ଗଭୀର ସମୁଦ୍ରରେ ୪ ମତ୍ସ୍ୟଜୀବୀ ନିଖୋଜ,୨ ରାଜ୍ୟର ୨୪ ଘଣ୍ଟିଆ ତଲାସୀ ଜାରି

ଭୋଗରାଇ, ୩ ।୮ ( ପ୍ରଦୀପ ଦାସ ): ଗାଙ୍ଗେୟ ସମତଳ ଅଞ୍ଚଳରେ ଘୂର୍ଣ୍ଣବଳୟ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିଛି । ଏଭଳି ସ୍ଥିତିରେ ବାଲେଶ୍ୱରଜିଲା ବାଲିଆପାଳ ବ୍ଲକ କଙ୍କଡ଼ାପାଳ ମୁହାଁଣରୁ ଶନିବାର ସକାଳ ୭ ଟାରେ ଏକ ଭୁଟଭୁଟି ଯୋଗେ ୪ ମତ୍ସ୍ୟଜୀବୀ ଗଭୀର ସମୁଦ୍ରକୁ ମାଛ ମାରିବାକୁ ଯାଇଥିବାବେଳେ ଅଦ୍ୟାବଧି ସେମାନେ ନିଖୋଜ ଥିବାର ସୂଚନା ମିଳିଛି । ଏହି ମତ୍ସ୍ୟଜୀବୀଙ୍କୁ ସମୁଦ୍ରରେ ଠାବ କରିବା ନିମନ୍ତେ ବାଲେଶ୍ୱର ଜିଲା ତାଳସାରୀ, ବାହାବଳପୁର, କଷାଫଳ ମେରାଇନଥାନା ସହ ପଶ୍ଚିମବଙ୍ଗ ଦୀଘା, ମନ୍ଦାରମଣୀ ମେରାଇନଥାନା, ଅଗ୍ନିଶମ ବିଭାଗ, ମତ୍ସ୍ୟ ବିଭାଗ ଓ ଓଡ୍ରାଫ ଟିମ ଆକାଶ ପଥରେ ଡ୍ରୋନ, ସ୍ପିଡି ବୋଟ ଓ ଟ୍ରଲରର ମାଧ୍ୟମରେ ସମୁଦ୍ରରେ ତଲାସୀ ଜାରିରଖିଛନ୍ତି । ନିଖୋଜ ଥିବା ମତ୍ସ୍ୟଜୀବୀ ହେଲେ କଙ୍କଡ଼ାପାଳ ଗ୍ରାମର ଡ଼ଙ୍ଗା ମାଲିକ ମଧୁସୂଦନ ଗିରି, ବାପା ଗୋପାଳ ଗିରି, ବଡଭାଇ ରବୀନ୍ଦ୍ର ଗିରି, ଶାଳକ ଜଗନ୍ନାଥ ପାଳ । ଅନ୍ୟ ଡ଼ଙ୍ଗା ଗୁଡିକ କୂଳକୁ ଫେରିଆସିଥିବା ବେଳେ ୪ ମତ୍ସ୍ୟଜୀବୀଙ୍କ ପରିବାର ଆଶା ଓ ଆଶଙ୍କାରେ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri