Posted inଖେଳ

ଭାରତୀୟ ଦଳରେ ଓଡ଼ିଶାରୁ ୪

ନୂଆଦିଲ୍ଲୀ, ୨୭।୭ : ଜର୍ମାନୀର ଡୁସେଲଡର୍ଫଠାରେ ଚତୁଃରାଷ୍ଟ୍ରୀୟ ଜୁନିୟର ମହିଳା ହକି ଟୁର୍ନାମେଣ୍ଟ ଅଗଷ୍ଟ ୧୮ରୁ ୨୩ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ଭାରତ, ଇଂଲଣ୍ଡ, ସ୍ପେନ୍‌ ଓ ଆୟୋଜକ ଜର୍ମାନୀ ଅଂଶଗ୍ରହଣ କରିବେ। ଏହି ସମ୍ମାନଜନକ ପ୍ରତିଯୋଗିତା ପାଇଁ ହକି ଇଣ୍ଡିଆ ପକ୍ଷରୁ ବୁଧବାର ୨୦ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ଓଡ଼ିଶାର ୪ ଖେଳାଳି ଗୋଲକିପର ମାଧୁରୀ କିଣ୍ଡୋ, ମିଡ୍‌ଫିଲ୍ଡର ସୁଜାତା କୁଜୁର, ଡିଫେଣ୍ଡର ଅଞ୍ଜଳି ବାରଓ୍ବା ଓ ଫରଓ୍ବାର୍ଡ ସୁନେଲିତା ଟପ୍ପୋ ସ୍ଥାନ ପାଇଛନ୍ତି। ଡିଫେଣ୍ଡର ପ୍ରୀତିଙ୍କୁ ଅଧିନାୟିକା ଓ ମିଡ୍‌ ଫିଲ୍ଡର ଋତୁଜା ଦାଦାସୋ ପିସାଲଙ୍କୁ ଉପ-ଅଧିନାୟିକା କରାଯାଇଛି। ୨୦୨୩ ନଭେମ୍ବର ୨୯ରୁ ଡିସେମ୍ବର ୧୦ ପର୍ଯ୍ୟନ୍ତ ଚିଲିର ସାଣ୍ଟିଆଗୋଠାରେ ଏଫ୍‌ଆଇଏଚ୍‌ ହକି ଜୁନିୟର ବିଶ୍ୱକପ ଅନୁଷ୍ଠିତ ହେବ। ଏହି ମେଗା ପ୍ରତିଯୋଗିତା ପୂର୍ବରୁ ଚତୁଃରାଷ୍ଟ୍ରୀୟ ଟୁର୍ନାମେଣ୍ଟରେ ଭାରତ ଭଲ ଅଭ୍ୟାସ ପାଇବ।
”ଅଭ୍ୟାସ ସେସନରେ ଯାହା ଶିଖା ଯାଇଛି ତାହାକୁ ପ୍ରୟୋଗ କରିବା ସହ ଅନ୍ତର୍ଜାତୀୟ ସ୍ତରରେ ନିଜକୁ ପ୍ରମାଣିତ କରିବାକୁ ଚତୁଃରାଷ୍ଟ୍ରୀୟ ଟୁର୍ନାମେଣ୍ଟ ଭଲ ସୁଯୋଗ ଆଣିବ। ଆଗକୁ ଜୁନିୟର ବିଶ୍ୱକପ୍‌ ଆସୁଛି। ତେଣୁ ଚତୁଃରାଷ୍ଟ୍ରୀୟ ଟୁର୍ନାମେଣ୍ଟରୁ ଆମର ଦୁର୍ବଳତା ସମ୍ପର୍କରେ ଜାଣିବାକୁ ମଧ୍ୟ ସୁଯୋଗ ମିଳିବ। ଏହି ଟୁର୍ନାମେଣ୍ଟ ନିଶ୍ଚିତ ପିଲାମାନଙ୍କ ଆତ୍ମବିଶ୍ୱାସ ଦୃଢ଼ କରିବା ନେଇ ଆମେ ଆଶାବାଦୀ“ ବୋଲି ମୁଖ୍ୟ କୋଚ୍‌ ତୁଷାର ଖାଣ୍ଡକର ପ୍ରକାଶ କରିଛନ୍ତି।
ଭାରତୀୟ ଦଳ
ଗୋଲକିପର୍ସ: ମାଧୁରୀ କିଣ୍ଡୋ, ଖୁସ୍‌ବୁ।
ଡିଫେଣ୍ଡର୍ସ: ପ୍ରୀତି (ଅଧିନାୟିକା), ରୋପନି କୁମାରୀ, ଅଞ୍ଜଳି ବାରଓ୍ବା, ନୀଲମ, ଥୌନାଓଜାମ ନିରୂପମା ଦେବୀ।
ମିଡ୍‌ଫିଲ୍ଡର୍ସ: ଋତୁଜା ଦାଦାସୋ ପିସାଲ (ଉପ-ଅଧିନାୟିକା), ମଞ୍ଜୁ ଚୌରାସିଆ, ସାକ୍ଷୀ ରାଣା, ସୁଜାତା କୁଜୁର, ଭୂମିକ୍ସା ସାହୁ, ଜ୍ୟୋତି ସିଂ, ମହିମା ଟେଟେ, ହିନା ବାନୋ।
ଫରଓ୍ବାଡର୍‌ସ: ଅନୁ, ଦୀପିକା ସୋରେଙ୍ଗ, ସୁନେଲିତା ଟପ୍ପୋ, କାଜଲ ସଦାଶିବ ଅତପାଦକର, ମୁମ୍‌ତାଜ ଖାଁ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷ ଗିରଫ: ନିଯୁକ୍ତି ଦୁର୍ନୀତି ମାମଲାରେ ବାନ୍ଧିଲା ED

କୋଲକାତା,୧୧।୫: ପଶ୍ଚିମବଙ୍ଗରେ ପୌରପାଳିକା ନିଯୁକ୍ତି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷଙ୍କୁ ଗିରଫ କରିଛି। ଘଣ୍ଟା ଘଣ୍ଟା ଧରି କଠୋର…

ଗୁଳିକାଣ୍ଡ ଘଟଣାରେ ଡିଆଇଜିଙ୍କ ରାୟଗଡ଼ା ଗସ୍ତ: ସ୍ଥିତି ଉପରେ ଅନୁଧ୍ୟାନ

ଗୁଣପୁର,୧୧।୫( ସୁଜାତା ପାଢ଼ୀ):ରାୟଗଡ଼ା ଗୁଳିକାଣ୍ଡ ଘଟଣା ପରେ ଦକ୍ଷିଣ ପଶ୍ଚିମlଞ୍ଚଳ ଡିଆଇଜି ଡ. କନୱର ବିଶାଲ ସିଂ ସୋମବାର ପହଞ୍ଚି ପରିସ୍ଥିତି ଉପରେ ଅନୁଧ୍ୟାନ କରିଛନ୍ତି। ଅପରାଧୀମାନଙ୍କୁ…

ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍‌

ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର…

ଶୁଭେନ୍ଦୁ ସରକାରଙ୍କ ବଡ଼ ନିଷ୍ପତ୍ତି: ମହିଳାଙ୍କୁ ମିଳିବ ୩୦୦୦ ଟଙ୍କା, ମାଗଣା ବସ୍‌ ଯାତ୍ରା

କୋଲକାତା,୧୧।୫: ରାଜ୍ୟ ସରକାରଙ୍କ ଜଣେ ଅଧିକାରୀ ସୋମବାର କହିଛନ୍ତି ଯେ, ବଙ୍ଗଳା ସରକାରଙ୍କ “ଅନ୍ନପୂର୍ଣ୍ଣା ଭଣ୍ଡାର” ଯୋଜନା ଅଧୀନରେ, ଜୁନ ୧ ତାରିଖରୁ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟରେ…

LPG ସବସିଡି ଉପରେ ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ କେବଳ ଏମାନେ ପାଇବେ, ଫୋନରେ ପଠାଯାଉଛି…

ନୂଆଦିଲ୍ଲୀ,୧୧।୫: ଘରୋଇ ଏଲପିଜି ସିଲିଣ୍ଡର ବ୍ୟବହାରକାରୀଙ୍କ ପାଇଁ ଏକ ଖୁସି ଖବର ଅଛି। କେନ୍ଦ୍ର ସରକାର ଏଲପିଜି ଗ୍ରାହକମାନଙ୍କୁ ସବସିଡି ପାଇଁ ଯୋଗ୍ୟତା ସମ୍ପର୍କରେ ଏସଏମଏସ ଆଲର୍ଟ…

ନାବାଳିକା ବଧୂଙ୍କୁ ମାରିଦେଲେ ଶାଶୁଘର ଲୋକେ! ସ୍ବାମୀ-ଶ୍ୱଶୁର ଅଟକ

ନନ୍ଦପୁର, ୧୧/୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଖିର୍ଜୀ ପଞ୍ଚାୟତର ନନ୍ଦୀଗାଁ ଗ୍ରାମରେ ଜଣେ ୧୭ ବର୍ଷୀୟା ନାବାଳିକା ବଧୂର ମୃତ୍ୟୁକୁ ନେଇ ଉତ୍ତେଜନା…

ଭିଟାମାଟିକୁ ଫେରୁଥିଲେ ଦାଦନ ଶ୍ରମିକ: ବାଟରେ ହେଲା ମୃତ୍ୟୁ, ତଦନ୍ତ ଆରମ୍ଭ

ବଲାଙ୍ଗିର,୧୧।୫( ସୁନିଲ କୁମାର ମହାନ୍ତି): ଖପ୍ରାଖୋଲ ବ୍ଲକରୁ ଏକ ପରିବାର ନିଜ ସ୍ତ୍ରୀ ଛୁଆ ପିଲା ସହ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଇଥିଲେ। ରାଜ୍ୟ ବାହାରେ…

ବାଲି ଚୋରା ଚାଲାଣବେଳେ ମାଡ଼ିବସିଲେ ତହସିଲଦାର: ଆଉ ତା’ପରେ…

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବାହୁଦା ନଦୀରୁ ବେଆଇନ ଭାବେ ବାଲି ଚୋରା ଚାଲାଣ ଅଭିଯୋଗ ହୋଇଆସୁଛି। ସୋମବାର ପୂର୍ବାହ୍ନରେ ଦିଗପହଣ୍ଡି ତହସିଲଦାର ତଥା ଏକଜିକ୍ୟୁଟିଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri