Categories: ଜାତୀୟ

ବସ୍‌-କାର୍‌ ମୁହାଁମୁହିଁ ଧକ୍କା: ୪ ମୃତ

ଗୁରୁଗ୍ରାମ,୨୨।୮: ହରିୟାଣାର ଗୁରୁଗ୍ରାମ-ଫାରୁଖନଗର ରାସ୍ତାରେ ଥିବା ଖେଟାୱାସ ଗ୍ରାମ ନିକଟ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ବସ୍‌-କାର୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ କାର୍‌ରେ ଥିବା ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି। ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କାର୍‌ରେ ୫ ଜଣ ଥିବା ଜଣାପଡିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି। ତେବେ ବସ୍‌ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡିଛି।

Share