ଆମେରିକାରେ ୪ ଭାରତୀୟଙ୍କୁ ହତ୍ୟା, ସ୍ତ୍ରୀଙ୍କ ସହ ଆଉ ୩ ଜଣଙ୍କୁ ହତ୍ୟା କରି ସ୍ବାମୀ…

ଓ୍ବାଶିଂଟନ,୨୪ା୧: ଆମେରିକାର ଜର୍ଜିଆରେ ଏକ ଘରୋଇ ବିବାଦରେ ଜଣେ ଭାରତୀୟ ମହିଳା ଏବଂ ତାଙ୍କ ତିନି ଜଣ ସମ୍ପର୍କୀୟଙ୍କୁ ଗୁଳି କରି ହତ୍ୟା କରାଯାଇଛି। ସେହି ସମୟରେ ଏହି ଘରୋଇ ହିଂସାରୁ ରକ୍ଷା ପାଇବା ପାଇଁ ୩ ଜଣ ପିଲା ଏକ ଆଲମାରୀରେ ଲୁଚି ରହିଥିଲେ ବୋଲି କର୍ତ୍ତୃପକ୍ଷ କହିଛନ୍ତି।

ଶୁକ୍ରବାର ଆଟଲାଣ୍ଟା ନିକଟସ୍ଥ ଲରେନ୍ସଭିଲେ ସହରର ଏକ ବାସଭବନରେ ଗୁଳିକାଣ୍ଡ ଘଟିଥିଲା। ସନ୍ଦିଗ୍ଧ ଗୁଳିକାଣ୍ଡକାରୀଙ୍କୁ ଗିରଫ କରାଯାଇଛି ବୋଲି କହିଛନ୍ତି।

ଭାରତର କନ୍‌ସୁଲେଟ ଜେନେରାଲ କହିଛନ୍ତି ଯେ, ଶୋକସନ୍ତପ୍ତ ପରିବାରକୁ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରାଯାଉଛି। ସେ କହିଛନ୍ତି, ପାରିବାରିକ ବିବାଦ ସହିତ ଜଡ଼ିତ ଏକ ଦୁଃଖଦ ଗୁଳିକାଣ୍ଡ ଘଟଣାରେ ଆମେ ଗଭୀର ଭାବରେ ଦୁଃଖିତ।

ସନ୍ଦିଗ୍ଧଙ୍କ ମଧ୍ୟରୁ ଆଟଲାଣ୍ଟାର ବିଜୟ କୁମାର (୫୧) ଭାବରେ ଚିହ୍ନଟ କରିଛି। ଗ୍ବ୍‌ିନେଟ କାଉଣ୍ଟି ପୋଲିସ କହିଛି, ଅନ୍ୟମାନେ ହେଲେ ବିଜୟଙ୍କ ସ୍ତ୍ରୀ ମିମୁ ଡୋଗ୍ରା (୪୩), ଗୌରବ କୁମାର (୩୩), ନିଧି ଚନ୍ଦର (୩୭) ଏବଂ ହରିଶ ଚନ୍ଦର (୩୮)।

ପୋଲିସ କହିଛି, ସେମାନେ ସ୍ଥାନୀୟ ସମୟ ବିଳମ୍ବିତ ରାତି ୨.୩୦ରେ ବ୍ରୁକ ଆଇଭି କୋର୍ଟର ଏକ ଘରୁ ୯୧୧ରେ ଏକ କଲ୍‌ ପାଇଥିଲେ। ଘଟଣାସ୍ଥଳରେ ପହଞ୍ଚିଥିବା ଅଧିକାରୀମାନେ ଘର ଭିତରେ ୪ ଜଣ ବୟସ୍କଙ୍କୁ ମୃତ ଅବସ୍ଥାରେ ପାଇଥିଲେ। ପ୍ରତ୍ୟେକଙ୍କ ଶରୀରରେ ଗୁଳି ବାଜିଥିଲା।

ତଦନ୍ତକାରୀମାନେ କହିଛନ୍ତି ଯେ, ଗୁଳିକାଣ୍ଡ ଆରମ୍ଭ ହେବା ସମୟରେ ତିନି ଜଣ ପିଲା ଉପସ୍ଥିତ ଥିଲେ। ପିଲାମାନେ ନିଜକୁ ସୁରକ୍ଷା ଦେବା ପାଇଁ ଏକ ଆଲମାରୀରେ ଲୁଚି ରହିଥିଲେ ଏବଂ ସେମାନଙ୍କ ମଧ୍ୟରୁ ଜଣେ ଜରୁରୀକାଳିନ ସେବାକୁ କଲ୍‌ କରିବାରେ ସଫଳ ହୋଇଥିଲେ, ଯାହା ପୋଲିସକୁ କିଛି ମିନିଟ୍‌ ମଧ୍ୟରେ ଘଟଣାସ୍ଥଳକୁ ପହଞ୍ଚିବାରେ ସାହାଯ୍ୟ କରିଥିଲା।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ…

SIR ନୋଟିସ୍‌: ଜୟଶଙ୍କରଙ୍କଠାରୁ ଆଡଭାନିଙ୍କ ପର୍ଯ୍ୟନ୍ତ, ତାଲିକାରେ ଅନେକ VVIP ଭୋଟର

ନୂଆଦିଲ୍ଲୀ,୨୦।୯: ଦିଲ୍ଲୀରେ ଚାଲିଥିବା ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ଅନେକ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ ନିର୍ବାଚନ କମିଶନଙ୍କ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି…

ଚମକାଇଦେଲା BCCIର ନିଷ୍ପତ୍ତି! ଟିମ୍ ଇଣ୍ଡିଆର ନୂଆ ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଦ୍ରୁତ ବୋଲର ଲକ୍ଷ୍ମୀପତି ବାଲାଜୀଙ୍କୁ ଭାରତ-ଏ ଦଳର ହେଡ୍‌ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି । ଅଷ୍ଟ୍ରେଲିଆ-ଏ ବିପକ୍ଷ ମଲ୍ଟି-ଫର୍ମାଟ୍‌…

ଭଡ଼ାଘରେ ଚାଲିଥିଲା ଅନ୍‌ଲାଇନ୍‌ ବେଟିଂ କାରବାର, ଚଢ଼ାଉ କରି ୩ ଜଣଙ୍କୁ…

ଛତ୍ରପୁର,୨୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ସାଇବର ପୋଲିସ ଏକ ଅନଲାଇନ୍‌ ବେଟିଂ ଆପ୍‌ ଠକେଇ ନେଟ୍‌ଓ୍ବର୍କର ପର୍ଦ୍ଦାଫାଶ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…

ପାକିସ୍ତାନରେ ହଲଚଲ! ଆନ୍ଦୋଳନ ପୂର୍ବରୁ ପୋଲିସ୍‌ର ବଡ଼ କାର୍ଯ୍ୟାନୁଷ୍ଠାନ, ଗିରଫ ହେଲେ….

ଇସଲାମାବାଦ,୨୦ା୯: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଓ ପାକିସ୍ତାନ ତେହରିକ୍‌-ଏ-ଇନ୍‌ସାଫ୍‌ (PTI) ମୁଖ୍ୟ ଇମ୍ରାନ ଖାନ୍‌ଙ୍କ ଭଉଣୀ ଅଲିମା ଖାନ୍‌ଙ୍କୁ ଲାହୋର ପୋଲିସ୍‌ ଗିରଫ କରିଛି । ରବିବାର…

ଗର୍ଭବତୀ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ଦିଅର କହିଲେ…

ବଲାଙ୍ଗୀର,୨୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କର୍ଲାପିଟା ଗାଁରେ ରବିବାର ବୀଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି। ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ୪ ମାସର ଗର୍ଭବତୀ ସ୍ତ୍ରୀ…

ହଠାତ୍ ଆକ୍ରମଣରେ ଥରିଲା ରୁଷିଆ, ହଜାରେରୁ ଅଧିକ ଡ୍ରୋନ୍‌ ମାଡ଼ କଲା ୟୁକ୍ରେନ

ମସ୍କୋ,୨୦ା୯: ରୁଷିଆ ଉପରେ ୟୁକ୍ରେନ୍‌ ବଡ଼ଧରଣର ଡ୍ରୋନ୍‌ ଆକ୍ରମଣ କରିଛି । ରୁଷିଆର ଅଧିକାରୀଙ୍କ ଦାବି ଅନୁସାରେ, ବିଭିନ୍ନ ଅଞ୍ଚଳରେ ୧,୧୦୦ରୁ ଅଧିକ ୟୁକ୍ରେନୀୟ ଡ୍ରୋନ୍‌ ଉଡ଼ିଥିଲା।…

ସକାଳୁ ସକାଳୁ ବର୍ଷାକୁ ନେଇ ବଡ଼ ଅପଡେଟ୍‌: ଜାରି ହେଲା ଆଲର୍ଟ, ଓଡ଼ିଶାର ଏହି ଜିଲାରେ…

ଭୁବନେଶ୍ୱର,୨୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସାରେ ଲଘୁଚାପର ରୂପ ନେଇଛି। ପଶ୍ଚିମ ଓ ଉତ୍ତର ପଶ୍ଚିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?