Posted inଜାତୀୟ

ଚାଷୀଙ୍କୁ ଦଳି ଦେଇଥିବା ଏସ୍‌ୟୁଭିରେ ଥିଲେ ଭାଜପା ନେତା

ଲକ୍ଷ୍ନୌ,୧୯।୧୦: ଉତ୍ତରପ୍ରଦେଶର ଲଖିମପୁର ଖେରି ଜିଲାରେ ଚଳିତ ମାସ ୩ ତାରିଖରେ ଆନ୍ଦୋଳନରତ କୃଷକଙ୍କ ଉପରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅର ଏସ୍‌ୟୁଭି ମାଡ଼ି ଯାଇଥିଲା। ଏଥିରେ ୪ ଚାଷୀଙ୍କ ସମେତ ୮ ଜଣଙ୍କ ମୃତ୍ୟୁ ଘଟିଥିଲା। ଘଟଣା ବେଳେ ଏସ୍‌ୟୁଭି ଭିତରେ ଥିଲେ ସ୍ଥାନୀୟ ଭାଜପା ନେତା ସୁମିତ ଜୈଶ୍ୱାଲ। ତାଙ୍କ ସମେତ ୪ ଜଣ ଏସ୍‌ୟୁଭି ଭିତରେ ଥିଲେ ବୋଲି ଜଣାପଡ଼ିଛି। ସୋମବାର ଭାଜପା ନେତାଙ୍କୁ ଗିରଫ କରାଯାଇଛି।

ଚାଷଙ୍କ ଉପରେ ମାଡ଼ି ଯାଇଥିବା ଥର ଏସ୍‌ୟୁଭି ପଛ ଭାଗରୁ ଜୈଶ୍ୱାଲ ଦୌଡ଼ୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା।

ଜୈଶ୍ୱାଲ ଘଟଣାର ୩ ଦିନ ପରେ କିଛି ଅଜ୍ଞାତ ଚାଷୀଙ୍କ ନାମରେ କାଉଣ୍ଟର ହତ୍ୟା ମାମଲା ଆଣିଥିଲେ। ଅଭିଯୋଗରେ ଦର୍ଶାଇଥିଲେ, ଚାଷୀମାନେ ତାଙ୍କ ଡ୍ରାଇଭର, ସାଙ୍ଗ ଓ ଭାଜପା କର୍ମୀଙ୍କୁ ପିଟିପିଟି ହତ୍ୟା କରିଛନ୍ତି। ଆନ୍ଦୋଳନକାରୀମାନେ ପ୍ରଥମେ ଖଣ୍ଡା ଓ ବାଡ଼ିରେ ଆକ୍ରମଣ କରିଥିଲେ। ଏଥିରେ ଡ୍ରାଇଭର ହରି ଓମ ଆହତ ହୋଇଥିଲେ। ଘଟଣା ସମୟରେ ଏସ୍‌ୟୁଭି ମଧ୍ୟରେ ମୁଁ, ମୋ ସାଙ୍ଗ ଶୁଭମ ଓ ଡ୍ରାଇଭର ଥିଲେ।

୪ ଚାଷୀ ଓ ଜଣେ ଜର୍ନାଲିଷ୍ଟଙ୍କ ଉପରେ ଅକ୍ଟୋବର ୩ ତାରିଖରେ ୩ଟି ଗାଡ଼ି ମାଡ଼ି ଯାଇଥିଲା। ସେଥିରେ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ଏକ ଗାଡ଼ି ରହିଥିଲା। ଏହି ମାମଲାରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ୯ ତାରିଖରେ ଗିରଫ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri