ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ ଅଫିସ, ୧୯ା୧୧: ମାର୍ଗଶିର ମାସ କୃଷ୍ଣପକ୍ଷ ଦଶମୀ ତିଥିରେ ଶନିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ହେବ। ଶ୍ରୀବିଗ୍ରହମାନଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା ଦିଆଯିବା ଉଦ୍ଦେଶ୍ୟରେ ଏହି ନୀତି ହୋଇଥାଏ। ଏହି ଗୁପ୍ତ ନୀତି ସମୟରେ ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ସମେତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହି ନୀତି ଲାଗି ଶନିବାର ଅପରାହ୍ନ ୫ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଶ୍ରୀମନ୍ଦିର ସ୍ବତ୍ତ୍ୱଲିପି ଅନୁଯାୟୀ, ମହାପ୍ରଭୁଙ୍କ ଦ୍ୱିତୀୟ ଭୋଗମଣ୍ଡପ ପରେ ପଇତା ଲାଗି ନୀତି ଆରମ୍ଭ ହେବ। ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପାଦନ କରିବେ। ପଇତାଗୁଡ଼ିକୁ ପାଟେରା ସେବକମାନେ ପାଟବସ୍ତ୍ରରେ ପ୍ରସ୍ତୁତି କରି ଶ୍ରୀମନ୍ଦିର ପ୍ରଶାସନକୁ ହସ୍ତାନ୍ତର କରିବେ। ଏହାପରେ ଦଇତାପତି ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ଏହି ନୀତି ସମ୍ପନ୍ନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

୪ ବଡ଼ ଗ୍ରହ ପରିବର୍ତ୍ତନ: ଆଜିଠୁ କର୍କଟ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର

ଭୁବନେଶ୍ୱର: ଅକ୍ଟୋବର ମାସରେ ଅନେକ ଗ୍ରହଙ୍କ ଚଳନ ଓ ରାଶି ପରିବର୍ତ୍ତନ ହେବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗ୍ରହ ପରିବର୍ତ୍ତନର ପ୍ରଭାବ କିଛି ରାଶିର ଲୋକଙ୍କ…

ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ଚାନ୍ଦବାଲି ବିଡିଓଙ୍କୁ ସସ୍‌ପେଣ୍ଡ କରି…

ଚାନ୍ଦବାଲି,୧ା୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ରଙ୍କ ବିରୋଧରେ ରାଜ୍ୟ ସରକାର ନେଇଛନ୍ତି କଠୋର କାର୍ଯ୍ୟାନୁଷ୍ଠାନ। କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ ନିୟମ ଭଙ୍ଗ…

ବିରାଟ-ରୋହିତଙ୍କୁ ପଛରେ ପକାଇଲେ ବୁମ୍‌ରା, ନିଜ ନାଁରେ କଲେ ଏହି ବଡ଼ ରେକର୍ଡ

ନୂଆଦିଲ୍ଲୀ, ୧।୧୦: ଏସିଆନ ଗେମ୍ସ ୨୦୨୬ର ମେନ୍ସ କ୍ରିକେଟରେ ଭାରତ ଦମଦାର ବିଜୟ ହାସଲ କରି ଫାଇନାଲରେ ପ୍ରବେଶ କରିଛି। ସେମିଫାଇନାଲରେ ଶ୍ରୀଲଙ୍କାକୁ ୧୨୪ ରନର ବଡ଼…

ଅଭିଜିତ୍ ଦୀପକେ କରିପାରିବେ କି ଜ୍ଞାନେଶ କୁମାରଙ୍କ ଇସ୍ତଫା? ସୋନମ୍ ୱାଙ୍ଗଚୁକ୍ ଦେଲେ ବଡ଼ ବୟାନ୍

ନୂଆଦିଲ୍ଲୀ,୧।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଶୁକ୍ରବାର (୨ ଅକ୍ଟୋବର) ମୁମ୍ବାଇରେ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଯାଉଛି କକରୋଚ୍ ଜନତା ପାର୍ଟି (CJP)…

ବ୍ୟାଙ୍କରେ ସବୁ ଶନିବାର ଛୁଟି, ସପ୍ତାହରେ ୫ ଦିନ ହେବ କାମ? ଭାଇରାଲ ବିଜ୍ଞପ୍ତିରେ ହେଉଥିବା ଦାବିକୁ ନେଇ ସରକାର କହିଲେ…

ନୂଆଦିଲ୍ଲୀ,୧।୧୦: ଆଜିକାଲି ସୋସିଆଲ୍‌ ମିଡିଆରେ ଭ୍ରାମକ ଓ ଗୁଜବ ଖବର ଅତି ଶୀଘ୍ର ଭାଇରାଲ୍‌ ହେବାରେ ଲାଗିଛି। ଗତ କିଛି ଦିନ ହେବ ବ୍ୟାଙ୍କିଙ୍ଗ୍‌ ସେକ୍ଟରକୁ ନେଇ…

ବଡ଼ ଡେଙ୍ଗନେଲି ନିକଟରେ ଭୁଶୁଡ଼ିଲା କଲଭର୍ଟ, ନିୟମଗିରି ଅଞ୍ଚଳକୁ ବନ୍ଦ ହୋଇଗଲା ଯାତାୟାତ

କଲ୍ୟାଣସିଂହପୁର,୧ା୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତରେ ଗ୍ରାମ୍ୟ ଉନ୍ନୟନ (ଆର୍‌ଡି) ବିଭାଗ ପକ୍ଷରୁ ନିର୍ମିତ ମୁଖ୍ୟ ରାସ୍ତା ଏବେ ସମ୍ପୂର୍ଣ୍ଣ…

ନବରଙ୍ଗପୁରରେ ଲଜ୍ଜା; ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲକୁ ଟାଣିନେଇ ବଳାତ୍କାର ଅଭିଯୋଗ, ଚିତ୍କାର ଶୁଣି ଦୌଡ଼ି ଆସିଲେ ଗ୍ରାମବାସୀ

ନବରଙ୍ଗପୁର,୧।୧୦(ସଦାଶିବ ପ୍ରହରାଜ ): ମାନବିକତାକୁ ଲଜ୍ଜିତ କଲା ଅମାନବୀୟ ଘଟଣା । ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲରେ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଙ୍ଗଲରୁ…

ସଫେଇ ଅଭିଯାନରେ ସାମିଲ ହେଲେ ଅଧିକ୍ଷକ: କର୍ମଚାରୀଙ୍କୁ ଦେଲେ ସ୍ବଚ୍ଛତା ବାର୍ତ୍ତା

କେସିଙ୍ଗା, ୧।୧୦ (ତୁମେଶ୍ୱର ସାହୁ): ଆଗାମୀ ଗାନ୍ଧୀ ଜୟନ୍ତୀ ଏବଂ ଅକ୍ଟୋବର ୧ ତାରିଖର ସ୍ବତନ୍ତ୍ର ସ୍ବଚ୍ଛତା ଶ୍ରମଦାନ ଅବସରରେ କଳାହାଣ୍ଡି ଜିଲାର କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?