ମହାପ୍ରଭୁଙ୍କ ବନକଲାଗି ନୀତି: ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ ଅଫିସ,୧୪।୯: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଦ୍ବିତୀୟ ଭୋଗମଣ୍ଡପ ପରେ ଶ୍ରୀଜିଉଙ୍କ ଏହି ନୀତି ହେବ। ଦତ୍ତମହାପାତ୍ର ସେବକ ମାନେ ଶ୍ରୀବିଗ୍ରହଙ୍କ ଏହି ସେବା କରିବେ।