୪ ଘଣ୍ଟା ରାସ୍ତା ଜାମ୍‌, ଲୋକେ ହନ୍ତସନ୍ତ

ଯୋଡା, ୨୩।୪: (ଡି.ଏନ୍‌.ଏ.) କେନ୍ଦୁଝର ଜିଲା ଯୋଡ଼ାସ୍ଥିତ ୫୨୦ ନଂ. ଜାତୀୟ ରାଜପଥର ଲହଣ୍ଡା ରେଲୱେ ଓଭର ବ୍ରିଜ୍‌ ନିକଟରେ ଶନିବାର ୨ ଟ୍ରକ୍‌ ମଧ୍ୟରେ ଧକ୍କା ହୋଇ ଫସି ରହିଥିଲା। ଫଳରେ ଦୀର୍ଘ ୪ଘଣ୍ଟା ରାସ୍ତା ଜାମ୍‌ ହୋଇ ଟ୍ରାଫିକ୍‌ ସମସ୍ୟା ଦେଖାଯାଇଥିଲା। ଲୋକେ ଜାମ୍‌ରେ ଫସି ହନ୍ତସନ୍ତ ହୋଇଥିଲେ। ରାଜପଥ କାମ ଅଧାପନ୍ତରିଆ ହୋଇ ପଡ଼ିଥିବାରୁ ଦୁର୍ଘଟଣା ଘଟୁଛି ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ପ୍ରକାଶ ଯେ, ଉକ୍ତ ଓଭର ବ୍ରିଜ୍‌ ରାସ୍ତା ଦେଇ ଗୋଟିଏ ଟ୍ରକ୍‌ ଯାଉଥିଲା। ଅଣ ଓସାରିଆ ରାସ୍ତାରେ ସେହି ସମୟରେ ଅନ୍ୟ ଏକ ଟ୍ରକ୍‌ ଜବରଦସ୍ତ ଯିବାକୁ ଚେଷ୍ଟା କରିବା ବେଳେ ଧକ୍କା ହୋଇଥିଲା। ପରେ ରାସ୍ତାରେ ଚଳାଚଳ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଥିଲା। ଯୋଡ଼ା, ଭଦ୍ରାସହି, ବଡ଼ବିଲକୁ ସଂଯୋଗ ପାଇଁ ଏହା ହିଁ ଏକ ମାତ୍ର ରାସ୍ତା ହୋଇଥିବାରୁ ପ୍ରାୟ ୪ଘଣ୍ଟାରୁ ଊଦ୍ଧର୍‌ବ ସମୟ ଧରି ଯାତ୍ରୀବାହୀ ବସ୍‌, କ୍ଷୀର ଗାଡ଼ି, ଛୋଟ ବଡ଼ ଯାନବାହନ, ଏପରିକି ରୋଗୀ ନେଇ ଯାଉଥିବା ଆମ୍ବୁଲାନ୍ସ ମଧ୍ୟ ଅଟକି ରହିଥିଲା। ଉଭୟ ପାର୍ଶ୍ୱରେ ପ୍ରାୟ ୫କି.ମି. ବ୍ୟାପି ଗାଡ଼ି ଲମ୍ବି ରହିଥିବା ଦେଖିବାକୁ ମିଳିଥିଲା। ଘଟଣାସ୍ଥଳରେ ପୋଲିସ ପହଞ୍ଚତ୍ଥିଲେ ହେଁ ଟ୍ରାଫିକ ନିୟନ୍ତ୍ରଣ କରିବାକୁ ନାକେଦମ ହେବାକୁ ପଡ଼ିଥିଲା। ଜାତୀୟ ରାଜପଥ ପ୍ରାଧିକରଣ ବିଭାଗ ପକ୍ଷରୁ ୫୨୦ ନଂ. ଜାତୀୟ ରାଜପଥର ୪ ଲେନ୍‌ ରାସ୍ତା ନିର୍ମାଣ ସମ୍ପୂର୍ଣ୍ଣ କରାଯାଇଛି। ମାତ୍ର କଳାପାହାଡ଼ଠାରୁ ଲହଣ୍ଡା ପର୍ଯ୍ୟନ୍ତ ରାସ୍ତା ସମ୍ପୂର୍ଣ୍ଣ ହୋଇନାହିଁ। ଅଣଓସାରିଆ ଓ ବିପଦସଙ୍କୁଳ ଅବସ୍ଥାରେ ଏହି ଓଭର ବ୍ରିଜ୍‌ ରହିଥିବାରୁ ରାସ୍ତା ଦେଇ କେବଳ ଗୋଟିଏ ମାତ୍ର ଟ୍ରକ୍‌ ଅତିକ୍ରମ କରିଥାଏ। ଏକାଧିକ ଭାରିଯାନ ଚଳାଚଳ କଲେ ଅନେକ ସମୟରେ ଦୁର୍ଘଟଣା ଘଟିଥାଏ। ବିଭାଗୀୟ ଖାମଖିଆଲ ନୀତି ଯୋଗୁ ଲୋକେ ହନ୍ତସନ୍ତ ହେଉଥିବା ଅଞ୍ଚଳର ଶ୍ୟାମ ପାତ୍ର, ଗୁରୁଚରଣ ମୁଣ୍ଡା, ରାଜେଶ ଓରାମ ପ୍ରମୁଖ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

ଦିଗପହଣ୍ଡିରେ ଅତୀତର ଅଭୁଲା ସ୍ମୃତି ମନେ ପକାଇଲେ ୧୯୮୨ ବ୍ୟାଚର ଛାତ୍ର

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବନ୍ଧୁମିଳନ । ରବିବାର ଦିଗପହଣ୍ଡି ବ୍ଲକ ଅଞ୍ଚଳର ବିଭିନ୍ନ ଗାଁ ହାଇସ୍କୁଲରେ ପଢ଼ିଥିବା…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri