ଉବୁଟୁବୁ ଦାରିଙ୍ଗବାଡ଼ି: ରାସ୍ତାରେ ୪ଫୁଟ୍‌ର ପାଣି

ଦାରିଙ୍ଗବାଡ଼ି,୨୦।୮(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଳକ ଅଞ୍ଚଳରେ ଲଗାଣ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ସକାଳ ୮ସୁଦ୍ଧା ୫୩ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବ୍ଳକ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ପ୍ରବଳ ବର୍ଷା ଯୋଗୁ ତିଲୋରୀ ପଞ୍ଚାୟତ ସାମନବାଡ଼ି ନିକଟ ପୋଲକୁ ସଂଯୋଗ କରୁଥିବା ରାସ୍ତା ଧୋଇ ହୋଇଯାଇଛି। ସେହିପରି ଉକ୍ତ ବ୍ଳକର ସିମନବାଡ଼ି-ରାଇକିଆକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗ ରାସ୍ତାର ମୁରୁଡ଼ିକୁପୁଡ଼ା ନିକଟରେ ଏକ ଡାଇଭର୍ସନ ରାସ୍ତା ଉପରେ ୪ଫୁଟ୍‌ର ପାଣି ପ୍ରବାହିତ ହେଉଛି। ଫଳରେ ଯାତାୟତ ଠପ୍‌ ହୋଇଯାଇଛି। ଉକ୍ତ ରାସ୍ତା ଗତ ରବିବାର ଧୋଇଯାଇଥିବା ବେଳେ ତାକୁ ବୁଧବାର ମରାମତି ପରେ ଯାତାୟତ ସ୍ବଭାବିକ ହୋଇଥିଲା। ପୁଣି ମାତ୍ର ଦୁଇଦିନ ପରେ ବର୍ଷା କାରଣରୁ ଉକ୍ତ ରାସ୍ତା ଉପରେ ବର୍ଷା ଜଳ ୪ଫୁଟ୍‌ ଉଚ୍ଚତାରେ ଯାଉଥିବା ବେଳେ ଭଙ୍ଗା ପୋଲ ନିକଟରେ ପ୍ରାୟ ୫୦ଫୁଟ ପାଣି ଜମି ରହିଛି। ସେହପରି ସିମନବାଡ଼ି ଠାରୁ ଦାରିଙ୍ଗବାଡ଼ିକୁ ସଂଯୋଗ କରୁଥିବା ୫୯ନଂ ଜାତୀୟରାଜପଥର ଶ୍ରାନିକେତା ଘାଟିରେ ପାଇନଗଛ ପଡ଼ିବାରୁ ରାସ୍ତାଅବରୋଧ ହୋଇଛି। ଅନ୍ୟପଟେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଧାନ ଚାଷ ସମେତ ପନିପରିବା ଚାଷ ମଧ୍ୟ କ୍ଷତି ହୋଇଥିବା ଜଣାପଡ଼ିଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri