ଦଲକି ନାଳ ପୋଲ ଉପରେ ୪ ଫୁଟ୍‌ ବନ୍ୟାଜଳ: ଖଣ୍ଡହତା-ସାହାଜଲଥା ଯାତାୟାତ ବିଚ୍ଛିନ୍ନ

ଅମରପାଲି, ୯।୮ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଉପାନ୍ତ ତଥା ରେଢ଼ାଖୋଲ ବ୍ଲକ ସୀମାବର୍ତ୍ତୀ ଅଞ୍ଚଳରେ ଲଘୁଚାପଜନିତ ବର୍ଷା ଯୋଗୁ ବିଭିନ୍ନ ଜୋର ଓ ନାଳରେ ବନ୍ୟାଜଳ ପ୍ରବାହିତ ହେଉଛି। ଏହାର ପ୍ରଭାବରେ ଖଣ୍ଡହତା-ସାହାଜଲଥା ରାସ୍ତାରେ ଥିବା ଦଲକି ନାଳ ପୋଲ ଉପରେ ପ୍ରାୟ ୪ ଫୁଟ୍‌ ଉଚ୍ଚର ବନ୍ୟାଜଳ ପ୍ରବାହିତ ହେଉଛି। ଫଳରେ ରବିବାର ଭୋରରୁ ଏହି ରାସ୍ତାରେ ଯାତାୟାତ ବିଚ୍ଛିନ୍ନ ହୋଇପଡ଼ିଛି।

ସୂଚନା ଅନୁସାରେ, ଉପରମୁଣ୍ଡରେ ଗତରାତି ପ୍ରବଳ ବର୍ଷା ହେବାରୁ ଅଞ୍ଚଳ ଦେଇ ପ୍ରବାହିତ ସୁରବାଲି ଜୋରରେ ବନ୍ୟାଜଳ ଆସିଛି। ଦଲକି ନାଳ ସାହାଜଲଥା ନିକଟରେ ସୁରବାଲି ଜୋରରେ ମିଶିଥିବାରୁ ସୁରବାଲି ଜୋରରେ ଅଧିକ ପାଣି ଆସିବା ଯୋଗୁ ଦଲକି ନାଳର ଜଳ ନିଷ୍କାସନରେ ବାଧା ସୃଷ୍ଟି ହୋଇଛି। ଫଳରେ ପୋଲ ଉପରେ ବନ୍ୟାଜଳର ଉଚ୍ଚତା ବଢ଼ି ପ୍ରାୟ ୪ ଫୁଟ୍‌ରେ ପହଞ୍ଚିଛି।

ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବାରୁ ଖଣ୍ଡହତା ଓ ସାହାଜଲଥା ମଧ୍ୟରେ ଯାତାୟାତ ବନ୍ଦ ରହିଛି। ଏହାର ପ୍ରଭାବରେ ସାହାଜଲଥା ସମେତ ବୀରମହାରାଜପୁର ଉପରେ ନିର୍ଭରଶୀଳ ରେଢ଼ାଖୋଲ ବ୍ଲକର ଭରତାପୁର ପଞ୍ଚାୟତ ଅଧୀନ ଭତରା, ସରୁଆଝୁଲି, ସରଗିପାଲ, ଆରଖକୁଦ, ତେନ୍ତେଲାଖୋଲ, ବଡ଼ଖୋଲ ଓ ଭୀମମୁଣ୍ଡା ଆଦି ଗ୍ରାମର ଲୋକେ ଯାତାୟାତରେ ଅସୁବିଧା ଭୋଗୁଛନ୍ତି।  ଖଣ୍ଡହତା ଅଞ୍ଚଳରୁ ରେଢ଼ାଖୋଲକୁ ଯୋଗାଯୋଗ ମଧ୍ୟ ବିଚ୍ଛିନ୍ନ ହୋଇଛି। ଲଗାଣ ବର୍ଷା ଜାରି ରହିଲେ ଜଳସ୍ତର ଆହୁରି ବୃଦ୍ଧି ପାଇବାର ଆଶଙ୍କା ଥିବାରୁ ଲୋକଙ୍କ ମଧ୍ୟରେ ଚିନ୍ତା ପ୍ରକାଶ ପାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗାତରେ ରାସ୍ତା ନା ରାସ୍ତାରେ ଗାତ? ଲଗାଣ ବର୍ଷାରେ ମରଣଯନ୍ତା ପାଲଟିଛି ଗୁଡ଼ାରି-ବିର୍ସା ନାଳ ରାସ୍ତା; ଅଭିଯୋଗ ପରେ ବି…

ଗୁଡ଼ାରି, ୨୩।୯(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ନିକଟସ୍ଥ ବିର୍ସା ନାଳ ବ୍ରିଜ୍‌ରୁ ସହରକୁ ସଂଯୋଗ କରୁଥିବା ପ୍ରାୟ ୨ କିଲୋମିଟର ଦୀର୍ଘ ପ୍ରମୁଖ ରାସ୍ତାର…

ଲଗାଣ ବର୍ଷାରେ ବେହାଲ ଦିଗପହଣ୍ଡି: ମୁଖ୍ୟ ରାସ୍ତାରେ ୨ ଫୁଟର ପାଣି, ଦୋକାନ-ବ୍ୟାଙ୍କରେ ନର୍ଦ୍ଦମା ଜଳ, ଜଳବନ୍ଦୀ ବସଷ୍ଟାଣ୍ଡ ବାସିନ୍ଦା

ଦିଗପହଣ୍ଡି,୨୩।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘନୀଭୂତ ଲଘୁଚାପ ପ୍ରଭାବରେ ତୁହାକୁ ତୁହା ଲଗାଣ ବର୍ଷା ଯୋଗୁ ବୁଧବାର ଦିଗପହଣ୍ଡି ସହର ସମ୍ପୂର୍ଣ୍ଣ ଉବୁଟୁବୁ ହୋଇପଡ଼ିଛି।…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?