ଭୁବନେଶ୍ୱରର ୪ ଫ୍ଲାଟ୍‌ କଣ୍ଟେନ୍‌ମେଣ୍ଟ

ଭୁବନେଶ୍ୱର, ୨୩। ୧୨ (ବ୍ୟୁରୋ): କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍‌କୁ ନେଇ ଏବେ ଭୟର ବାତାବରଣ ଲାଗି ରହିଛି। ଏଭଳିସ୍ଥଳେ ଏକାଧିକ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ରାଜଧାନୀ ଭୁବନେଶ୍ୱରର ଆଉଏକ ସ୍ଥାନକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ୬୪ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ଡୁମୁଡୁମାସ୍ଥିତ କସ୍‌ମୋପଲିସ ଆପାର୍ଟମେଣ୍ଟର ଫ୍ଲାଟ୍‌ ନଂ. ଜି- ୧୧୨, ଜି-୧୩୨, ଜି-୧୪୨ ଓ ଜି-୧୫୧ରୁ ୮ଜଣ ସଂକ୍ରମିତ ଚିହ୍ନଟ ହୋଇଥିବାରୁ ସଂକ୍ରମଣ ଏଡାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଏଠାରେ କଣ୍ଟେନ୍‌ମେଣ୍ଟ କଟକଣା ଲଗାଇଛି। ଏହି ସମୟରେ ସମ୍ପୃକ୍ତ ଅଞ୍ଚଳକୁ ଲୋକଙ୍କ ଯିବା ଆସିବାକୁ ବାରଣ କରାଯାଇଛି। ଏଥିସହ ସେଠାରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡିକୁ ମଧ୍ୟ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। କଣ୍ଟେନମେଣ୍ଟ ଅଞ୍ଚଳରେ ଥିବା ଲୋକଙ୍କୁ ବିଏମ୍‌ସି ପକ୍ଷରୁ ଆବଶ୍ୟକ ସାମଗ୍ରୀ ଯୋଗାଇ ଦିଆଯିବ। ଓ୍ବାର୍ଡ ଅଫିସର ଜେଡ୍‌. ଆବେଦିନ୍‌ ସାମଗ୍ରୀ ଯୋଗାଣ ଦାୟିତ୍ୱରେ ରହିଥିବାବେଳେ ଡା. ଦୀପ୍ତିମାନ ବେହେରା ମେଡିକାଲ ସହାୟତା ପାଇଁ ନିୟୋଜିତ ଅଛନ୍ତି।
ସୂଚନାଯୋଗ୍ୟ, ସହରରେ ଏବେ କରୋନା ସଂକ୍ରମଣ ଜାରି ରହିଛି। ତେବେ କଟକରୁ ରାଜ୍ୟର ପ୍ରଥମ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜଧାନୀରେ ଏହାକୁ ରୋକିବାକୁ ବିଏମ୍‌ସି ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଫଳରେ ଗୋଟିଏ ସ୍ଥାନରୁ ଏକାଧିକ ସଂକ୍ରମିତ ଚିହ୍ନଟ ହେଲେ କଣ୍ଟେନମେଣ୍ଟ ଭଳି କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଉଛି। ଦୀର୍ଘଦିନ ପରେ ମଙ୍ଗଳବାର ସହରର ଦୁଇଟି ସ୍ଥାନକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ କରାଯାଇଥିଲା। ଆଗକୁ ବଡ଼ଦିନ ଓ ନୂଆବର୍ଷ ଆସୁଥିବାରୁ ସଂକ୍ରମଣ ବଢିବା ଆଶଙ୍କା ରହିଛି। ତେଣୁ ଖୁବ୍‌ଶୀଘ୍ର ରାଜଧାନୀବାସୀଙ୍କ ପାଇଁ ମାର୍ଗଦର୍ଶିକା ଜାରି କରାଯିବ ବୋଲି ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।
ଗତ ୨୪ ଘଣ୍ଟାରେ ରାଜଧାନୀରୁ ୬୩ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨ଲକ୍ଷ ୩ହଜାର ୮୭ରେ ପହଞ୍ଚତ୍ଛି। ସେହିପରି ଗୋଟିଏ ଦିନରେ ୯୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ମୋଟ୍‌ ୧୨ଲକ୍ଷ ୧ହଜାର ୧୪ଜଣ ସୁସ୍ଥ ହୋଇଥିବାବେଳେ ୯୫୮ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି ଓ ୧୦୯୪ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବା ବିଏମ୍‌ସି ତଥ୍ୟରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri