ଘୋଡାହାଡ ଡ୍ୟାମର ଖୋଲିଲା ୪ ଗେଟ୍‌: ସତର୍କ ସୂଚନା ଜାରି

ଦିଗପହଣ୍ଡି,୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରୀ ଗାଁ ନିକଟ ଘୋଡ଼ାହାଡ଼ ଡ୍ୟାମର ଜଳସ୍ତର ୧୧୬.୭୦ ମିଟରରେ ପହଞ୍ଚିବାରୁ ଗଞ୍ଜାମ ଜିଲାପାଳ କିର୍ତ୍ତିଭାସନ ଭି.ଙ୍କ ଉପସ୍ଥିତିରେ ଡ୍ୟାମର ୪ଟି ଗେଟ ଖୋଲାଯାଇ ନଦୀ ମଧ୍ୟକୁ ପାଣି ଛଡା ଯାଇଥିବା ଜଣାପଡିଛି।
ଜିଲାପାଳଙ୍କ ସହ ବ୍ରହ୍ମପୁର ଉପଜିଲାପାଳ ଅବିନାଶ କୁମାର, ବ୍ରହ୍ମପୁରସ୍ଥିତ ରାଜ୍ୟ ଜଳସମ୍ପଦ ବିଭାଗ ଅଧିନ ଋଷିକୂଲ୍ୟା-ନାଗାବଳୀ ଓ ବଂଶଧାରା ଅବବାହିକାର ମୁଖ୍ୟଯନ୍ତ୍ରୀ ଇଂ. ନିର୍ବାଣ ଭୋଇ, ଚିକିଟି ଜଳସମ୍ପଦ ବିଭାଗ ନିର୍ବାହୀ ଯନ୍ତ୍ରୀ ଇଂ.ସୁବ୍ରତ ପଟ୍ଟନାୟକ, ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁ, ବିଡ଼ିଓ ଅନାମିକା ପାଣ୍ଡେ, ଘୋଡ଼ାହାଡ଼ ଜଳସେଚନ ଉପଖଣ୍ଡ କାର୍ଯ୍ୟାଳୟ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ.ନିରଞ୍ଜନ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

ବଙ୍ଗୋପସାଗରରେ ଘନୀଭୂତ ଲଘୁଚାପ ପ୍ରଭାବରେ ଗଞ୍ଜାମ ଓ ଗଜପତି ଜିଲାରେ ପ୍ରବଳ ବର୍ଷା ହୋଇଛି। ପ୍ରବଳ ବର୍ଷା ଯୋଗୁ ଘଣ୍ଟା ପ୍ରତି ପ୍ରାୟ ୬୦ କ୍ୟୁସେକ ପାଣି ଡ୍ୟାମ ମଧ୍ୟରେ ପ୍ରବେଶ କରିଥିଲା। ଗୁରୁବାର ସକାଳ ୬ ଟାରୁ ଶୁକ୍ରବାର ସକାଳ ୬ ଟା ମଧ୍ୟରେ ଡ଼୍ୟାମ ଇଲାକାରେ ୧୧୫ ମିଲିମିଟର ଏବଂ ଦିଗପହଣ୍ଡିରେ ୫୨ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି।
ଦିଗପହଣ୍ଡିସ୍ଥିତ ଘୋଡାହାଡ ଜଳସେଚନ ଉପବିଭାଜନ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ନଦୀ ତଟବର୍ତ୍ତୀ ଗୋଲଣ୍ଡା, ମଧୁବନ, ସେବକ ଟିକରପଡ଼ା, କଇଠଖଣ୍ଡି, ବୁରିପଦର, ପେଣ୍ଠା, ତଲାସିଙ୍ଗି, ଗୁମା, ପନାଡ, ଜକମେରି ପଲ୍ଲୀ, ଜଲମେରି ପଲ୍ଲୀ, ଧେରେଣ୍ଡୀ, ମଳାଭଞ୍ଜା, ଆମ୍ବ ଗାଁ, ତିଳେଶ୍ୱର,ମହାନଳା, ପଳାଶ ପୁର, ନୂଆଗଡ, ଖୁଲଡି, ଜଲମରା, ଭୁଇପଲ୍ଲୀ, ପାଟପୁର ଗ୍ରାମ ରେ ଡାକବାଜି ଯନ୍ତ୍ର ମାଧ୍ୟମରେ ସତର୍କ ସୂଚନା ଜାରି କରାଯାଇଛି।

ଡ୍ୟାମର ଜଳଧାରଣ କ୍ଷମତା ୧୧୭.୮୦ ମିଟର ରହିଥିବା ବେଳେ ଶୁକ୍ରବାର ସକାଳ ସୁଦ୍ଧା ୧୧୬.୭୦ ମିଟର ପାଣି ଗଚ୍ଛିତ ରହିଥିବା ଉପନିର୍ବାହୀ ଯନ୍ତ୍ରୀ ଜଣାଇ ପ୍ରାୟ ୨ଟାରେ ଡ୍ୟାମ ସ୍ପିଲ ୱେର ୩ଟି ଗେଟ ବନ୍ଦ କରାଯାଇ କେବଳ ଗୋଟିଏ ଗେଟ ମଧ୍ୟ ଦେଇ ପାଣି ଛଡା ଯାଉଥିବା ଜଣାପଡ଼ିଛି। ଲଘୁଚାପ ବର୍ଷା ପ୍ରଭାବରୁ ଆଗାମୀ ୭ଦିନ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଉପନିର୍ବାହୀ ଯନ୍ତ୍ରୀ ,ବିଭାଗୀୟ ବରିଷ୍ଠ କର୍ମଚାରୀ ପ୍ରଦୀପ କୁମାର ମହାନ୍ତି ଏବଂ ଅନ୍ୟ କର୍ମଚାରୀ ବୃନ୍ଦ ଡ୍ୟାମ ପରିସରରେ ଉପସ୍ଥିତ ରହି ପରିସ୍ଥିତି ପ୍ରତି ନଜର ରଖିଥିବା ଜଣାପଡ଼ିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri