ଆଜି ବନକଲାଗି, ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ ଅଫିସ, ୩ା୮: ଶ୍ରାବଣ ମାସ ଶୁକ୍ଳପକ୍ଷ ପଞ୍ଚମୀ ମଳ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି। ବୁଧବାର ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ବନକ ଲାଗି ନୀତି ଅନୁଷ୍ଠିତ ହେବାକୁ ଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଦ୍ୱିତୀୟ ଭୋଗ ମଣ୍ଡପ ସମ୍ପନ୍ନ ହୋଇ ପାଣି ପଡିବା ପରେ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ରତ୍ନସଂହାସନ ଉପରକୁ ଉଠି ଠାକୁରମାନଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଦତ୍ତମହାପାତ୍ର ସେବକମାନେ ନୀତି ସାରି ଶ୍ରୀମନ୍ଦିରରୁ ବାହାରିବା ପରେ ଶ୍ରୀବିଗ୍ରହମାନଙ୍କ ମହାସ୍ନାନ କରାଯିବା ପରେ ଅନ୍ୟାନ୍ୟ ନୀତି ବଢିବା ସହ ପୁନର୍ବାର ଦର୍ଶନ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri