ଆଜି ମହାପ୍ରଭୁଙ୍କ ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୨୮ା୭(ଅଜିତ୍‌ କୁମାର ମହାନ୍ତି):ଶ୍ରାବଣ ଶୁକ୍ଳପକ୍ଷ ଚତୁର୍ଥୀ ସୋମବାର ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପନ୍ନ କରିବେ। ମହାପ୍ରଭୁଙ୍କ ବିଭିନ୍ନ ଗୁପ୍ତନୀତି ମଧ୍ୟରେ ଏହି ନୀତି ଅନ୍ୟତମ। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ହୋଇ ଦ୍ୱିତୀୟ ଭୋଗମଣ୍ଡପ ଶେଷହେବା ପରେ ମଇଲମ ନୀତି ଅନୁଷ୍ଠିତ ହେବ। ପରେ ଜୟବିଜୟ ଦ୍ୱାର ବନ୍ଦ କରାଯିବ। ଏହାପରେ ଶ୍ରୀଦେବୀ, ଭୂଦେବୀ ଖଟଶେଯ ଘରେ ବିଜେ କରିବେ। ମହାପ୍ରଭୁଙ୍କ ଖସାପଡ଼ା ନୀତି ପାଇଁ ଦଇତାପତିମାନେ ଗର୍ଭଗୃହକୁ ପ୍ରବେଶ କରିବେ। ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଖସାପଡ଼ା ନୀତି ସମ୍ପନ୍ନ ହେବା ପରେ ଦଇତାପତି ଶ୍ରୀମନ୍ଦିରରୁ ବାହାରିବା ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ବଢ଼ିବ। ମହାପ୍ରଭୁଙ୍କ ମଇଲମ ବେଶ ସନ୍ଧ୍ୟା ଆଳତି ବଢ଼ି ଅନ୍ୟାନ୍ୟ ନୀତି ସମ୍ପନ୍ନ ହେବ। ଏହି ନୀତି ପାଇଁ ରବିବାର ଦେଉଳକରଣ ଧଳାକନା ଧୋଇ ଶୁଖାଇ ଗାରଦରେ ଜମା ଦେଇଛନ୍ତି। ଏହି ନୀତି ପାଇଁ ସୋମବାର ସନ୍ଧ୍ୟା ୬ଟାରୁ ରାତିି ୧୦ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧।୯: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?