ଅଷ୍ଟ୍ରେଲିଆରେ ୩ ମହିଳାଙ୍କ ସମେତ ୪ ଭାରତୀୟ ବୁଡ଼ିଗଲେ

କାନବେରା,୨୫ା୧: ଅଷ୍ଟ୍ରେଲିଆର ଭିକ୍ଟୋରିଆ ରାଜ୍ୟର ଏକ ସମୁଦ୍ରରେ ୩ ମହିଳାଙ୍କ ସମେତ ୪ଜଣ ଭାରତୀୟ  ବୁଡ଼ି ଯାଇଛନ୍ତି। ଏନେଇ ଅଧିକାରୀମାନେ ଗୁରୁବାର ସୂଚନା ଦେଇଛନ୍ତି। ବୁଧବାର ଭିକ୍ଟୋରିଆର ଫିଲିପ୍‌ ଦ୍ୱୀପରେ ଏହି ଘଟଣା ଘଟିଛି। ଏକ ରିପୋର୍ଟ ଅନୁଯାୟୀ, ନିଉହେଭେନ୍‌ ନିକଟରେ ୪ ଜଣ ପାଣିରେ ବୁଡ଼ିଯିବା ସମ୍ପର୍କରେ ସୂଚନା ପାଇଥିଲେ। ଲାଇଫ୍‌ ସେଭିଙ୍ଗ ଭିକ୍ଟୋରିଆର ରାଜ୍ୟ କମାଣ୍ଡର କେନ ଟ୍ରେଲୋର କହିଛନ୍ତି, ଫିଲିପ ଦ୍ୱୀପରେ ଥିବା ଜଙ୍ଗଲ ଗୁମ୍ଫାର ସାମୁଦ୍ରିକ ଅଞ୍ଚଳରେ ଅସୁବିଧାରେ ଥିବା ୪ ଜଣଙ୍କୁ ସାହାଯ୍ୟ ପାଇଁ ଲାଇଫ୍‌ ସେଭିଙ୍ଗ ଭିକ୍ଟୋରିଆକୁ ଡକାଯାଇଥିଲା।

ଅଧିକାରୀମାନେ ଏପର୍ଯ୍ୟନ୍ତ ମୃତକଙ୍କ ନାମ ପ୍ରକାଶ କରିନାହାନ୍ତି। କାନବେରାରେ ଥିବା ଭାରତୀୟ ଉଚ୍ଚ ଆୟୋଗ ଗୁରୁବାର ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟ କରି ଏହି ଦୁଃଖଦ ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି। ଭାରତୀୟ ଉଚ୍ଚ ଆୟୋଗ ଲେଖିଛନ୍ତି, ଅଷ୍ଟ୍ରେଲିଆରେ ହୃଦୟ ବିଦାରକ ଦୁଃଖଦ ଘଟଣା। ଭିକ୍ଟୋରିଆର ଫିଲିପ୍‌ ଦ୍ୱୀପରେ ବୁଡ଼ି ୪ ଜଣ ଭାରତୀୟ ପ୍ରାଣ ହରାଇଛନ୍ତି। ମୃତକଙ୍କ ପରିବାର ପ୍ରତି ଗଭୀର ସମବେଦନା। ସମସ୍ତ ଆବଶ୍ୟକୀୟ ସହାୟତା ଯୋଗାଇବା ପାଇଁ ମେଲବୋର୍ନ କୋଷ୍ଟଗାର୍ଡ ଅନୁସନ୍ଧାନକାରୀ ଦଳ ମୃତକଙ୍କ ସାଙ୍ଗମାନଙ୍କ ସହ ଯୋଗାଯୋଗରେ ଅଛନ୍ତି।

ଟ୍ରେଲୋର କହିଛନ୍ତି, ଏହା ଦୀର୍ଘ ୨୦ ବର୍ଷ ମଧ୍ୟରେ ରାଜ୍ୟରେ ସବୁଠାରୁ ଭୟଙ୍କର ବୁଡ଼ିଯିବା ଘଟଣା।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

CJP ଆନ୍ଦୋଳନକୁ ନେଇ କଡ଼ା ନିର୍ଦ୍ଦେଶ ଦେଲେ ଦିଲ୍ଲୀ ହାଇକୋର୍ଟ, କେନ୍ଦ୍ରକୁ ମାଗିଲେ…

ନୂଆଦିଲ୍ଲୀ,୨୨।୭: ପ୍ରଦର୍ଶନକାରୀଙ୍କ ବିରୋଧରେ ପୋଲିସର କାର୍ଯ୍ୟାନୁଷ୍ଠାନ ଏବଂ ଲାଠିଚାର୍ଜ ସମ୍ପର୍କିତ ଏକ ଆବେଦନର ଶୁଣାଣି କରିଛନ୍ତି ଦିଲ୍ଲୀ ହାଇକୋର୍ଟ । କେନ୍ଦ୍ର ସରକାର ଏବଂ ଦିଲ୍ଲୀ ପୋଲିସକୁ…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ବିକ୍ଷୋଭ ପ୍ରଦର୍ଶନକୁ ନେଇ ବିରୋଧୀଙ୍କ ଉପରେ ବର୍ଷିଲେ ରାଜନାଥ ସିଂ, ଛାତ୍ରଙ୍କୁ କରାଯାଉଛି…

ନୂଆଦିଲ୍ଲୀ,୨୨।୭: ସୋନମ ୱାଙ୍ଗଚୁକଙ୍କ ଅନଶନ, ସିଜେପିର ପ୍ରତିବାଦ ଏବଂ ବିରୋଧୀଙ୍କ ଆକ୍ରମଣାତ୍ମକ ଆଭିମୁଖ୍ୟ ପରେ ସରକାର ପଛକୁ ହଟିଥିବା ପରି ମନେ ହେଉଛି। ଏହି ସମୟରେ, ପ୍ରତିରକ୍ଷା…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

E20 ପେଟ୍ରୋଲରେ କମୁଛି ଗାଡ଼ିର ମାଇଲେଜ୍‌? ପ୍ରଥମ ଥର ମାନିଲେ ସରକାର

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ସରକାର ବୁଧବାର କହିଛନ୍ତି ଯେ E20 ପେଟ୍ରୋଲ (୨୦ ପ୍ରତିଶତ ଏଥାନୋଲ ମିଶ୍ରିତ ପେଟ୍ରୋଲ) ବ୍ୟବହାର ଦ୍ୱାରା E10 ପେଟ୍ରୋଲ ପାଇଁ ଡିଜାଇନ୍ କରାଯାଇଥିବା…

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

ରାଜରାସ୍ତାରେ କଂଗ୍ରେସ-ଭାଜପାକର୍ମୀଙ୍କ ମଧ୍ୟରେ ସଂଘର୍ଷ; ମୁଣ୍ଡ ଫାଟିଲା, ଗାଡ଼ିର କାଚ…

ପାଟନା,୨୨।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ରାହୁଲ ଗାନ୍ଧୀଙ୍କ ସମେତ ବିରୋଧୀ ନେତାମାନେ ଧାରଣାରେ ବସିଥିଲେ । ଏହାପରେ ବୁଧବାର ଭାଜପା ପକ୍ଷରୁ ପାଟନାରେ ଏକ ପ୍ରତିବାଦ ଶୋଭାଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri