ଉବୁଟୁବୁ ଦାରିଙ୍ଗବାଡ଼ି: ରାସ୍ତାରେ ୪ଫୁଟ୍‌ର ପାଣି

ଦାରିଙ୍ଗବାଡ଼ି,୨୦।୮(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଳକ ଅଞ୍ଚଳରେ ଲଗାଣ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ସକାଳ ୮ସୁଦ୍ଧା ୫୩ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବ୍ଳକ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ପ୍ରବଳ ବର୍ଷା ଯୋଗୁ ତିଲୋରୀ ପଞ୍ଚାୟତ ସାମନବାଡ଼ି ନିକଟ ପୋଲକୁ ସଂଯୋଗ କରୁଥିବା ରାସ୍ତା ଧୋଇ ହୋଇଯାଇଛି। ସେହିପରି ଉକ୍ତ ବ୍ଳକର ସିମନବାଡ଼ି-ରାଇକିଆକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗ ରାସ୍ତାର ମୁରୁଡ଼ିକୁପୁଡ଼ା ନିକଟରେ ଏକ ଡାଇଭର୍ସନ ରାସ୍ତା ଉପରେ ୪ଫୁଟ୍‌ର ପାଣି ପ୍ରବାହିତ ହେଉଛି। ଫଳରେ ଯାତାୟତ ଠପ୍‌ ହୋଇଯାଇଛି। ଉକ୍ତ ରାସ୍ତା ଗତ ରବିବାର ଧୋଇଯାଇଥିବା ବେଳେ ତାକୁ ବୁଧବାର ମରାମତି ପରେ ଯାତାୟତ ସ୍ବଭାବିକ ହୋଇଥିଲା। ପୁଣି ମାତ୍ର ଦୁଇଦିନ ପରେ ବର୍ଷା କାରଣରୁ ଉକ୍ତ ରାସ୍ତା ଉପରେ ବର୍ଷା ଜଳ ୪ଫୁଟ୍‌ ଉଚ୍ଚତାରେ ଯାଉଥିବା ବେଳେ ଭଙ୍ଗା ପୋଲ ନିକଟରେ ପ୍ରାୟ ୫୦ଫୁଟ ପାଣି ଜମି ରହିଛି। ସେହପରି ସିମନବାଡ଼ି ଠାରୁ ଦାରିଙ୍ଗବାଡ଼ିକୁ ସଂଯୋଗ କରୁଥିବା ୫୯ନଂ ଜାତୀୟରାଜପଥର ଶ୍ରାନିକେତା ଘାଟିରେ ପାଇନଗଛ ପଡ଼ିବାରୁ ରାସ୍ତାଅବରୋଧ ହୋଇଛି। ଅନ୍ୟପଟେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଧାନ ଚାଷ ସମେତ ପନିପରିବା ଚାଷ ମଧ୍ୟ କ୍ଷତି ହୋଇଥିବା ଜଣାପଡ଼ିଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri