୮କୋଟି ଟଙ୍କା ବ୍ୟୟରେ କୋରାପୁଟ ସହରରେ ନିର୍ମାଣ ହେବ ୪ କଲ୍ୟାଣମଣ୍ଡପ

କୋରାପୁଟ,୧୪ା୧୦(ଅମିତାଭ ବେହେରା): ରାଜ୍ୟ ସରକାରଙ୍କ ୮ କୋଟି ଟଙ୍କା ବ୍ୟୟରେ ସହରର ପୋଲିସ କଲୋନୀ, ପୂଜାରୀପୁଟ ପଡ଼ିଆ ନିକଟ, ରେଲଓ୍ବେ ନିକଟ ସମେତ ୪ଟି ସ୍ଥାନରେ କଲ୍ୟାଣମଣ୍ଡପ ନିର୍ମାଣ କରାଯିବ। କୋରାପୁଟ ମ୍ୟୁନିସିପାଲିଟିର ଅଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ କୋରାପୁଟ ବିଧାୟକ ରଘୁରାମ ପଡାଲ ଯୋଗଦେଇ ଏ ବିଷୟରେ ସୂଚନା ଦେଇଛନ୍ତି। ସେହିପରି ବୈଠକରେ ସହରର ବିଭିନ୍ନ ଓ୍ବାର୍ଡରେ ରାସ୍ତା ଉପରକୁ ଆସିଥିବା ଗଛଡାଳ କାଟିବା, ରାସ୍ତାରେ ଥିବା ପୁରୁଣା ପୋଲ ସ୍ଥାନାନ୍ତର, ପାନୀୟଜଳ ବ୍ୟବସ୍ଥା ଆଦି ପ୍ରମୁଖ ଉପରେ ଆଲୋଚନା କରାଯାଇଥିଲା ବୋଲି ମ୍ୟୁନିସିପାଲିଟି ଅଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ ପ୍ରକାଶ କରିଛନ୍ତି। ଏହି କାଉନସିଲ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ମ୍ୟୁନିସିପାଲିଟି ଉପାଧ୍ୟକ୍ଷା ସବିତା ପଣ୍ଡା, ନିର୍ବାହୀ ଅଧିକାରୀ ସ୍ବସ୍ତିକ ଜମାଦାର, ଏମ୍‌ପି ପ୍ରତିନିଧି ଜୟନ୍ତ କଚିମ, ଅଧୀକ୍ଷଣ ଯନ୍ତ୍ରୀ ସୁଧୀନ କୁମାର ଦାସ, ସହକାରୀ ଯନ୍ତ୍ରୀ ନର୍ମଦା ସାହୁ, ଯନ୍ତ୍ରୀ ସନ୍ତୋଷ ପାଣିଗ୍ରାହୀଙ୍କ ସମେତ ମ୍ୟୁନିସିପାଲିଟିର ସମସ୍ତ କାଉନସିଲର ଉପସ୍ଥିତ ରହିଥିଲେ। ଏହି ବୈଠକକୁ କିରାଣି ଅଶୋକ ସାହା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri