Odisha Elections 2024

ତାଲା ପକାଇ ଭୁବନେଶ୍ୱର ଆସିଥିଲେ: ଗଲାବେଳକୁ ଘରେ ବୁଲିଛି କଳାକନା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସହରରେ ଲୁଟେରା ଗ୍ୟାଙ୍ଗ ତାଲାବନ୍ଦ ଘରକୁ ଟାର୍ଗେଟ କରିବାରେ ଲାଗିଛନ୍ତି। ଗୋଷାଣି ନୂଆଗାଁ ଥାନା ଅଧୀନ ହରିହରନଗର ୨ୟ ସାରଣୀ ଏକ୍ସଟେନ୍ସନରେ ଥିବା ଏକ ବନ୍ଦ ଘରୁ କେତେକ ଦୁର୍ବୃତ୍ତ କଳାକନା ବୁଲାଇଛନ୍ତି।

ଘରେ କେହି ନ ଥିବାର ସୁଯୋଗ ନେଇ ଏକ ଲୁଟେରା ଗ୍ୟାଙ୍ଗ ଘରେ ପଣି ତାଲା ଭାଙ୍ଗି ଆଲମିରାରୁ ୪ କେଜିର ରୁପା ସାମଗ୍ରୀ ସହ ୧୫୦ଗ୍ରାମର ସୁନା ଗହଣା ଏବଂ ୩୦ ହଜାର ଟଙ୍କା ଚୋରି କରିଥିବା ନେଇ ଘର ମାଲିକ କେ.ବାଳକୃଷ୍ଣ ପାତ୍ର ଥାନାରେ ଅଭିଯୋଗ କରିଛନ୍ତି।

ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା(ନଂ.୨୪୬/୨୩) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ବାଳକୃଷ୍ଣ ଗତ ୨୪ତାରିଖ ରାତିରେ କୌଣସି କାମରେ ଭୁବନେଶ୍ୱର ଯାଇଥିଲେ। ଯିବା ପୂର୍ବରୁ ଘର କବାଟ ସବୁ ବନ୍ଦ କରି ୱାଚମ୍ୟାନକୁ ଚାବି ଦେଇଥିଲେ। ସେହି ରାତିରେ ଓ୍ବାଚମ୍ୟାନ୍‌ ଘର ବାରଣ୍ଡାରେ ଶୋଇଥିଲେ। ହେଲେ ୨୫ ତାରିଖରେ ସେ ଚାବିକୁ ପଡ଼ୋଶୀଙ୍କ ଘରେ ଦେଇ ରାତିରେ ଆଉ ଆସି ନ ଥିଲେ। ୨୬ ତାରିଖରେ ବାଳକୃଷ୍ଣ ଫେରିବା ପରେ ଘର କବାଟ ତାଲା ଭଙ୍ଗାଯାଇଥିବା ଦେଖିଥିଲେ। ଏପରିକି ଆଲମାରିରୁ ସୁନା ଓ ରୂପା ଅଳଙ୍କାର ନ ଥିବା ଦେଖି ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶତାଧିକ କଂଗ୍ରେସ, ଭାଜପା କର୍ମୀ ବିଜେଡିରେ ସାମିଲ

ହାଟଡିହୀ,୨୧l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର କାଠକଟା ପଞ୍ଚାୟତର ଶତାଧିକ କଂଗ୍ରେସ ଏବଂ ଭାଜପା କର୍ମୀ ସୁବ୍ରତ ସାମଲଙ୍କ ତତ୍ୱାବଧାନରେ ବିଜେଡିରେ ସାମିଲ ହୋଇଛନ୍ତି...

ନିର୍ବାଚନ ପାଇଁ ଜମି, ଛେଳି ବିକିଲେ ବିଧାୟକ ପ୍ରାର୍ଥୀ

କେନ୍ଦୁଝର, ୨୧ା୫ (ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ରର ବିକାଶ ପାଇଁ ଏଥର ପ୍ରାର୍ଥୀ ହୋଇଛନ୍ତି ଦିବ୍ୟାଙ୍ଗ ଦତ ମୁଣ୍ଡା (୫୩)। ତେବେ...

ଇଲେକ୍ସନ ଡ୍ୟୁଟି ସାରି ଫେରୁଥିବା ପୋଲିସ କର୍ମଚାରୀ ଗାଡି ଦୁର୍ଘଟଣାଗ୍ରସ୍ତ

ଛତ୍ରପୁର,୨୧।୫ (ଦିଲ୍ଲୀପ ସାମଲ): ଇଲେକ୍ସନ ଡ୍ୟୁଟି ସାରି ଭଞ୍ଜନଗରରୁ ଏକ ବସ ପୋଲିସ କର୍ମଚାରୀଙ୍କୁ ଧରି ଛତ୍ରପୁର ଫେରୁଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଛତ୍ରପୁର ଡିଆରଡିଏ ଛକ...

ବାରିଗାଁରେ ପିଇବା ପାଣି ପାଇଁ ହାହାକାର

କେନ୍ଦୁଝର,୨୧।୫(ଦୀପକ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ କାଠବାରୀ ପଞ୍ଚାୟତ ବାରିଗାଁରେ ପିଇବା ପାଣି ହାହାକାର ପରିସ୍ଥିତି ସୃଷ୍ଟି ହୋଇଛି। ଗାଁରେ ବସୁଧା ଯୋଜନାରେ...

ଅରଡ଼େଇ ଜଳ ପ୍ରବାହ ରୋକିବାକୁ ଚକ୍ରାନ୍ତ

କେନ୍ଦୁଝର,୨୧ା୫ (ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝରର ବାରାହାରାଶି ପର୍ବତରୁ ବାହାରିଥିବା ଚିରଶ୍ରୋତା ନଦୀ ଅରଡ଼େଇର ଜଳସ୍ତର ହ୍ରାସ ପାଉଛି। ପୂର୍ବରୁ ସହରର ମଇଳା ଆବର୍ଜନା ଯୁକ୍ତ ପାଣିକୁ...

ଜମୁଛି ତାଳସଜ ବେପାର

ମୋରଡା,୨୧ା୫(ସ୍ମାରକ ମାଜୀ):ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଖରା ତାତିରେ ଲୋକଙ୍କ ପ୍ରଥମ ପସନ୍ଦ ପାଲଟିଛି ଥଣ୍ଡା ଜାତୀୟ ଖାଦ୍ୟ। ମୟୂରଭଞ୍ଜ ଜିଲା...

ଜିଲାରେ ମାନସିକ, ଆର୍ଥିକ ଦଣ୍ଡ ଭୋଗୁଛନ୍ତି ରୋଗୀ

କେନ୍ଦ୍ରାପଡ଼ା, ୨୧ା୫ (ଜଗନ୍ନାଥ ଧଳ):ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ଜିଲା ଭାବେ କେନ୍ଦ୍ରାପଡ଼ାକୁ ଚିହ୍ନଟ କରାଯାଇଛି। କୃଷିଭତ୍ତିକ ଅର୍ଥନୀତିରେ ଏହି ଜିଲା ପରିଚାଳିତ ହେଉଥିବା ବେଳେ ପ୍ରାୟ ୭୦%...

ନିର୍ବାଚନ ସେକ୍ଟର ଅଫିସରଙ୍କୁ ଘେରିଲେ ଗ୍ରାମବାସୀ

ଲୋଇସିଂହା,୨୧।୫(ସୁଶାନ୍ତ ବାରିକ) ବଲାଙ୍ଗୀର ଜିଲା ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଲୋଇସିଂହା ବ୍ଲକ ସରଗାଡ ଗ୍ରାମରେ ନିର୍ବାଚନରେ ନିୟୋଜିତ ସେକ୍ଟର ଅଫିସର ସୂର୍ଯ୍ୟକାନ୍ତ ପଧାନଙ୍କୁ ଘେରିଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri