ଆଜି ଭୁବନେଶ୍ୱରରୁ ୪ ଆକ୍ରାନ୍ତ ଚିହ୍ନଟ: ୧୦ ସୁସ୍ଥ

ଭୁବନେଶ୍ୱର,୮।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସମସ୍ତେ କ୍ୱାରାଣ୍ଟାଇନ୍‌ରେ ରହିଥିବା ଜଣାପଡ଼ିଛି। ସହିପରି ଆଜି ଭୁବନେଶ୍ୱରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।