ଅଷ୍ଟ୍ରେଲିଆରେ ୩ ମହିଳାଙ୍କ ସମେତ ୪ ଭାରତୀୟ ବୁଡ଼ିଗଲେ

କାନବେରା,୨୫ା୧: ଅଷ୍ଟ୍ରେଲିଆର ଭିକ୍ଟୋରିଆ ରାଜ୍ୟର ଏକ ସମୁଦ୍ରରେ ୩ ମହିଳାଙ୍କ ସମେତ ୪ଜଣ ଭାରତୀୟ  ବୁଡ଼ି ଯାଇଛନ୍ତି। ଏନେଇ ଅଧିକାରୀମାନେ ଗୁରୁବାର ସୂଚନା ଦେଇଛନ୍ତି। ବୁଧବାର ଭିକ୍ଟୋରିଆର ଫିଲିପ୍‌ ଦ୍ୱୀପରେ ଏହି ଘଟଣା ଘଟିଛି। ଏକ ରିପୋର୍ଟ ଅନୁଯାୟୀ, ନିଉହେଭେନ୍‌ ନିକଟରେ ୪ ଜଣ ପାଣିରେ ବୁଡ଼ିଯିବା ସମ୍ପର୍କରେ ସୂଚନା ପାଇଥିଲେ। ଲାଇଫ୍‌ ସେଭିଙ୍ଗ ଭିକ୍ଟୋରିଆର ରାଜ୍ୟ କମାଣ୍ଡର କେନ ଟ୍ରେଲୋର କହିଛନ୍ତି, ଫିଲିପ ଦ୍ୱୀପରେ ଥିବା ଜଙ୍ଗଲ ଗୁମ୍ଫାର ସାମୁଦ୍ରିକ ଅଞ୍ଚଳରେ ଅସୁବିଧାରେ ଥିବା ୪ ଜଣଙ୍କୁ ସାହାଯ୍ୟ ପାଇଁ ଲାଇଫ୍‌ ସେଭିଙ୍ଗ ଭିକ୍ଟୋରିଆକୁ ଡକାଯାଇଥିଲା।

ଅଧିକାରୀମାନେ ଏପର୍ଯ୍ୟନ୍ତ ମୃତକଙ୍କ ନାମ ପ୍ରକାଶ କରିନାହାନ୍ତି। କାନବେରାରେ ଥିବା ଭାରତୀୟ ଉଚ୍ଚ ଆୟୋଗ ଗୁରୁବାର ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟ କରି ଏହି ଦୁଃଖଦ ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି। ଭାରତୀୟ ଉଚ୍ଚ ଆୟୋଗ ଲେଖିଛନ୍ତି, ଅଷ୍ଟ୍ରେଲିଆରେ ହୃଦୟ ବିଦାରକ ଦୁଃଖଦ ଘଟଣା। ଭିକ୍ଟୋରିଆର ଫିଲିପ୍‌ ଦ୍ୱୀପରେ ବୁଡ଼ି ୪ ଜଣ ଭାରତୀୟ ପ୍ରାଣ ହରାଇଛନ୍ତି। ମୃତକଙ୍କ ପରିବାର ପ୍ରତି ଗଭୀର ସମବେଦନା। ସମସ୍ତ ଆବଶ୍ୟକୀୟ ସହାୟତା ଯୋଗାଇବା ପାଇଁ ମେଲବୋର୍ନ କୋଷ୍ଟଗାର୍ଡ ଅନୁସନ୍ଧାନକାରୀ ଦଳ ମୃତକଙ୍କ ସାଙ୍ଗମାନଙ୍କ ସହ ଯୋଗାଯୋଗରେ ଅଛନ୍ତି।

ଟ୍ରେଲୋର କହିଛନ୍ତି, ଏହା ଦୀର୍ଘ ୨୦ ବର୍ଷ ମଧ୍ୟରେ ରାଜ୍ୟରେ ସବୁଠାରୁ ଭୟଙ୍କର ବୁଡ଼ିଯିବା ଘଟଣା।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri