ଡେ’ର ୧୦ମ ସଂସ୍କରଣ

ଭୁବନେଶ୍ୱର,୨୧।୬: ଆସନ୍ତା ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପକ୍ଷରୁ ପ୍ରାଇମ ଡେ’-୨୦୨୬ର ୧୦ମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି । ଏହା ୪ ଜୁଲାଇ ରାତି ୧୨ଟାରୁ…

ମହାସଂଯୋଗ! ଆଜିଠୁ ଏହି ୫ଟି ରାଶିକୁ ମିଳିବ ଭାଗ୍ୟର ସାଥ୍‌, ଖୋଲିଯିବ ଉନ୍ନତିର ରାସ୍ତା

୨୧ ଜୁନ, ୨୧୨୬ ରେ ଜ୍ୟେଷ୍ଠ ମାସ ଶୁକ୍ଳ ପକ୍ଷର ସପ୍ତମୀ ତିଥି ଏବଂ ରବିବାର ଦିନ ଅଟେ। ଏହି ଦିନଟି ଅତ୍ୟନ୍ତ ସ୍ବତନ୍ତ୍ର, କାରଣ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri